ବଡ଼ବିଲ,୩୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ଅଧୀନ ଲସର୍ଦା ଗ୍ରାମରେ ସୋମବାର ରାତି ୮ଟା ୩୦ରେ ଗୁଳିକରି ଦମ୍ପତିଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ସାଇଣ୍ଟିଫିକ୍ ଟିମ୍ ସହାୟତାରେ ହତ୍ୟାକାଣ୍ଡର ଖିଅ ଖୋଜୁଥିବା ବେଳେ ସନ୍ଦେହରେ ୪ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଏହି ହତ୍ୟାକାଣ୍ଡ ପଛରେ ସ୍ଥାନୀୟ ଅଞ୍ଚଳର କେତେଜଣ ଲୋକଙ୍କ ହାତ ରହିଥିବା ଆଶଙ୍କା କରାଯାଇଛି।
ସୂଚନା ଅନୁଯାୟୀ, ୪ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଲସର୍ଦା ଗ୍ରାମରେ ଥିବା ଏକ ତେଜରାତି ଦୋକାନରେ ପଶି ଲକ୍ଷ୍ମୀଧର ଆପଟ ଓ ତାଙ୍କ ସ୍ତ୍ରୀ ମଞ୍ଜୁଲତାଙ୍କୁ ଗୁଳି କରି ହତ୍ୟା କରିଥିଲେ। ଦୁର୍ବୃତ୍ତଙ୍କ ଆକ୍ରମଣରୁ ତାଙ୍କ ପୁଅ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଲକ୍ଷ୍ମୀଧରଙ୍କ ଛାତି, ମୁଣ୍ଡ ଓ ସ୍ତ୍ରୀ ମଞ୍ଜୁଲତାଙ୍କ ପେଟରେ ଗୁଳି ବାଜିଛି। ଉଭୟଙ୍କୁ ବଡ଼ବିଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଥିଲା ବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଥଲେ। ତେବେ ଏହି ହତ୍ୟାକାଣ୍ଡ ପଛର କାରଣ ଅସ୍ପଷ୍ଟ ରହିଛି। ଏନେଇ ପୋଲିସ ଏକ ମାମଲା (ନଂ.୬୯/୨୨) ରୁଜୁ କରି ତଦନ୍ତ ଜାରି ରଖିଛି। ଘଟଣାସ୍ଥଳରେ ଜ୍ୟାକେଟ, ଜୋତା, ଟୋପି ଓ ପାଚେରି ନିକଟରେ ଏକ ଦାଉଲି ପଡ଼ିଥିବା ଦେଖିବାକୁ ମିଳିଥିଲା। ମଙ୍ଗଳବାର କେନ୍ଦୁଝର ଜିଲା ପୋଲିସ ମୁଖ୍ୟାଳୟରୁ ଏକ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ବିଭିନ୍ନ ନମୁନା ସଂଗ୍ରହ କରି ଯାଞ୍ଚ କରୁଥିବା ଜଣାପଡିଛି। ବଡ଼ବିଲ ଏସ୍ଡିପିଓ ସନ୍ତୋଷ କୁମାର ବାରିକ ଓ ଅନ୍ୟ ପୋଲିସ ଅଧିକାରୀ ଘଟଣାର ଅନୁଧ୍ୟାନ କରିଛନ୍ତି। ମୃତ ଦମ୍ପତିଙ୍କ ପୁଅ ହିମାଂଶୁଙ୍କ କହିବା ଅନୁଯାୟୀ, ପ୍ରଥମେ ଜଣେ ଆସି ବାପା ଲକ୍ଷ୍ମୀଧରଙ୍କୁ ୧ଲିଟର ପେଟ୍ରୋଲ ମାଗିଥିଲେ। ଲକ୍ଷ୍ମୀଧର ତାଙ୍କୁ ପେଟ୍ରୋଲ ଦେବା ପରେ ସେ ପୁଣି ଆଉ ୧ ଲିଟର ପେଟ୍ରୋଲ ମାଗିଥିଲେ। ଏହି ସମୟରେ ପାଚେରି ଡେଇଁ ଘର ଅଗଣାରେ ପ୍ରବେଶ କରିଥିଲେ ଅନ୍ୟ ୩ଜଣ ଦୁବୃର୍ତ୍ତ ଏବଂ ଆକ୍ରମଣ କରିବା ଆରମ୍ଭ କରିଥିଲେ। ପାଟିତୁଣ୍ଡ ଶୁଣି ହିମାଂଶୁ ଓ ମଞ୍ଜୁଲତା ଆସି ଦୁର୍ବୃତ୍ତଙ୍କୁ ବାଧାଦେବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ଦୁର୍ବୃତ୍ତମାନେ ଲକ୍ଷ୍ମୀଧର ଓ ମଞ୍ଜୁଲତାଙ୍କ ଉପରକୁ ଲକ୍ଷ୍ୟକରି ଗୁଳି ଚଳାଇଥିଲେ। ହିମାଂଶୁଙ୍କ ମୁଣ୍ଡକୁ ଭୁଜାଲିରେ ଆକ୍ରମଣ କରିବା ସମୟରେ ସେ କୌଣସିମତେ ଦୌଡ଼ି ପଳାଇଯିବାରୁ ଅଳ୍ପକେ ବର୍ତ୍ତିଯାଇଥିଲେ। ହତ୍ୟାକାଣ୍ଡ ପରେ ଦୁର୍ବୃତ୍ତମାନେ ସେଠାରୁ ଫେରାର ହୋଇଯାଇଥିଲେ।
Posted inHome Left, ଆମ ଜିଲା ଖବର, କେନ୍ଦୁଝର View All
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

