ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ହାଣି ଦେଲେ

ସୁନ୍ଦରଗଡ଼,୨୧।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଏବଗା ଥାନା ଅଧୀନ ଭଦ୍ରାଟୋଲିରେ ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧ ଦମ୍ପତିଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି। ମୃତକ ହେଲେ ଲୋହିଆ ପାଢୁଓ୍ବାର(୬୫) ଓ ତାଙ୍କର ସ୍ତ୍ରୀ ଲୋଧି (୬୦)। ଖବରପାଇ ରାଏବଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଉଭୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଗୁରୁବାର ସୁନ୍ଦରଗଡ଼ରୁ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ଏନେଇ ଥାନାରେ ଏକ ହତ୍ୟା ମାମଲା (ନଂ. ୮୫/୨୦୨୧) ରୁଜୁ ହୋଇଛି। ବୀରମିତ୍ରପୁର ଏସ୍‌ଡିପିଓ ମାନସ ରଞ୍ଜନ ପ୍ରଧାନଙ୍କ ତତ୍ତ୍ୱାବଧାନରେ ରାଏବଗା ଥାନା ଆଇଆଇସି ଅର୍ପିତା ସାହୁ ଘଟଣାର ତଦନ୍ତ କରି ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖି ପଚରାଉଚରା ଚଳାଇଛି। ଶୁକ୍ରବାର ତାଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ସୁନ୍ଦରଗଡ଼ ଏସ୍‌ପି ସାଗରିକା ନାଥ ସୂଚନା ଦେଇଛନ୍ତି।