ବିଷ ପିଇ ଦେଲେ ଦମ୍ପତି

ଫୁଲବାଣୀ,୩୦ା୫(ରାକେଶ କୁମାର ରାଉତ): ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଫରିଙ୍ଗିଆ ବ୍ଲକରେ। ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହେବାପରେ ଉଭୟେ ବିଷ ପିଇ ଦେଇଛନ୍ତି  । ଏଥିରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ବାମୀ ମେଡିକାଲରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ମୃତ ମହିଳା ହେଲେ ବିଲୁରୀ ଗାଁ ର ସୁଶାନ୍ତ କହଁରଙ୍କ ସ୍ତ୍ରୀ ପାନୁରି ।
ଫିରିଙ୍ଗିଆ ବ୍ଲକ ଗୋଛାପଡା ଥାନା ଅଧୀନ ପକାରୀ ପଞ୍ଚାୟତ ବିଲୁରୀ ଗାଁର ସୁଶାନ୍ତ ଓ ସ୍ତ୍ରୀ ପାନୁରିଙ୍କ ମଧ୍ୟରେ ଘରୋଇ କଥାକୁ ନେଇ ଗଣ୍ଡଗୋଳ ହୋଇଥିଲା। ଏଥିରେ ଅତିଷ୍ଠ ହୋଇ ଉଭୟ ବିଷ ପିଇ ଦେଇଥିଲେ । ଘଟଣା ଜଣାପଡିବା ପରେ ପଡୋଶୀ ଏକ ଅଟୋ ଭଡା କରି ଉଭୟଙ୍କୁ ପ୍ରଥମେ ବାଳନ୍ଦାପଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଲୟକୁ ସ୍ଥାନାନ୍ତର କରାଯାଇଥିଲା  । ସ୍ତ୍ରୀ ପାନୁରିଙ୍କ ମୃତ୍ୟୁ ଘଟିଥିବା ବେଳେ ଗୋଚ୍ଛାପଡା ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ଗୋଚ୍ଛାପଡା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି  ।

Enter your email to get our daily news in your inbox.

All Right Reserved By Dharitri.Com

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri