ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ହତ୍ୟା

ଗଜପତି,୭ା୮(ଗିରିଧାରୀ ପରିଚ୍ଛା): ପାହାଡ଼ ଉପରେ ଥିବା କୁଡ଼ିଆରେ ଶୋଇଥିବା ବେଳେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗଜପତି ଜିଲା ଆର୍‌ ଉଦୟଗିରି ଥାନା ଟୁଙ୍ଗୁରୁ ଗାଁ ରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକ ଦୁହେଁ ଟୁଁଗୁରୁ ଗାଁର ଚୈତନ ମଣ୍ଡଳ ଓ ଇରଯାନୀ ମଣ୍ଡଳ। ପାହାଡ଼ ଉପରେ ଏକ କୁଡ଼ିଆ ଘରେ ରହୁଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଦମ୍ପତିଙ୍କୁ ହତ୍ୟା କରିଛନ୍ତି। କୁଡ଼ିଆ ଘରେ କିଛି ଟଙ୍କା ଓ ସୁନା ଦୁର୍ବୃତ୍ତମାନେ ନେଇଥିବା କହିଛନ୍ତି ପୁଅ ଇସ୍ମାଇଲ।

ଆର୍‌.ଉଦୟଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଦୁଇଟିକୁ ଜବତ କରିବା ସହ ଏଜ ଅପମୃତ୍ୟୁ ମାମଲା ରୁଜୁ କରି କେସ୍‌ ନମ୍ବର ୧୨୦/୨୪ର ତଦନ୍ତ ଆରମ୍ଭ କରିଛି। ଆଜି ଏହି ଘଟଣାରେ ସାଇଣ୍ଟଫିକ୍‌ ଟିମ୍‌ ପହଞ୍ଚି ଘଟଣାସ୍ଥଳରୁ ରକ୍ତ ନମୁନା ଓ ପାରିପାର୍ଶ୍ୱିକ ସ୍ଥିତିରୁ ଅନେକ ତଥ୍ୟ ସଂଗ୍ରହ କରି ତଦନ୍ତ ଆରମ୍ଭ କରିଛି। ତେବେ ହତ୍ୟାର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଥିବା ବେଳେ ପ୍ରାଥମିକ ତଦନ୍ତରୁ ଯାହା ଜଣାପଡ଼ିଛି ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ତେବେ ଦୁଇ ଦୁଇ ଜଣଙ୍କୁ ରାତି ଅଧିଆ ବୀଭତ୍ସ ହତ୍ୟା କରିଥିବା ବ୍ୟକ୍ତି ଜଣକ କିଏ ଓ କେଉଁ କାରଣରୁ ହତ୍ୟା କରିଛି, ଜଣେ ବ୍ୟକ୍ତି ବା ସଂଘବଦ୍ଧ ଆକ୍ରମଣ ଏହି ତଥ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ତେବେ ଘଟଣାର ତଦନ୍ତ ଚାଲିଥିବା ହେତୁ ତଦନ୍ତରେ କୌଣସି ବାଧା ଉପୁଜିବ। ତେଣୁ ଆର୍‌. ଉଦୟଗିରି ପୋଲିସ ଘଟଣା ସମ୍ପର୍କରେ କୌଣସି ତଥ୍ୟ ଦେବାକୁ ମନା କରିଛି। ଘଟଣାର ତଦନ୍ତ ପରେ ସମସ୍ତ ତଥ୍ୟ ଗଣମାଧ୍ୟମକୁ ଦିଆଯିବ ବୋଲି ବୋଲି ଆର୍‌ ଉଦୟଗିରି ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri