କୋଲାବ ବ୍ରିଜ୍‌ରୁ ଡେଇଁ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

ସେମିଳିଗୁଡ଼ା/ସୁନାବେଡ଼ା,୧୩ା୪ (ସ୍ବ.ପ୍ର.): ଏକ ବ୍ରିଜ୍‌ ଉପରୁ ତଳକୁ ପାଣିକୁ ଡେଇଁ ଜୀବନ ହାରିବାକୁ ଉଦ୍ୟମ କରିଥିଲେ ଦମ୍ପତି। ମାତ୍ର ସ୍ତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିବା ବେଳେ ସ୍ବାମୀଙ୍କର କୌଣସି ପତ୍ତା ମିଳୁନାହିଁ। ଏପରି ଏକ ଘଟଣା କୋରାପୁଟ ଜିଲା ସେମିଳିଗୁଡ଼ା ଅଞ୍ଚଳରେ ମଙ୍ଗଳବାର ରାତିରେ ଘଟିଛି। ଦମ୍ପତି କୌଣସି ଜଣେ ବ୍ୟକ୍ତିଙ୍କ ଅତ୍ୟାଚାର ସହି ନ ପାରି ଏପରି ଚରମ ନିଷ୍ପତ୍ତି ନେଇଥିବା ଜାରି ଏକ ଭିଡିଓରୁ ଜଣାପଡ଼ିଛି।
ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ମଙ୍ଗଳବାର ରାତି ପ୍ରାୟ ୯ଟାରେ କୋରାପୁଟ ଜିଲା ଜୟପୁର ଅଞ୍ଚଳର ଏହି ଦମ୍ପତି ସେମିଳିଗୁଡ଼ା ବ୍ଲକ ପିତାଗୁଡ଼ା ପଞ୍ଚାୟତ ପିତାଗୁଡ଼ା ଗ୍ରାମ ନିକଟସ୍ଥ କୋଲାବ ଜଳଭଣ୍ଡାରର ବ୍ରିଜ୍‌ ନିକଟରେ ପହଞ୍ଚତ୍ଥିଲେ। କୌଣସି କାରଣରୁ ସେମାନେ ଆତ୍ମହତ୍ୟା କରିବାକୁ ପାଣିକୁ ଡେଇଁ ପଡ଼ିଥିଲେ। ଏନେଇ କୌଣସି ସୂତ୍ରରୁ ପୋଲିସ ସୂଚନା ପାଇ ସେମିଳିଗୁଡ଼ା ଅଗ୍ନିଶମ ବିଭାଗକୁ ଖବର ଦେଇଥିଲା। ପରେ ଅଗ୍ନିଶମ କର୍ମଚାରୀମାନେ ବ୍ରିଜ୍‌ ନିକଟରେ ପହଞ୍ଚତ୍ ଖୋଜାଖୋଜି କରି ମହିଳାଙ୍କୁ ମୁମୂର୍ଷୁ ଅବସ୍ଥାରେ ପାଣିରୁ ଉଦ୍ଧାର କରିଥିଲେ। କିନ୍ତୁ ସ୍ବାମୀଙ୍କର କୌଣସି ପତ୍ତା ମିଳିନାହିଁ। ପରେ ଉଦ୍ଧାର ମହିଳାଙ୍କୁ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲକୁ ପଠାଇଥିଲେ। ସେଠାରେ ସେ ଚିକିତ୍ସାଧୀନ ଅଛନ୍ତି। ବ୍ରିଜ୍‌ ନିକଟରେ ଥିବା ଏକ ସ୍କୁଟିକୁ ପୋଲିସ ଜବତ କରିଛି। ତେବେ ଏହି ଦମ୍ପତି ଆତ୍ମହତ୍ୟା କରିବାର କିଛି ସମୟ ପୂର୍ବରୁ ଏକ ଭିଡିଓ ବାର୍ତ୍ତା ସାମାଜିକ ଗଣମାଧ୍ୟମରେ ପୋଷ୍ଟ କରିଥିଲେ। ଜଣେ ବ୍ୟକ୍ତି ସେମାନଙ୍କ ପ୍ରତି ଅତ୍ୟାଚାର କରି ଆସୁଥିଲେ। ଏହା କ୍ରମଶଃ ଅଧିକ ହେବାରୁ ସହି ନ ପାରି ଜୀବନ ହାରିବା ପରି ଚରମ ନିଷ୍ପତ୍ତି ନେବାକୁ ଉଭୟେ ବାଧ୍ୟ ହେଉଥିବା ଏହି ଭିଡିଓ ବାର୍ତ୍ତାରେ କୁହାଯାଇଛି। ତେବେ ଜାରି ଭିଡିଓକୁ ନେଇ ପୋଲିସ ତନାଘନା ଆରମ୍ଭ କରିଛି। ଦମ୍ପତିଙ୍କ ପ୍ରକୃତ ଠିକଣା ମିଳି ନ ଥିବା ବେଳେ ଟଙ୍କା କାରବାରକୁ ନେଇ ସମ୍ପୃକ୍ତ ବ୍ୟକ୍ତି ଜଣକ ଦମ୍ପତିଙ୍କୁ ନିର୍ଯାତନା ଦେଉଥାଇପାରନ୍ତି ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ସନ୍ଦେହ ପ୍ରକାଶ କରିଛି। ଖବର ଲେଖାହେବା ଯାଏ ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ପରିଚାଳନା ପାଇଁ ଓଡ଼ିଶାରେ ମୁତୟନ ହେବେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ

ଭୁବନେଶ୍ୱର,୨୭ା୪: ରାଜ୍ୟରେ ସମ୍ପୂର୍ଣ୍ଣ ଶାନ୍ତିଶୃଙ୍ଖଳା ମଧ୍ୟରେ ଆଗାମୀ ସାଧାରଣ ନିର୍ବାଚନ ପ୍ରକ୍ରିୟା ପରିଚାଳନା ନିମନ୍ତେ ୧୬୫ କମ୍ପାନୀ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ ମୁତୟନ କରାଯାଉଛି...

ସ୍ତ୍ରୀ, ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା ମାମଲା: ଦୋଷୀଙ୍କୁ ଆଜୀବନ ଜେଲ୍‌ଦଣ୍ଡ

ଭୁବନେଶ୍ୱର,୨୭ା୪(ସତ୍ୟଜିତ୍‌ ରାଉତ): ସ୍ତ୍ରୀ ଏବଂ ଶାଳୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୁକ୍ତଙ୍କୁ ଶନିବାର ଆଜୀବନ ଜେଲ୍‌ଦଣ୍ଡ ରାୟ ଶୁଣାଇଛନ୍ତି ଖୋର୍ଦ୍ଧା ଜିଲା ଦୌରା ଜଜ୍‌।...

ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲ: ଦମନ, ପ୍ରତୀକ୍ଷା ମନୋନୀତ

ଭୁବନେଶ୍ୱର,୨୭ା୪(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଖୁସି ଓ ଗର୍ବର ଖବର। ନିକଟରେ ଓଡ଼ିଆ ସିନେମାରେ ଚର୍ଚ୍ଚାରେ ଥିବା ଦୁଇଟି ଚଳଚ୍ଚିତ୍ର ‘ଦମନ’...

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri