ଟ୍ରକ୍‌ ଧକ୍କାରେ ଚାଲିଗଲା ଦମ୍ପତିଙ୍କ ଜୀବନ

ଝାରସୁଗଡ଼ା ଅଫିସ,୪।୧୧: ଝାରସୁଗଡ଼ା ଜିଲା ରେଙ୍ଗାଲି ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥ କତରବଗା ନିକଟରେ ଗୁରୁବାର ଅପରାହ୍ନରେ ଏକ ୧୪ ଚକିଆ ମାଲ୍‌ ବୋଝେଇ ଟ୍ରକ୍‌ ଏକ ବାଇକ୍‌(ନଂ.ଓଆର୍‌ ୨୩ଏଲ୍‌-୪୭୨୩)କୁ ଧକ୍କା ଦେଇଛି। ଫଳରେ ବାଇକ୍‌ରେ ଥିବା ଦମ୍ପତିଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତ ଦମ୍ପତି ହେଲେ ବନହରପାଲି ଥାନା ଅଧୀନ ସାପାଲି ଗ୍ରାମର ରାମକୃଷ୍ଣ ସା(୪୬) ଏବଂ ତାଙ୍କର ସ୍ତ୍ରୀ ସବିତା (୪୩)।
ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଥିଲେ। ଏନେଇ ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଖବରପାଇ ରେଙ୍ଗାଲି ଥାନା ପୋଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲା। ଦୁର୍ଘଟଣା ଘଟାଇଥିବା ଟ୍ରକ୍‌ ଚାଳକଙ୍କୁ ଲୋକେ ପୋଲିସ ଜିମା ଦେଇଛନ୍ତି। ପୋଲିସ ଦୁଘର୍ଟଣା ଘଟାଇଥିବା ଟ୍ରକ୍‌(ନଂ.ସିଜି ୧୩ଏସି ୫୦୯୯)କୁ ଜବତ କରିଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି।

ସୂଚନା ଯୋଗ୍ୟ, ଦମ୍ପତି କତରବଗା ସ୍କୁଲରେ ପଢୁଥିବା ନିଜ ଝିଅକୁ ଦେଖି ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?