କୋଲାବ ବ୍ରିଜ୍‌ରୁ ଡେଇଁ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

ସେମିଳିଗୁଡ଼ା/ସୁନାବେଡ଼ା,୧୩ା୪ (ସ୍ବ.ପ୍ର.): ଏକ ବ୍ରିଜ୍‌ ଉପରୁ ତଳକୁ ପାଣିକୁ ଡେଇଁ ଜୀବନ ହାରିବାକୁ ଉଦ୍ୟମ କରିଥିଲେ ଦମ୍ପତି। ମାତ୍ର ସ୍ତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିବା ବେଳେ ସ୍ବାମୀଙ୍କର କୌଣସି ପତ୍ତା ମିଳୁନାହିଁ। ଏପରି ଏକ ଘଟଣା କୋରାପୁଟ ଜିଲା ସେମିଳିଗୁଡ଼ା ଅଞ୍ଚଳରେ ମଙ୍ଗଳବାର ରାତିରେ ଘଟିଛି। ଦମ୍ପତି କୌଣସି ଜଣେ ବ୍ୟକ୍ତିଙ୍କ ଅତ୍ୟାଚାର ସହି ନ ପାରି ଏପରି ଚରମ ନିଷ୍ପତ୍ତି ନେଇଥିବା ଜାରି ଏକ ଭିଡିଓରୁ ଜଣାପଡ଼ିଛି।
ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ମଙ୍ଗଳବାର ରାତି ପ୍ରାୟ ୯ଟାରେ କୋରାପୁଟ ଜିଲା ଜୟପୁର ଅଞ୍ଚଳର ଏହି ଦମ୍ପତି ସେମିଳିଗୁଡ଼ା ବ୍ଲକ ପିତାଗୁଡ଼ା ପଞ୍ଚାୟତ ପିତାଗୁଡ଼ା ଗ୍ରାମ ନିକଟସ୍ଥ କୋଲାବ ଜଳଭଣ୍ଡାରର ବ୍ରିଜ୍‌ ନିକଟରେ ପହଞ୍ଚତ୍ଥିଲେ। କୌଣସି କାରଣରୁ ସେମାନେ ଆତ୍ମହତ୍ୟା କରିବାକୁ ପାଣିକୁ ଡେଇଁ ପଡ଼ିଥିଲେ। ଏନେଇ କୌଣସି ସୂତ୍ରରୁ ପୋଲିସ ସୂଚନା ପାଇ ସେମିଳିଗୁଡ଼ା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲା। ପରେ ଅଗ୍ନିଶମ କର୍ମଚାରୀମାନେ ବ୍ରିଜ୍‌ ନିକଟରେ ପହଞ୍ଚତ୍ ଖୋଜାଖୋଜି କରି ମହିଳାଙ୍କୁ ମୁମୂର୍ଷୁ ଅବସ୍ଥାରେ ପାଣିରୁ ଉଦ୍ଧାର କରିଥିଲେ। କିନ୍ତୁ ସ୍ବାମୀଙ୍କର କୌଣସି ପତ୍ତା ମିଳିନାହିଁ। ପରେ ଉଦ୍ଧାର ମହିଳାଙ୍କୁ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲକୁ ପଠାଇଥିଲେ। ସେଠାରେ ସେ ଚିକିତ୍ସାଧୀନ ଅଛନ୍ତି। ବ୍ରିଜ୍‌ ନିକଟରେ ଥିବା ଏକ ସ୍କୁଟିକୁ ପୋଲିସ ଜବତ କରିଛି। ତେବେ ଏହି ଦମ୍ପତି ଆତ୍ମହତ୍ୟା କରିବାର କିଛି ସମୟ ପୂର୍ବରୁ ଏକ ଭିଡିଓ ବାର୍ତ୍ତା ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରିଥିଲେ। ଜଣେ ବ୍ୟକ୍ତି ସେମାନଙ୍କ ପ୍ରତି ଅତ୍ୟାଚାର କରି ଆସୁଥିଲେ। ଏହା କ୍ରମଶଃ ଅଧିକ ହେବାରୁ ସହି ନ ପାରି ଜୀବନ ହାରିବା ପରି ଚରମ ନିଷ୍ପତ୍ତି ନେବାକୁ ଉଭୟେ ବାଧ୍ୟ ହେଉଥିବା ଏହି ଭିଡିଓ ବାର୍ତ୍ତାରେ କୁହାଯାଇଛି। ତେବେ ଜାରି ଭିଡିଓକୁ ନେଇ ପୋଲିସ ତନାଘନା ଆରମ୍ଭ କରିଛି। ଦମ୍ପତିଙ୍କ ପ୍ରକୃତ ଠିକଣା ମିଳି ନ ଥିବା ବେଳେ ଟଙ୍କା କାରବାରକୁ ନେଇ ସମ୍ପୃକ୍ତ ବ୍ୟକ୍ତି ଜଣକ ଦମ୍ପତିଙ୍କୁ ନିର୍ଯାତନା ଦେଉଥାଇପାରନ୍ତି ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ସନ୍ଦେହ ପ୍ରକାଶ କରିଛି। ଖବର ଲେଖାହେବା ଯାଏ ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri