ବିବାହ ବାର୍ଷିକୀରେ ଦମ୍ପତି ନେଲେ ବଡ଼ ନିଷ୍ପତ୍ତି: ଅଞ୍ଚଳରେ ଚର୍ଚ୍ଚା

ଭବାନୀପାଟଣା, ୨୭ା୨(ଉତ୍ତମ କୁମାର ଦାଶ):ଜନ୍ମଦିନ, ବିବାହ ବାର୍ଷିକୀ ଭଳି ଜୀବନର ସ୍ବତନ୍ତ୍ର ଦିନକୁ ସ୍ମରଣୀୟ କରିବାକୁ ଲୋକେ ବିଭିନ୍ନ ପଦକ୍ଷେପ ନିଅନ୍ତି ଲୋକେ। ଏଭଳି ଏକ ଘଟଣାକ୍ରମେ ନିଜର ୧୫ତମ ବିବାହ ବାର୍ଷିକୀକୁ ସ୍ମରଣୀୟ କରିବାକୁ କଳାହାଣ୍ଡି ଜିଲା ଭବାନୀପାଟଣାର ଏକ ଦମ୍ପତି ନେଇଛନ୍ତି ନିଆରା ପଦକ୍ଷେପ। ଭବାନୀପାଟଣା ସହରର ଜଣେ ଜଣାଶୁଣା ଚେହେରା ହେଉଛନ୍ତି ତ୍ରିଲୋଚନ ପାଣିଗ୍ରାହୀ। ତାଙ୍କ ପତ୍ନୀ ଗୀତାଞ୍ଜଳି ପାଣିଗ୍ରାହୀ। ରାଜନୀତି ସହିତ ସମାଜସେବାକୁ ନିଜ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ପାଣିଗ୍ରାହୀ ଦମ୍ପତି ଆଜି ନିଜର ଅଙ୍ଗଦାନ କରିବାକୁ ଘୋଷଣା କରିବା ସହିତ ଏଥିପାଇଁ ଉଦ୍ଦିଷ୍ଟ ଶପଥପତ୍ରରେ ସ୍ବାକ୍ଷର କରିଛନ୍ତି। ନିଜର ସ୍ବାଭାବିକ ମୃତ୍ୟୁ ପରେ ଉଭୟ ପତିପତ୍ନୀ ନିଜ ଶରୀରର ଗୁରୁତ୍ୱପୂର୍ଣ୍ଣ ଅଙ୍ଗପ୍ରତ୍ୟଙ୍ଗ ଦାନ କରିବାକୁ ସ୍ବୀକୃତି ପ୍ରଦାନ କରିଛନ୍ତି। କେବଳ ସେତିକି ନୁହେଁ, ବୁଧବାର ଉଭୟ ପତିପତ୍ନୀ ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଓଡ଼ିଶା ରକ୍ତଭଣ୍ଡାରରେ ସ୍ବେଚ୍ଛାକୃତ ରକ୍ତଦାନ କରି ନିଜ ବିବାହ ବାର୍ଷିକୀ ପାଳନ କରିଛନ୍ତି। ପାଣିଗ୍ରାହୀ ଦମ୍ପତିଙ୍କ ଏହି ନିଷ୍ପତ୍ତିକୁ ବିଭିନ୍ନ ମହଲରେ ସ୍ବାଗତ କରାଯାଇଛି। ଉଭୟ ରକ୍ତଦାନ ସମୟରେ ଦଳିତ ଆଦିବାସୀ ମହାସଂଘର କାର୍ଯ୍ୟକାରୀ ସଭାପତି ଧର୍ମେନ୍ଦ୍ର ନାଏକ, ଚାଷୀ ନେତା ସାମନ୍ତ ଖମାରୀ, ଜନମମାଟି ସୁରକ୍ଷା ସମିତିର ଗିରିଧାରୀ ପାତ୍ରଙ୍କ ସହିତ ବଡ଼ଭଉଣୀ ଛବିତା ସାହୁ, ସମ୍ପର୍କୀୟ ସୌମ୍ୟରଞ୍ଜନ ସାହୁ, ତାଙ୍କ ପୁଅ ବିପ୍ଳବ ପ୍ରତାପ ପାଣିଗ୍ରାହୀ, ରୁଦ୍ରପ୍ରତାପ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ରହି ଉତ୍ସାହିତ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଏଲପିଜିକୁ ନେଇ ରାଜ୍ୟ ସରକାରଙ୍କୁ ମୋଦିଙ୍କ ବଡ଼ ନିର୍ଦ୍ଦେଶ, ଏପ୍ରିଲ ୧୩…

ନୂଆଦିଲ୍ଲୀ,୧୪।୪: ମଧ୍ୟପ୍ରାଚ୍ୟର ବର୍ତ୍ତମାନର ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପେଟ୍ରୋଲ, ଡିଜେଲ କିମ୍ୱା ଅନ୍ୟାନ୍ୟ ପେଟ୍ରୋଲିୟମ ଉତ୍ପାଦର କୌଣସି ଅଭାବ…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri