କାର୍‌ ଓ ବାଇକ୍‌ ଧକ୍କାରେ ଦମ୍ପତିଙ୍କ ମତ୍ୟୁ

ପାପଡାହାଣ୍ଡି,୨।୬(ଡି.ଏନ.ଏ): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ତଣ୍ଡାଗୁଡା ନିକଟରେ ଶୁକ୍ରବାର ଏକ କାର୍‌ ଓ ବାଇକ୍‌ ମଧ୍ୟରେ ଧକ୍କା ହୋଇ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ଉଭୟଙ୍କ ମୃତ ଦେହ ପାପଡାହାଣ୍ଡି ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରଖାଯାଇଛି। ପାପଡାହାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚିି ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ,ପ୍ରହ୍ଲାଦ ଖଞ୍ଜା ଓ ତାଙ୍କ ପତ୍ନୀ ଝୁନକି ଖଞ୍ଜା ଏକ ବାଇକ୍‌ ନମ୍ବର ଓଆର୍‌୨୪ଏ୪୬୧୩ ଯୋଗେ ପାପଡାହାଣ୍ଡିରୁ ନିଜ ଘର ମୋକିଆ ଯାଉଥିଲେ। ଏହି ସମୟରେ ତଣ୍ଡାଗୁଡା ନିକଟରେ ବିପରୀତ ଦିଗରୁ ଆସୁଥିବା କାର ନମ୍ବର ଓଡି୨୪ଏଫ୍‌୮୬୪୨ ସହ ମୁହାଁ ମୁହିଁ ଧକ୍କା ହୋଇଥିଲା। ଏଥିରେ କାର ଓଲଟି ପଡିଥିଲା। ଏବଂ ବାଇକ୍‌ରେ ଥିବା ଦମ୍ପତି ଛିଟକି ଯାଇ ଜମି ଭିତରେ ପଡ଼ିଥିଲେ। ଝୁନକି ଓ ପ୍ରହ୍ଲାଦଙ୍କୁ ସ୍ଥାନୀୟ ଅଞ୍ଚଳର ଓମ ପ୍ରକାଶ ଦାସ ଏକ ଅଟୋ ସାହାଯ୍ୟରେ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଯେଉଁଠାରେ ଡାକ୍ତର ଉଭୟ ଦମ୍ପତିଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ପାପଡାହାଣ୍ଡି ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି। କାର୍‌ଟି କୋଷାଗୁମୁଡା ବ୍ଲକ ହେଡ଼ କ୍ଲର୍କ ବିଦ୍ୟୁତ ପ୍ରସାଦ ପାଣିଗ୍ରାହୀ ଚଳାଉଥିବା ବେଳେ କାର୍‌ରେ ତାଙ୍କ ପତ୍ନୀ, ପୁଅ ଏବଂ କ୍ୟାଶିଅର ସୂବେନ୍ଦୁ ଦାସ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri