ଟ୍ରକରେ ପିଟିହେଲା ବାଇକ୍‌, ଦମ୍ପତି ଗୁରୁତର

କେନ୍ଦୁଝର,୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ବାଲିଆଗୋଡ଼ା ନିକଟ ରାସ୍ତା ପାର୍ଶ୍ୱରେ ଅଟକି ରହିଥିବା ଟ୍ରକ ପଛପଟେ ଏକ ବାଇକ୍‌ ପିଟି ହୋଇଯାଇଥିଲା। ଫଳରେ ଦମ୍ପତି ଗୁରୁତର ହୋଇଛନ୍ତି। ସେମାନେ ହେଲେ ବାଲିଆଗୋଡ଼ା ଗ୍ରାମର ଅଜୟ ମହାରଣା ଏବଂ ତାଙ୍କ ସ୍ତ୍ରୀ ହେମଲତା ମହାରଣା।

ମିଳିଥିବା ସୂଚନା ମୁତାବକ, ଅଜୟ ସ୍ତ୍ରୀଙ୍କ ସହ କୌଣସି କାମରେ ବାଇକ୍‌ ଯୋଗେ ରାଇସୁଆଁ ଆସୁଥିବା ବେଳେ ଏସାର ପେଟ୍ରଲ ପମ୍ପ ନିକଟ ରାସ୍ତାରେ ଅଟକି ରହିଥିବା ଏକ ଟ୍ରକ ପଛପଟେ ପିଟି ହୋଇଯାଇଥିଲେ। ଫଳରେ ଦୁହେଁ ରାସ୍ତାରେ ଛିଡିକି ପଡ଼ି ଗୁରୁତର ହୋଇଥିଲେ। ଏନେଇ ସ୍ଥାନୀୟ ଲୋକେ ଆମ୍ବୁଲାନ୍ସକୁ ଜଣାଇଥିଲେ। ହେଲେ ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ ହୋଇଥିଲା। ଫଳରେ ଲୋକେ ଦମ୍ପତିଙ୍କୁ ଗୁରୁତର ଉଦ୍ଧାର କରି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ସେଠାରେ ମଧ୍ୟ ଚିକିତ୍ସାରେ ବିଳମ୍ବ ହେବାରୁ ହେମଲତା ଗୁରୁତର ହୋଇପଡିଥିଲେ। ପରେ ତାଙ୍କୁ କଟକ ବଡ଼ମେଡିକାଲ ସ୍ଥାନାନ୍ତର କରାଯାଇଛି। ଅଜୟ ସେଠାରେ ଚିକିତ୍ସିତ ହେଉଛନ୍ତି। ହେଲମତାଙ୍କ ମୁଣ୍ତ ପଛ ପଟେ ଗଭୀର ଆଘାତ ଲାଗିଥିଲେ ହେଁ ଚିକିତ୍ସାରେ ବିଳମ୍ବ ହେବାରୁ ଅତ୍ୟଧିକ ରକ୍ତସ୍ରାବ ହୋଇ ପୁତୁରାବୋହୂ ସଙ୍କଟାପନ୍ନ ହୋଇପଡିଥିବା କାକା କୁନାଲ ମହାରଣା ଅଭିଯୋଗ କରିଛନ୍ତି। ଏଥିପ୍ରତି ଜଲା ପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri