ବିଷ ପିଇଲେ ପ୍ରେମୀଯୁଗଳ

ଲଖନପୁର,୧୬ା୧(ଡି.ଏନ୍‌.ଏ.): ପାରିବାରିକ ସ୍ବୀକୃତି ନ ମିଳିବାରୁ ଶେଷରେ ଆମତ୍ହତ୍ୟା ଭଳି ଚରମ ନିଷ୍ପତ୍ତି ନେଇ ବିଷପାନ କରିଥିଲେ ପ୍ରେମୀଯୁଗଳ। ହେଲେ ଏଥିରେ ପ୍ରେମିକଙ୍କ ମୃତ୍ୟୁ ଘଟିଥିବା ବେଳେ ପ୍ରେମିକା ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡା ଜିଲା ସଦର ଥାନା ଅଧୀନ ମରାକୁଟା ଅଞ୍ଚଳରେ। ପୋଲିସ ପ୍ରେମିକଙ୍କ ମୃତଦେହ ଜବତ କରିଛି। ସେ ହେଲେ ଲଖନପୁର ଥାନା ଉବୁଡା ଗ୍ରାମର ଗୋବର୍ଦ୍ଧନ ଓରାମ(୩୦)। ପ୍ରେମୀଯୁଗଳ ପରସ୍ପରକୁ ଭଲପାଇ ଆସୁଥିଲେ। ଏପରିସ୍ଥଳେ ଗତ ମଙ୍ଗଳବାର ରାତିରେ ସେମାନେ ଘରୁ ବାହାରି ଗ୍ରାମର ଅନତି ଦୂରରେ ବିଷପାନ କରିଥିଲେ। ଏଥିରେ ଉଭୟ ଗୁରୁତର ହୋଇ ପଡିଥିଲେ। ଏଭଳି ଅବସ୍ଥାରେ ପ୍ରେମିକା ଘରକୁ ଫୋନ କରି ଘଟଣା ସମ୍ପର୍କରେ ପରିବାରକୁ ଜଣାଇଥିଲେ। ଖବରପାଇ ପରିବାର ଲୋକେ ପହଞ୍ଚତ୍ ଗୁରୁତର ଅବସ୍ଥାରେ ଝିଅକୁ ଉଦ୍ଧାର କରି ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ଥିବାରୁ ସେଠାରୁ ବୁର୍ଲା ଭିଏସ୍‌ଏସ୍‌କୁ ସ୍ଥାନ୍ତାନ୍ତର କରାଯାଇଛି। ମୃତ ଗୋବର୍ଦ୍ଧନଙ୍କ ବଡ଼ଭାଇ ସନ୍ତୋଷଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ଝାରସୁଗୁଡା ସଦର ଥାନାରେ ଏକ ଅପମୃତ୍ୟୁ ମାମଲା (ନଂ.୨/୨୧) ରୁଜୁକରି ତଦନ୍ତ ଚଳାଇଛି। ପ୍ରେମୀଯୁଗଳ ଭିନ୍ନ ଜାତିର ହୋଇଥିବା ବେଳେ ଉଭୟ ପରିବାର ଏହାକୁ ସ୍ବୀକୃତି ଦେଇ ନ ଥିଲେ। ଫଳରେ ଉଭୟ ଆମତ୍ହତ୍ୟା ନିଷ୍ପତ୍ତି ନେଇଥିବା ପୋଲିସ ତଦନ୍ତରୁ ଜାଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?