ଚାଲିଥିଲା ଅନ୍‌ଲାଇନ୍‌ ବୈଠକ: କ୍ୟାମେରା ସମ୍ମୁଖରେ ଏମିତି କିଛି ଭୁଲ କରି ବସିଲେ ଦମ୍ପତି, ସମସ୍ତେ ଦେଖି ଆଶ୍ଚର୍ଯ୍ୟ

ବ୍ରାସିଲିଆ,୧୯ା୮: କରୋନା ମହାମାରୀ ଯୋଗୁ ଅଧିକାଂଶ ଅଫିସ୍‌ ବନ୍ଦ ରହିଛି। ତେବେ ବନ୍ଦ ଥିବା ଅଫିସଗୁଡ଼ିକର କାର୍ଯ୍ୟ ପ୍ରାୟତଃ ଅନ୍‌ଲାଇନରେ କରାଯାଉଛି। ସମସ୍ତ ବୈଠକ ବା ସଭା ଅନ୍‌ଲାଇନ୍‌ ଭିଡିଓ କଲ୍‌ ମାଧ୍ୟମରେ କରାଯାଉଛି। ଏଭଳି ପରିସ୍ଥିତିରେ ଅନେକ ଲୋକ କ୍ୟାମେରା ଆଗରେ ଭୁଲ୍‌ କରି ବସନ୍ତି ଯାହା ପରବର୍ତ୍ତୀ ସମୟରେ ଧରା ପଡ଼ିଥାଏ। ବ୍ରାଜିଲରେ ଏହିପରି ଏକ ଘଟଣା ଘଟିଛି। ଭିଡିଓ କଲ୍‌ ପରେ ଏକ ଦମ୍ପତି କ୍ୟାମେରା ବନ୍ଦ କରି ନ ଥିବାରୁ ତାଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର କିଛି ଦୃଶ୍ୟ କ୍ୟାମେରାରେ କଏଦ୍‌ ହୋଇଛି।

ବ୍ରାଜିଲର ରିଓ ଡି ଜେନେରିଓରେ ସିଟି କାଉନସିଲର ଏକ ସରକାରୀ ବୈଠକ ବସିଥିଲା। ରିପୋର୍ଟ ଅନୁଯାୟୀ, ମହାମାରୀ ସମୟରେ ମ୍ୟୁନିସିପାଲିଟି ସିଷ୍ଟମ ମାଧ୍ୟମରେ ଛାତ୍ରୀଛାତ୍ରଙ୍କୁ କିପରି ଖାଦ୍ୟ ସୁରକ୍ଷା ଯୋଗାଇ ଦିଆଯିବ ସେନେଇ ବୈଠକରେ ଆଲୋଚନା ହୋଇଥିଲା। ଏହି ବୈଠକରେ ସହରର ବହୁ ପଦାଧିକାରୀ ଉପସ୍ଥିତ ଥିଲେ। ହଠାତ୍‌ ଜଣେ ସଦସ୍ୟ ବୈଠକ ଛାଡ଼ି ଚାଲିଗଲେ। କିନ୍ତୁ କ୍ୟାମେରା ବନ୍ଦ କରିବାକୁ ଭୁଲି ସେ ନିଜ ସ୍ତ୍ରୀଙ୍କ ସହ ଅନ୍ତରଙ୍ଗ ମୁହୂର୍ତ୍ତରେ ମାତିଗଲେ।


ସକାଳ ୧୦ଟାରୁ ଆରମ୍ଭ ହୋଇଥିବା ଏହି ବୈଠକ ବନ୍ଦ ନ କରି ପରବର୍ତ୍ତୀ ୪ ଘଣ୍ଟା ପର୍ଯ୍ୟନ୍ତ ଚାଲିଥିଲା। ବୈଠକରେ ଉପସ୍ଥିତ କାଉନସିଲରମାନେ ଦମ୍ପତିଙ୍କ ଏହି ଦୃଶ୍ୟ ଦେଖି ଆଶ୍ଚର୍ଯ୍ୟ ହୋଇଥିଲେ ମଧ୍ୟ ସେମାନେ ଏହାକୁ ଅଣଦେଖା କରି ସେମାନଙ୍କର ବୈଠକ ଜାରି ରଖିଥିଲେ।


ଏହି ବୈଠକରେ ଉପସ୍ଥିତ ଥିବା ସମାଜବାଦ ଏବଂ ଲିବର୍ଟି ପାର୍ଟିର ନେତା ଲିଓନେଲ ବ୍ରିଜୋଲା କହିଛନ୍ତି ଯେ, ଏହା ଘଟିବା ମାତ୍ରେ ଆମେ ତୁରନ୍ତ ଅଡିଓ ଏବଂ ଭିଡିଓ କଣ୍ଟ୍ରୋଲ ଦଳକୁ ଫିଡ୍‌ ବନ୍ଦ କରିବାକୁ କହିଥିଲୁ। କ୍ୟାମେରାରେ ଏପରି କାର୍ଯ୍ୟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?