ନୂଆବର୍ଷ ୨୦୨୩ରେ ବି ଶେଷ ହେବନି ଦେଶର ସମସ୍ୟା: ଋଷି ସୁନକ…

ଲଣ୍ଡନ,୩୧।୧୨ : ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ଶନିବାର ତାଙ୍କର ପ୍ରଥମ ନୂତନ ବର୍ଷର ବାର୍ତ୍ତାରେ ଚେତାବନୀ ଦେଇଛନ୍ତି ଯେ ୨୦୨୩ ଶେଷ ସୁଦ୍ଧା ବ୍ରିଟେନର ସମସ୍ତ ସମସ୍ୟାର ସମାଧାନ ହୋଇପାରିବ ନାହିଁ।

ଅକ୍ଟୋବର ଶେଷରେ ଡାଉନ ଷ୍ଟ୍ରିଟରେ ନିଜର ଉଦବୋଧନକୁ ମନେ ପକାଇ ସେ କାର୍ଯ୍ୟ ଜାରି ରଖିବାକୁ ଦେଇଥିବା ପ୍ରତିଶ୍ରୁତିକୁ ଦୋହରାଇଥିଲେ।

ସୁନକ କହିଛନ୍ତି, ନୂଆ ବର୍ଷରେ ଆମର ସମସ୍ତ ସମସ୍ୟା ଦୂର ହେବ ବୋଲି କହି ମୁଁ ଦେଶବାସୀଙ୍କ ସହିତ ଛଳନା କରିବାକୁ ଯାଉନାହିଁ। କିନ୍ତୁ ୨୦୨୩ ବ୍ରିଟେନକୁ ସ୍ବାଧୀନତା ଏବଂ ଗଣତନ୍ତ୍ରର ରକ୍ଷା କରି ବିଶ୍ୱ ମଞ୍ଚରେ ପ୍ରଦର୍ଶନ କରିବାର ସର୍ବୋତ୍ତମ ସୁଯୋଗ ଦେବ।

ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଭାରତୀୟ ମୂଳ ବ୍ରିଟିଶ ପ୍ରଧାନମନ୍ତ୍ରୀ ତାଙ୍କ ଭିଡିଓ ବାର୍ତ୍ତାରେ କହିଛନ୍ତି ଯେ ରୁଷିଆ ୟୁକ୍ରେନ ବିରୁଦ୍ଧରେ ଏକ ବର୍ବର ଏବଂ ବେଆଇନ ଆକ୍ରୋଶ ଆରମ୍ଭ କରିଥିଲା।

ରୁଷିଆ-ୟୁକ୍ରେନ ଯୁଦ୍ଧ ସମଗ୍ର ବିଶ୍ୱରେ ଗଭୀର ଆର୍ଥିକ ପ୍ରଭାବ ପକାଇଛି ବୋଲି ସୁନକ କହିଛନ୍ତି। ବ୍ରିଟେନ ମଧ୍ୟ ଏଥିରୁ ବ୍ୟତିକ୍ରମ ନୁହେଁ। ମୁଁ ଜାଣେ ଆପଣମାନଙ୍କ ମଧ୍ୟରୁ ଅନେକ ଘରେ ମଧ୍ୟ ଏହାର ପ୍ରଭାବ ଅନୁଭବ କରିଛନ୍ତି। ସେଥିପାଇଁ ଋଣକୁ ନିୟନ୍ତ୍ରଣକୁ ଆଣିବା ପାଇଁଆମ ସରକାର ଯଥାର୍ଥ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତିଗୁଡିକ ଯୋଗୁ ହିଁ ଆମେ ବିଦ୍ୟୁତ ବିଲ ବୃଦ୍ଧିରେ ଆର୍ଥିକ ଦୃଷ୍ଟିରୁ ଅଧିକ ଅସୁରକ୍ଷିତ ଲୋକଙ୍କୁ ସାହାଯ୍ୟ କରିବାରେ ସକ୍ଷମ ହୋଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri