କୋଟିଏ ଟଙ୍କା ଠକିନେଇ ବନ୍ଧା ହେଲେ ଦମ୍ପତି

ଆନନ୍ଦପୁର,୧୧।୪(ସ୍ବ.ପ୍ର.): କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଆନନ୍ଦପୁର ପୌରପରିଷଦ ୧୩ ନମ୍ବର ଓ୍ବାର୍ଡରୁ ପୋଲିସ ଦମ୍ପତିଙ୍କୁ ସୋମବାର ଗିରଫ କରିଛି।

ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ କୋଟିଏ ଟଙ୍କା ଠକେଇ ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ପୋଲିସ ଏକ ମାମଲା (ନଂ.୪୩୯/୨୧) ରୁଜୁ କରି ଥିଲା। କମିଶନରେଟ୍‌ ପୋଲିସ ସୋମବାର ଘସିପୁରା ପୋଲିସର ସହାୟତାରେ ଆନନ୍ଦପୁରରେ ଚଡାଉ କରିଥିଲା। ପୌରପରିଷଦର ୧୩ ନମ୍ବର ଓ୍ବାର୍ଡର ଏକ ଭଡ଼ା ଘରେ ରହୁଥିବା ୬ନମ୍ବର ଓ୍ବାର୍ଡର ବାସୀନ୍ଦା ଉମେଶ ପାଢୀଙ୍କୁ ଗିରଫ କରିଛି।

ଚଢାଉ ବେଳେ ଅଭିଯୁକ୍ତଙ୍କ ସ୍ତ୍ରୀ ଶର୍ମିଳା ପାଢୀ ପୋଲିସକୁ ଦୁର୍ବ୍ୟବହାର କରିବା, ସହ ଗାଳିଗୁଲଜ କରିଥିଲେ। ଏପରି କି ପୋଲିସଙ୍କୁ ଧକ୍କା ମାରିଥିବା ନେଇ ଅଭିଯୋଗ ହୋଇଛି। ଘସିପୁରା ଥାନା ପୋଲିସ ଏକ ମାମଲା (ନଂ.୬୮/୨୦୨୨) ରୁଜୁ କରି ଶର୍ମିଳାଙ୍କୁ ଗିରଫ କରାଯାଇଥିବା ଥାନା ଅଧିକାରୀ ଶ୍ୟାମଘନ ବେହେରା ସୂଚନା ଦେଇଛନ୍ତି।

ପୋଲିସ ଅଭିଯୁକ୍ତଙ୍କ ଠାରୁ ଏକ କାର ଜବତ କରିଛି। ପୋଲିସ ସୂଚନା ମୁତାବକ, ଅଭିଯୁକ୍ତ ଉମେଶ ଭୁବନେଶ୍ୱରର ବିଭିନ୍ନ ଲୋକଙ୍କଠାରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇଥିଲେ। ଏପରିକି ଜଣେ ଡାକ୍ତରଙ୍କ ୨୫ ଲକ୍ଷ ଟଙ୍କା ମଧ୍ୟ ଠକେଇ କରିଥିବା ନେଇ ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ରଣେନ୍ଦ୍ରଙ୍କ ଭାଇରାଲ ଭିଡିଓକୁ ନେଇ ହଇଚଇ

ନିମାପଡ଼ା,୨୪ା୪(ରଞ୍ଜନ ପଟ୍ଟନାୟକ):ପୁରୀ ଜିଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଭାଇରାଲ ଭିଡିଓକୁ ନେଇ ଏବେ ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ହଟଚମଟ ସୃଷ୍ଟି ହୋଇଛି। ସମ୍ପ୍ରତି...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ଡବଲ ଇଞ୍ଜିନ ସରକାର କରିବାକୁ ଧର୍ମେନ୍ଦ୍ରଙ୍କ ଆହ୍ବାନ

ଝାରସୁଗୁଡ଼ା,୨୪ା୪ (ସଞ୍ଜୟ ମାଲି):ଝାରସୁଗୁଡା ଜିଲା ଲଇକେରା ବ୍ଲକରେ ମଙ୍ଗଳବାର ଭାଜପା ପକ୍ଷରୁ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏଥିରେ ଲଇକେରା ବିଜେଡି ମହିଳା ନେତ୍ରୀ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri