ରାତି ଅଧରେ ଘରେ ପଶି ସ୍ୱାମୀ-ସ୍ତ୍ରୀଙ୍କୁ ହତ୍ୟା: ପୁଅ ଗୁରୁତର,  ପଡ଼ୋଶୀ ଅଟ ଥିବା ସୂଚନା

କୋରୁକୋଣ୍ଡା, ୧/୧୧ (ଅଶୋକ କୁମାର ପରିଡ଼ା): ଘରେ ପଶି ଏକ ଦମ୍ପତିଙ୍କୁ ନିର୍ମମ ଭାବେ ହତ୍ୟା କରିବା ସହ ସେମାନଙ୍କ ୧୨ ବର୍ଷୀୟ ପୁଅକୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏଭଳି ଏକ ଲୋମହର୍ଷଣକାରୀ ଘଟଣା ମାଲକାନଗିରି ଜିଲା ଓରକେଲ ଥାନା ଅନ୍ତର୍ଗତ ଏମଭି-୩୬ ଗ୍ରାମରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ରବିବାର ଭୋର ପ୍ରାୟ ୩ଟା ସମୟରେ ଜଣେ ଦୁର୍ବୃତ୍ତ ଘରେ ପଶି ଧାରୁଆ ଅସ୍ତ୍ରରେ ଆକ୍ରମଣ କରିବାରୁ ସ୍ୱାମୀ-ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ସେମାନଙ୍କ ପୁଅ ଗୁରୁତର ଆହତ ହୋଇଛି।

ଗ୍ରାମବାସୀଙ୍କଠାରୁ ମିଳିଥିବା ସୂଚନାନୁଯାୟୀ, ଗ୍ରାମର ରମେନ୍ଦ୍ରନାଥ ସରକାରଙ୍କ ଘରର ଗ୍ରୀଲ୍‌ ଭାଙ୍ଗି ଜଣେ ଦୁର୍ବୃତ୍ତ ଭିତରକୁ ପ୍ରବେଶ କରିଥିଲା। ପରେ ସେ ରମେନ୍ଦ୍ରନାଥଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲା। ତାଙ୍କ ଚିତ୍କାର ଶୁଣି ସ୍ତ୍ରୀ ଓ ପୁଅ ଘଟଣାସ୍ଥଳକୁ ଆସିବାରୁ ଆକ୍ରମଣକାରୀ ସେମାନଙ୍କୁ ମଧ୍ୟ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ରମେନ୍ଦ୍ରନାଥ ଓ ତାଙ୍କ ସ୍ତ୍ରୀ ରେବ ମଣ୍ଡଳଙ୍କ ମୃତ୍ୟୁ ହୋଇଥିବାବେଳେ ଗୁରୁତର ଆହତ ପୁଅକୁ ଉଦ୍ଧାର କରି ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ପ୍ରାଥମିକ ସୂଚନାନୁଯାୟୀ, ଆକ୍ରମଣକାରୀ ମୃତ ରମେନ୍ଦ୍ରନାଥଙ୍କ ପଡ଼ୋଶୀ ବୋଲି ଜଣାପଡ଼ିଛି। ଘରୋଇ କଳହକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ନେଇ ଚର୍ଚ୍ଚା ହେଉଥିଲେ ମଧ୍ୟ ଏହାର ପ୍ରକୃତ କାରଣ ଏଯାଏଁ ସ୍ପଷ୍ଟ ହୋଇନାହିଁ।

ଖବର ପାଇ ଏସ୍‌ଡିପିଓ ପ୍ରଦୋଷ ପ୍ରଧାନ ଓ ଓରକେଲ ଥାନାଧିକାରୀ ରିଗାନ କିଣ୍ଡୋ ପୋଲିସ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଅଭିଯୁକ୍ତ ଫେରାର ହେବାକୁ ଉଦ୍ୟମ କରୁଥିବାବେଳେ ଓରକେଲ ପୋଲିସ ତାଙ୍କୁ ଅଟକ ରଖିଥିବା ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି। ଅନ୍ୟପକ୍ଷରେ, କୋରାପୁଟରୁ ସାଇଣ୍ଟିଫିକ୍‌ ଟିମ୍‌ ଆସି ଘଟଣାସ୍ଥଳରେ ତଦନ୍ତ କରିବ ବୋଲି ମଧ୍ୟ ସୂଚନା ମିଳିଛି। ପୋଲିସର ତଦନ୍ତ ପରେ ହତ୍ୟାକାଣ୍ଡର ପ୍ରକୃତ କାରଣ ଓ ଅନ୍ୟାନ୍ୟ ତଥ୍ୟ ସ୍ପଷ୍ଟ ହେବ।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଏହି ମ୍ୟାଚରେ ପ୍ରତ୍ୟାବର୍ତ୍ତନ କରିବେ ରୋହିତ ଶର୍ମା; ଜାଣନ୍ତୁ ସେ କେତୋଟି ମ୍ୟାଚ ଖେଳିବେ

ନୂଆଦିଲ୍ଲୀ,୧।୧୧: ରୋହିତ ଶର୍ମା ମୁମ୍ବାଇ ଦଳକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ସେ ମୁମ୍ବାଇ କ୍ରିକେଟ ଆସୋସିଏସନ (MCA) କୁ ଜଣାଇଛନ୍ତି ଯେ, ଡିସେମ୍ବରରେ ହେବାକୁ ଥିବା ‘ବିଜୟ…

ମାଟିରେ ମିଶିଲା ଇନ୍ଦ୍ରଗଡ଼ ପଞ୍ଚାୟତ କାର୍ଯ୍ୟାଳୟ

ରାଇକିଆ, ୧/୧୧ (ପ୍ରଦୀପ ବେହେରା): ବାହ୍ୟ ଜଗତରୁ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡ଼ିଥିବା ଇନ୍ଦ୍ରଗଡ଼ ପଞ୍ଚାୟତ ଉପରେ ଫୋକସ୍ କରିଛି କନ୍ଧମାଳ ଜିଲା ପ୍ରଶାସନ। ମାଣିକେଶ୍ୱର ପରେ ଏହି…

କୋଟିଆ ଭୋଟରଙ୍କୁ ଜଗିବେ ୩ ଦଳ

କୋରାପୁଟ,୧।୧୧(ଅମିତାଭ ବେହେରା): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପୁଣି ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି। କୋଟିଆ ଗ୍ରାମପୁଞ୍ଜରେ ଆନ୍ଧ୍ର ପକ୍ଷରୁ ହେବାକୁ ଥିବା ନିର୍ବାଚନକୁ…

ଧରିତ୍ରୀ ୟୁଥ୍‌ କନ୍‌କ୍ଲେଭ୍‌-୨୦୨୬: ପ୍ରଦୂଷିତ ପରିବେଶ ପାଇଁ ବହୁ ଜୀବଜନ୍ତୁ ବିଲୁପ୍ତପ୍ରାୟ

ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ ଆଜିକାଲିର ପ୍ରଦୂଷଣ ବୃଦ୍ଧି ମନୁଷ୍ୟକୃତ। ନିଜ ସୁବିଧା ପାଇଁ ଆମେ କଳକାରଖାନା ବୃଦ୍ଧି କରୁଛେ, ଯାହା ଆମ ପରିବେଶ ଓ ଜୀବଜଗତ…

LPG ସିଲିଣ୍ଡର ପିଛା ଦାମ ବଢ଼ିବ ୩୭୦ ଟଙ୍କା; ଡିସେମ୍ବରରେ ହେବ ମୂଲ୍ୟ ବୃଦ୍ଧିି! କ୍ଷତିରେ ଚାଲୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୧।୧୧: ଡିସେମ୍ବର ୨୦୨୬ରେ, ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଉପରେ ‘ଅଣ୍ଡର-ରିକଭରି’ (ଅର୍ଥାତ ଉତ୍ପାଦନ/କ୍ରୟ ମୂଲ୍ୟ ଏବଂ ବିକ୍ରୟ ମୂଲ୍ୟ ମଧ୍ୟରେ ଥିବା ପାର୍ଥକ୍ୟ) ପ୍ରାୟ ୧୩%…

ସ୍ବାସ୍ଥ୍ୟ ପାଇଁ ସୁଧା: ବିଶ୍ୱ ଭେଗାନ୍‌ ଦିବସ

ସମଗ୍ର ବିଶ୍ୱରେ ଶାକାହାରୀ ଜୀବନଶୈଳୀ, ପରିବେଶ ସୁରକ୍ଷା ଏବଂ ପ୍ରାଣୀଙ୍କ ପ୍ରତି ଦୟାଭାବ ଜାଗ୍ରତ ଉଦ୍ଦେଶ୍ୟରେ ପ୍ରତିବର୍ଷ ନଭେମ୍ବର ୧ରେ ପାଳନ କରାଯାଇଆସୁଛି ‘ବିଶ୍ୱ ଭେଗାନ୍‌ ଦିବସ’।…

CJP ଦୀପାବଳି ପାର୍ଟିରେ ଯୋଗ ଦେଲେ ବିରୋଧୀ ଦଳର ନେତା; ଅଭିଜିତ ଦୀପକେ, ସୌରଭ ଦାସଙ୍କୁ କ’ଣ କହିଲେ ସୁପ୍ରିୟା ସୁଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୧୧: ‘କକରୋଚ ଜନତା ପାର୍ଟି’ (CJP) ଏବଂ କେତେଜଣ ବିରୋଧୀ ଦଳର ନେତାଙ୍କ ମଧ୍ୟରେ ନିକଟତର ହେବାର ସଙ୍କେତ ମିଳୁଛି। ଶନିବାର, ତୃଣମୂଳ କଂଗ୍ରେସ, ସିପିଆଇ(ଏମ) (CPI(M))…

ଏଇ ଭାରତରେ

ଜଙ୍ଗଲରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ହାତୀମାନେ ଜନବସତି ଆଡ଼କୁ ମୁହଁାଉଛନ୍ତି। ଫସଲ ଓ ଧନଜୀବନ ରକ୍ଷା କରିବା ପାଇଁ ମଣିଷ ସେମାନଙ୍କର ମୁକାବିଲା କରୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?