ନମ୍ବର ବିହୀନ ପିକ୍‌ଅପ ଭ୍ୟାନ୍‌ ଧକ୍କାରେ ଦମ୍ପତି ଗୁରୁତର: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

ଚାନ୍ଦବାଲି,୩।୧୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ମୁଖ୍ୟ ରାସ୍ତା ଉଗ୍ରତାରା ମୁନିଛକ ନିକଟରେ ଏକ ନମ୍ବର ବିହୀନ ପିକଅପ୍‌ ଭ୍ୟାନ ଧକ୍କାରେ ଦମ୍ପତି ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ଓରାସାହି ପଞ୍ଚାୟତ ବାଘଟନା ଗାଁର ଦେବବ୍ରତ ରାଉଳ ଏବଂ ତାଙ୍କ ସ୍ତ୍ରୀ ଅନିତା ରାଉଳ। ଧକ୍କା ପରେ ପିକ୍‌ଅପ୍‌ ଭ୍ୟାନ୍‌ଟି ରାସ୍ତା କଡ଼ରେ ଥିବା ପୋଖରୀରେ ଓଲଟିପଡ଼ିଥିଲା ।
ସ୍ଥାନୀୟ ଲୋକେ ଦମ୍ପତିଙ୍କୁ ଉଦ୍ଧାର କରି ଚାନ୍ଦବାଲି ମେଡ଼ିକାଲରେ ଭର୍ତ୍ତି କରିଥିଲେ । ହେଲେ ସ୍ତ୍ରୀ, ସ୍ବାମୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ଜଣାପଡିଛି। ଉଭୟଙ୍କୁ ଚାନ୍ଦବାଲି ମେଡ଼ିକାଲରୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବରପାଇ ଘଟଣାସ୍ଥଳରେ ଚାନ୍ଦବାଲି ପୋଲିସ ପହଞ୍ଚି ପିକ୍‌ଅପ୍‌ ଭ୍ୟାନ ଚାଳକଙ୍କୁ କାବୁ କରି ନେଇଛି। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ଭଦ୍ରକ-ଚାନ୍ଦବାଲି ରାସ୍ତାରୋକୋ କରିଛନ୍ତି। ଏନେଇ ଘଟଣାସ୍ଥଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ୟୋଗୀମାନଙ୍କୁ ମାଗଣାରେ ମିଳିବ ଋଣ-ସବସିଡ଼ି: ବିକଶିତ ଓଡ଼ିଶା ପାଇଁ ଏମଏସଏମଇ…

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ରେ ବ୍ଲକ ପ୍ରଶାସନ ପକ୍ଷରୁ ସୋମବାର ବିକଶିତ ଓଡ଼ିଶା…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର…

କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ଭକ୍ତିଭାବରେ ପାଳିତ ହେଲା ଦେବସ୍ନାନ ପୂର୍ଣ୍ଣିମା

ଭଞ୍ଜନଗର, ୨୯।୬ (ବାବୁଲା ପ୍ରଧାନ): ଭଞ୍ଜ ରାଜବଂଶ ଦ୍ୱାରା ପ୍ରତିଷ୍ଠିତ ଗଞ୍ଜାମ ଜିଲ୍ଲା ଭଞ୍ଜନଗର ନିକଟସ୍ଥ କୁଲାଡ଼ ଶ୍ରୀଜଗନ୍ନାଥ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ…

ଖେତ ବଚାଓ ଅଭିଯାନକୁ ମିଳିଲା ନୂଆ ଗତି: ଜୈବସାର ପ୍ରଚାରରେ ଅଗ୍ରଣୀ ଗଞ୍ଜାମ ଏଫପିସି

ଭଞ୍ଜନଗର,୨୯।୬(ବାବୁଲା ପ୍ରଧାନ): ଭାରତୀୟ କୃଷି ଅନୁସନ୍ଧାନ ପରିଷଦ (ଆଇସିଏଆର୍‌) ଅଧୀନସ୍ଥ କେନ୍ଦ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନ (ସିଆରଆରଆଇ) ପକ୍ଷରୁ ଜୈବସାରର ବୈଜ୍ଞାନିକ ପ୍ରଚାର ଏବଂ ସନ୍ତୁଳିତ ସାର…

କେପ୍‌ ଭର୍ଡିକୁ ଶକ୍ତ ଧକ୍କା: ଅଧିନାୟକଙ୍କ ବିରୋଧରେ ବଳାତ୍କାର ଅଭିଯୋଗ

ସିଆଟେଲ,୨୯ା୬: ଫିଫା ବିଶ୍ୱକପ୍‌ରେ ସଭିଙ୍କୁ ଚକିତ କରି ନକ୍‌ଆଉଟ୍‌ରେ ପ୍ରବେଶ କରିଛି କେପ୍‌ ଭର୍ଡି । କେପ୍‌ ଭର୍ଡି ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନାକୁ…

ପାନ ଦୋକାନୀ,ତାଙ୍କ ବାପାଙ୍କୁ ହତ୍ୟା ଉଦ୍ୟମ: ୨ ଗିରଫ

ଦିଗପହଣ୍ଡି,୨୯ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗାଁ ଛକରେ ପାନ ଦୋକାନ କରିଥିବା ରୁଦ୍ର ପ୍ରଧାନ ଏବଂ ତାଙ୍କ ବାପା ସଞ୍ଜୟ ପ୍ରଧାନଙ୍କୁ…

ଦିଗପହଣ୍ଡି ଛାତ୍ରଙ୍କ ଜାପାନ ଯାତ୍ରା: ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ      

ଦିଗପହଣ୍ଡି,୨୯|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡିପେଣ୍ଠ ଗ୍ରାମର ଛାତ୍ର ଦେବାଶିଷ ମିଶ୍ର ଜାପାନ ଯାତ୍ରା କରିଛନ୍ତି। ସେ ଗାଁ ସ୍କୁଲରୁ ପାଠ ପଢ଼ି…

ଧାନ ମଣ୍ଡି ନିକଟରୁ ମିଳିଲା ରକ୍ତାକ୍ତ ମୃତଦେହ, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

କୋକସରା,୨୯ା୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଡାଲଗୁମା ଗ୍ରାମ ଧାନ ମଣ୍ଡି ନିକଟରୁ ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ପୋଲିସ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri