କାର୍‌ରେ ଯାଉଥିଲେ ସ୍ତ୍ରୀ -ସ୍ବାମୀ: ଟ୍ରକ୍‌ ସହ ହେଲା ଧକ୍କା

ଗଞ୍ଜାମ,୨୯ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ନିକଟ ଓଭର୍‌ ବ୍ରିଜଠାରେ ଏକ ଟ୍ରକ୍‌କୁ କାର ପିଟଛି। ଏଥିରେ ୨ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣକର ଅବସ୍ଥା ଗୁରୁତର ରହିଛି। ବାଲୁଗାଁରୁ ଆସୁଥିବା କାର୍‌ରେ ସ୍ବାମୀ ସ୍ତ୍ରୀ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ଲକ୍ଷ୍ମୀପୁର ଓଭର ବ୍ରିଜ୍‌ଠାରେ ଟ୍ରକ୍‌କୁ କାର୍‌ଟି ପଛପଟୁ ଧକ୍କା ଦେଇଥିଲା। ଫଳରେ କାର୍‌ରେ ବସିଥିବା ମହିଳାଙ୍କୁ ଆଘାତ ଲାଗିଥିବାରୁ ସ୍ଥାନୀୟ ଲୋକଙ୍କ ସହଯୋଗରେ ଏକ ସ୍କର୍ପିଓକୁ ଅଟକାଇ ବ୍ରହ୍ମପୁର ମେଡ଼ିକାଲକୁ ପଠାଇଥିଲେ। ଖବର ପାଇ ଗଞ୍ଜାମ ଥାନା ଏସ୍‌ଆଇ ଅନିରୁଦ୍ଧ ସ୍ବାଇଁ ଘଟଣା ସ୍ଥଳରେ ପହଞ୍ଚି ଜେସିିବି ସାହାୟତାରେ କାରକୁ ବାହାର କରି ରାସ୍ତାରୁ ହଟାଇଥିଲେ। ଖବର ଲେଖା ହେବା ସୁଦ୍ଧା ଦୁର୍ଘଟଣା ଘଟିଥିବା ସ୍ବାମୀ ସ୍ତ୍ରୀଙ୍କ ପରିଚୟ ମିଳିନାହିଁ। ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ରାୟଗଡ଼ାରେ ବନ୍ଦ ପ୍ରଭାବ ଶୂନ: ନେତାଙ୍କ ଦେଖା ମିଳିଲାନି, ଖୋଲା ରହିଲା…

ରାୟଗଡା,୨୮।୧(ଆଶିଷ ରଞ୍ଜନ ପଣ୍ଡା)- ନବ ନିର୍ମାଣ କୃଷକ ସଂଗଠନ ଦ୍ବାରା ଡକାଯାଇଥିବା ଓଡିଶା ବନ୍ଦ ଡାକରା ରାୟଗଡା ଜିଲାରେ  ପ୍ରଭାବହୀନ ହୋଇଥିବା ଦେଖିବାକୁ ମିଳିଛି । ରାୟଗଡା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅରିଜିତଙ୍କ ଅବସର ପରେ ଏମିତି କହିଲେ ଶ୍ରେୟା ଘୋଷାଲ, ସବୁଠି ଚର୍ଚ୍ଚା

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ଅରିଜିତ ସିଂହ ପ୍ଲେବ୍ୟାକ୍ ସିଙ୍ଗିଙ୍ଗରୁ ଅବସର ଘୋଷଣା କରିଛନ୍ତି। ଏହି ଶୁଣିବା ପରେ ତାଙ୍କ ପ୍ରଶଂସକ ଓ ସହକର୍ମୀମାନେ…

ଅରିଜିତଙ୍କୁ ନେଇ ବଡ଼ ଖବର! ରାଜନୈତିକ ଦଳ କରିବାକୁ ଅବସର…ପଶ୍ଚିମବଙ୍ଗ ନିର୍ବାଚନ ପୂର୍ବରୁ… 

ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ଖ୍ୟାତନାମା ଗାୟକ ଅରିଜିତ ସିଂ। ଦିନକ ପୂର୍ବେ ସେ ହଠାତ…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri