ବନ୍ଧୁକ ମୁନରେ ଦମ୍ପତିଙ୍କୁ ଲୁଟିଥିଲେ, ନାବାଳକଙ୍କ ସମେତ ୫ ଗିରଫ

ସଇଁତଳା,୧୦ା୩(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଘୁନସର ଗାଁ ହାଇସ୍କୁଲ ଛକ ନିକଟରେ ଗତ ୮ ତାରିଖ ବିଳମ୍ବିତ ରାତିରୁ ଚାରିଚକିଆ ଗାଡ଼ି ଯୋଗେ ବଲାଙ୍ଗୀରରୁ ନିଜ ଗାଁ ଡୁମେରମୁଣ୍ଡାକୁ ଫେରୁଥିବା ବେଳେ ଘୁନସର କଲେଜ ଛକ ନିକଟରେ କିଛି ଦୁର୍ବୃତ୍ତ ଗାଡ଼ିକୁ ଅଟକାଇ ବନ୍ଧୁକ ଦେଖାଇ ଦମ୍ପତିଙ୍କଠାରୁ ସୁନା ଗହଣା ଲୁଟ୍‌ କରି ଫେରାର ମାରିଥିଲେ। ପରେ ଦମ୍ପତି ଜଣକ ଚିତ୍କାର କରିବାରୁ ସ୍ଥାନୀୟ ଘଟଣାସ୍ଥଳରେ ପହଞ୍ଚିଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ସଇଁତଳା ପୋଲିସକୁ ଯୋଗାଯୋଗ କରିଥିଲେ। ପୋଲିସ ଘଟଣାସ୍ଥଳକୁ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଘଟଣା ସମ୍ପର୍କରେ ତଦନ୍ତ ପରେ ଡ୍ରାଇଭର ସମେତ ୫ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି କରିଥିଲା ପୋଲିସ। ଘଟଣାରେ ଉକ୍ତ ଗାଡି ଡ୍ରାଇଭର ସମେତ ୫ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ। ଗିରଫ ଅଭିଯୁକ୍ତମାନଙ୍କଠାରୁ ଗୋଟିଏ ଦେଶୀ ବନ୍ଧୁକ, ସୁନା ହାର, ସୁନା ଚେନ ଦୁଇଟି, ଦୁଇଟି ବାଇକ୍‌, ଚାରୋଟି ବାଇକ୍‌ ଓ ଏକ ଲୁହା ଅସ୍ତ୍ର ଜବତ କରିଥିବା ବେଳେ ଗିରଫ ଅଭିଯୁକ୍ତମାନେ ହେଲେ ଡ୍ରାଇଭର ବିଦ୍ୟାଶଙ୍କର ସାହୁ, ୨ ପିଣ୍ଟୁ ସାହୁ,ଚିନ୍ତାମଣି ସାହୁ ଓ ଜଣେ ନାବାଳକ ଥିବା ବଲାଙ୍ଗୀର ଏସ୍‌ପି ଅଭିଲାସ ଜୀ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଦିନରେ ସିଂହାରିନି ଦଳ ବିଜୟୀ: ଆଜି ହେବ ଫାଇନାଲ ମୁକାବିଲା

ଗଞ୍ଜାମ,୩୧।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ସୋମବାର…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ରାଶନ ଦୋକାନରେ ପୁଣି ମିଳିବ କିରୋସିନ: ଶକ୍ତି ସଙ୍କଟ ମଧ୍ୟରେ କେଉଁ ରାଜ୍ୟକୁ ମିଳିଲା ଅନୁମୋଦନ ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୩: ଆଜି ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ୩୨ ତମ ଦିନ। ଏହା ଶକ୍ତି ଯୋଗାଣ ନେଇ ଚିନ୍ତାକୁ ଆହୁରି ଘନୀଭୂତ କରିଛି। ଏହି ଶକ୍ତି ସଙ୍କଟ ମଧ୍ୟରେ,…

ବେଲଗଛରେ ଛୁଲୁଥିଲା ବିଜେଡି ନେତାଙ୍କ ସ୍ତ୍ରୀଙ୍କ ମୃତଦେହ: ପୋଲିସ କଲା ଜବତ

ନୂଆପଡ଼ା,୩୧ା୩ (ମକାରୁ ବେମାଲ):ନୂଆପଡା ସହରର ମାତାଗୁଡି ପଡାସ୍ଥିତ ଏକ ବେଲଗଛରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ସେ ହେଲେ ପୂର୍ବତନ ଯୁବ ବିଜୁ ଜନତା…

ବିଧାୟିକା, ଅଧ୍ୟକ୍ଷଙ୍କ ପୁତ୍ତଳିକା ପୋଡ଼ି ବିକ୍ଷୋଭ: ଭାଜପା କହିଲା ଗୁଣ୍ଡାରାଜ କଥା ଆସିଲାବେଳକୁ ବିଜେଡି…

କେସିଙ୍ଗା,୩୧।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନମଣ୍ଡଳୀର ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଭାରପ୍ରାପ୍ତ ଅଧ୍ୟକ୍ଷ ମୁନା ମହାନ୍ତି ତହସିଲଦାରଙ୍କୁ ଧମକ ଦେବା…

ହର୍ମୁଜରେ ଏବେ ଟିକସ ଆଦାୟ କରିବ ଇରାନ, ସଂସଦରେ ଆଇନକୁ ମିଳିଲା ମଞ୍ଜୁରୀ

ତେହରାନ,୩୧।୩: ଇରାନ ସହିତ ସଂଘର୍ଷ ପରିପ୍ରେକ୍ଷୀରେ, ଯାହା ଡରାଉ ଥିଲା ତାହା ହିଁ ଘଟିଛି। ଇରାନର ସଂସଦ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ ଉପରେ ଟୋଲ ଲାଗୁ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri