ଋଣଭାରରେ ଦମ୍ପତିଙ୍କ ଆତ୍ମହତ୍ୟା

ଖୋର୍ଦ୍ଧା ଅଫିସ,୨।୭(ପ୍ରଭାତ ପାଣିଗ୍ରାହୀ) : ପୁରୀ ଜିଲା କଣାସ ବ୍ଲକ ଅଁଳାଯୋଡିରେ ଘରୋଇ ଫାଇନାନ୍ସ କମ୍ପାନୀର ଦାଦାଗିରି । କମ୍ପାନୀ କର୍ମଚାରୀଙ୍କ ଦୌରାତ୍ମ, ଋଣ ଶୁଝିବା ପାଇଁ ମାନସିକ ଚାପରୁ ରବିବାର ଭୋର ସମୟରେ ବୃଦ୍ଧ ଦମ୍ପତିଙ୍କ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ମୃତ ଦମ୍ପତି ବାନାମ୍ବର ବେହେରା(୬୦) ଏବଂ ବନିତା(୫୩) ।
ଶନିବାର ଫାଇନାନ୍ସ କମ୍ପନୀର କର୍ମଚାରୀମାନେ କିସ୍ତି ଟଙ୍କା ପାଇଁ ଘରେ ପହଁଞ୍ଚିଥିଲେ। ମଧ୍ୟ ରାତ୍ରୀ ପର୍ଯ୍ୟନ୍ତ କିସ୍ତି ଟଙ୍କା ପାଇଁ ଘରେ ବସି ରହିଥିଲେ । ବୃଦ୍ଧ ଦମ୍ପତିଙ୍କ ପାଖରେ ଟଙ୍କା ନ ଥିବା ଜାଣିବା ପରେ ବି କର୍ମଚାରୀମାନେ ଘରୁ ବାହାରି ନ ଥିଲେ । ଶେଷରେ ଭୋରୁ ଘର ଭିତରେ ସ୍ବାମୀ ସ୍ତ୍ରୀ ଆତ୍ମହତ୍ୟା କରିଥିଲେ । ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଟାଉନ ପୋଲିସ ଶବ ଜବତ କରି ମୃତଦେହ ବ୍ୟବଚ୍ଛେଦ ଲାଗି ପଠାଇ କଣାସ ପୋଲିସକୁ ଖବର ଦେଇଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଖବର ଲେଖା ହେବା ପର୍ଯ୍ୟନ୍ତ ଏନେଇ ଥାନାରେ କୌଣସି ଅଭିଯୋଗ ହୋଇନାହିଁି। ମୃତ ଦମ୍ପତିଙ୍କ ପୁଅ ପ୍ରମୋଦ କୁହନ୍ତି ଫାଇନାନ୍ସ କମ୍ପାନୀର ଦୌରାତ୍ମରୁ ବାପାମାଆଙ୍କ ଜୀବନଗଲା। ଆମେ ବାପଛେଉଣ୍ଡ ହୋଇଗଲୁ। ସଂପୃକ୍ତ କମ୍ପାନୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ।
ସୂଚନା ମୁତାବକ, ବାନାମ୍ବର ଜଣେ ଦିନ ମଜୁରିଆ। ଦୁଇ ପୁଅ ପ୍ରମୋଦ ଓ ପ୍ରଶାନ୍ତ ଭୁବନେଶ୍ବରରେ ରହି କାମ କରୁଛନ୍ତି। ଗତ କିଛିଦିନ ତଳେ ବାନାମ୍ବର ଘରୋଇ ଫାଇନାନ୍ସ କମ୍ପାନୀ ଠାରୁ ଟଙ୍କା ଋଣ ନେଇଥିଲେ। ଠିକ ସମୟରେ ସୁଝି ନ ପାରିବାରୁ ସୁଧହାର ବଢି ଚାଲିଥିଲା। ଏପଟେ କମ୍ପାନୀ କର୍ମଚାରୀ ତାଙ୍କ ଦ୍ବାର ପହଞ୍ଚି ଟଙ୍କା ସୁଝିବା ପାଇଁ ବାରମ୍ବାର ହଇରାଣ କରୁଥିଲେ। ଋଣଭାର, କର୍ମଚାରୀଙ୍କ ଦୌରାତ୍ମ ଯୋଗୁ ଦମ୍ପତି ମାନସିକ ସ୍ତରରେ ଭାଙ୍ଗି ପଡିଥିଲେ। ଶେଷରେ ଋଣଭାରକ୍ରାନ୍ତିରୁ ମୁକ୍ତି ଲାଗି ଆତ୍ମହତ୍ୟା କରିବାକୁ ଚରମ ନିଷ୍ପତ୍ତି ନେବାକୁ ପଛାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?