Posted inଜାତୀୟ

ମୋଦି ସରକାରଙ୍କୁ ୩୫ ହଜାର କୋଟିର ହିସାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨।୬: କେନ୍ଦ୍ର ସରକାରଙ୍କ ଟିକାକରଣ ନୀତିକୁ ବୁଧବାର ତୀବ୍ର ସମାଲୋଚନା କରିଛନ୍ତି ସୁପ୍ରିମକୋର୍ଟ। ଟିକାକରଣ ପାଇଁ ବଜେଟ୍‌ରେ ୩୫ ହଜାର କୋଟି ଟଙ୍କା ଆଗତ କରାଯାଇଥିଲା। କୋଭାକ୍ସିନ, କୋଭିଶିଲ୍ଡ ଓ ସ୍ପୁଟନିକ ଭି ଟିକା କିଣିବାରେ ଏପର୍ଯ୍ୟନ୍ତ କେତେ ଖର୍ଚ୍ଚ ହୋଇଛି? କେଉଁ ତାରିଖରେ କେତେ ପରିମାଣରେ ଟିକା ଅର୍ଡର ଦିଆଯାଇଛି ଏବଂ ତାହା କେବେ ସୁଧା ଯୋଗାଇ ଦିଆଯିବ? ବଜେଟ୍‌ରେ ଆଗତ ହୋଇଥିବା ଅର୍ଥ ୧୮ରୁ ୪୪ ବର୍ଷର ନାଗରୀକଙ୍କ ଟିକାକରଣ କ୍ଷେତ୍ରରେ କାହିଁକି ବ୍ୟବହାର କରାଯାଉ ନାହିଁ? କେନ୍ଦ୍ର ସରକାରଙ୍କୁ ଏ ସବୁ ପ୍ରଶ୍ନ କରିଛନ୍ତି ସୁପ୍ରିମକୋର୍ଟ।

୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସ ବର୍ଗଙ୍କୁ ମାଗଣାରେ ଟିକା ଦିଆଯାଉଛି। ତେବେ ୧୮ରୁ ୪୪ ବୟସ ବର୍ଗଙ୍କ କ୍ଷେତ୍ରରେ ସେହି ସୁବିଧା ଦିଆଯାଉ ନାହିଁ। କେନ୍ଦ୍ର ସରକାରଙ୍କ ଏଭଳି ଆଭିମୁଖ୍ୟ ଅଯୁକ୍ତିଯୁକ୍ତ ଓ ଏକପାଖିଆ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

ଲୋକଙ୍କ ସାମ୍ବିଧାନିକ ଅଧିକାର କ୍ଷୁର୍ଣ୍ଣ ହେଉଥିବାବେଳେ ନ୍ୟାୟପାଳିକା କଦାପି ଚୁପ ବସିପାରିବ ନାହିଁ। ଏହା ଉପରେ ସବୁ ତଥ୍ୟ ଦାଖଲ କରିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାବାଦ୍‌ ଚଳିତ ବର୍ଷ ଶେଷ ସୁଦ୍ଧା ଟିକାର ଉପଲବ୍ଧତା ଓ ଟିକାକରଣ ଲାଗି କେଉଁ ଯୋଜନା କରାଯାଇଛି, ତା’ର ତଥ୍ୟ ମଧ୍ୟ କୋର୍ଟ ମାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ...

ବିବାଦରେ କରନ୍‌ଙ୍କ ଫିଲ୍ମ

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ଭାବେ ପରିଚିତ କରନ୍‌ ଜୋହର। ତାଙ୍କ କମ୍ପାନୀ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଅନେକ ଫିଲ୍ମ ରେକର୍ଡ କରିଛି। ଏପରିକି...

ଆଜିଠୁ ବଢ଼ିବ ଶୀତ, ଘନ କୁହୁଡ଼ି

ଭୁବନେଶ୍ୱର, ୨୫ା୧୨(ବନ୍ଦନା ସେଠୀ): ରାଜ୍ୟରେ ସର୍ୱନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି ଜନଜୀବନକୁ...

ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗରେ ଦଙ୍ଗା

ଗୁଆହାଟୀ,୨୫ା୧୨: ଆସାମର ଓ୍ବେଷ୍ଟ କାର୍ବି ଆଙ୍ଗ୍‌ଲଙ୍ଗ ଜିଲାରେ ମଙ୍ଗଳବାର କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଉତ୍ତେଜନା ଜାରି ରହିଛି। ବିକ୍ଷୋଭକାରୀମାନେ ଦଙ୍ଗା ସୃଷ୍ଟି କରିବା ସହ ବହୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri