ଅସହ୍ୟ ହେଲା ଋଣଭାର, ବିଷ ପିଇ ଜୀବନ ହାରିଲେ ଦମ୍ପତି

ପୁରୁଷୋତ୍ତମପୁର,୯ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ତଥା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ବେଢ଼ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଋଣଭାରରେ ଅସହ୍ୟ ହୋଇ ଦମ୍ପତି ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏହାକୁ ନେଇ ଗ୍ରାମରେ ଶୋକାକୁଳ ପରିବେଶ ଦେଖାଦେଇଛି। ମୃତ ଦମ୍ପତି ହେଲେ ଲଡୁକିଶୋର ମହାରଣା (୬) ଓ ସଜନି ମହାରଣା(୫୭)। ଏହି ଦମ୍ପତିଙ୍କ ତିନିଝିଅ ବିବାହ ହୋଇଯାଇଥିବା ବେଳେ ଏକମାତ୍ର ପୁଅ ସନ୍ତୋଷ ପରିବାର ସହ ବିଦେଶରେ ରହୁଛନ୍ତି। ସ୍ବାମୀ ସ୍ତ୍ରୀ ଦୁହେଁ ଗ୍ରାମରେ ଏକାକୀ ରହି ଚାଷକାର୍ଯ୍ୟ କରି ବଞ୍ଚୁଥିଲେ।
ଗ୍ରାମବାସୀଙ୍କଠାରୁ ଜଣାପଡ଼ିଛି ଯେ, ଲଡୁକିଶୋର ଓ ସଜନି ବିଭିନ୍ନ ଘରୋଇ ଫାଇନାନ୍ସ କମ୍ପାନୀ ଓ ବାହାରଲୋକଙ୍କଠାରୁ ପ୍ରାୟ ୩ ଲକ୍ଷ ଟଙ୍କା ଋଣ ଆଣି ଚାଷ କରିଥିଲେ। ମାତ୍ର ଏହି ଧାନ ଫସଲ ଗତ ଲଗାଣ ବର୍ଷାରେ କ୍ଷତି ହୋଇଯାଇଥବା ବେଳେ ଗତ କିଛିଦିନ ହେଲା ଲଡୁକିଶୋରଙ୍କ ସ୍ବାସ୍ଥ୍ୟ ଖରାପ ହୋଇପଡ଼ଥିବାରୁ ସେ ଆଉ କାମଧନ୍ଦା କରିପାରୁନାହାନ୍ତି। ଋଣକୁ ନେଇ ଫାଇନାନ୍ସ କମ୍ପାନୀଗୁଡ଼ିକ ଘରକୁ ବାରମ୍ବାର ଆସି ଟଙ୍କା ମାଗିବା ସହ କରଜ ଆଣିଥିବା ଲୋକେ ମଧ୍ୟ ଟଙ୍କା ମାଗିଥିଲେ। ଫଳରେ କିପରି କରଜ ଶୁଝିବେ ସେଥିନେଇ ଚିନ୍ତାରେ ପଡ଼ି ଉଭୟେ କୀଟନାଶକ ଔଷଧ ପିଇ ଜୀବନ ହାରିଦେଇଛନ୍ତି। ବୁଧବାର ମଧ୍ୟାହ୍ନରେ ଏକ ଫାଇନାନ୍ସ କମ୍ପାନୀର କର୍ମଚାରୀମାନେ ଟଙ୍କା ମାଗିବାକୁ ଘରକୁ ଆସିଥିବା ବେଳେ ଘଟଣା ଦେଖି ଗ୍ରାମବାସୀଙ୍କୁ ଜଣାଇଥିଲେ। ଏହାକୁ ନେଇ ଗ୍ରାମବାସୀ ପୁରୁଷୋତ୍ତମପୁର ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳକୁ ଆସି ମୃତଦେହ ଜବତ କରିବା ସହ କେସ୍‌ ନଂ ୭/୨୫ ଓ ୮/୨୫ ରେ ଦୁଇଟି ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ ନିମନ୍ତେ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri