ଟ୍ରକ ଧକ୍କାରେ ଗଲା ଦମ୍ପତିଙ୍କ ଜୀବନ

ଝୁମ୍ପୁରା,୮।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅଧୀନ ୨୦ ନମ୍ବର ଜାତୀୟ ରାଜପଥ ଅର୍ଶଳା ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍‌ ଧକ୍କାରେ ବାଇକ୍‌ରେ ଯାଉଥିବା ଦମ୍ପତିଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଢେଙ୍କିକୋଟ ପାଖ କେତାଙ୍ଗ ଗ୍ରାମର ତାପସ ଗିରି ଓ ତାଙ୍କ ସ୍ତ୍ରୀ କୁମୁଦିନୀ।
ସ୍ତ୍ରୀ ସ୍ବାମୀ ବାଇକ୍‌ରେ ରିମୁଳି ଯାଉଥିଲେ। ସେତିକିବେଳେ ଏକ ୧୪ଚକିଆ ଟ୍ରକ୍‌ ପେଟ୍ରୋଲ ପମ୍ପ ନିକଟରେ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ଉଭୟେ ଗାଡିରୁ ଛିଟିକି ପଡି କିଛି ଦୂର ଘୋଷାଡ଼ି ହୋଇଯାଇଥିଲେ। ଘଟଣାସ୍ଥଳରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ପରେ ଟ୍ରକ୍‌ ଦ୍ରୁତଗତିରେ ଫେରାର ହୋଇଯାଉଥିଲା। ଘଟଣାସ୍ଥଳରୁ ୫କି.ମି ଦୂର ବାଲିବନ୍ଧ ଗ୍ରାମ ନିକଟରେ ଲୋକେ ଟ୍ରକକୁ ଅଟକାଇ ଥାନାକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ଟ୍ରକ୍‌ ଜବତ କରିବା ସହ ଡ୍ରାଇଭରଙ୍କୁ ଅଟକ ରଖି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri