କୋର୍ଟ ବର୍ଜନ ନିଷ୍ପତ୍ତି ସ୍ଥଗିତ

କଟକ ଅଫିସ,୧୦।୮: ହାଇକୋର୍ଟର ବିଭିନ୍ନ ପ୍ରୋସିଡିଂର ସିଧା ପ୍ରସାରଣକୁ ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ ବିରୋଧ ଜାରି ରହିଥିଲା। ମୁଖ୍ୟ ବିଚାରପତିଙ୍କ କୋର୍ଟକୁ ଆଇନଜୀବୀମାନେ ବର୍ଜନ କରିଆସୁଥିଲେ। ତେବେ ସୋମବାରଠାରୁ ବର୍ଜନ ନିଷ୍ପତ୍ତି ସ୍ଥଗିତ ରହିଛି। ଆସୋସିଏଶନର ସାଧାରଣ ପରିଷଦ ବୈଠକରେ ଏହି ନିଷ୍ପତ୍ତି ନିଆଯିବା ପରେ ସୋମବାର ଅପରାହ୍ନ ୨ଟାରୁ ଆଇନଜୀବୀମାନେ ମୁଖ୍ୟ ବିଚାରପତିଙ୍କ କୋର୍ଟରେ ଯୋଗ ଦେଇଛନ୍ତି। ଆଗାମୀ ଦିନରେ ଆସୋସିଏଶନ୍‌ର ଏକ ପ୍ରତିନିଧି ଦଳ ଏ ନେଇ ମୁଖ୍ୟ ବିଚାରପତିଙ୍କ ସହ ଆଲୋଚନା କରିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି କୁହାଯାଇଛି।
ସୂଚନାଯୋଗ୍ୟ, ଗତ ୨୮ ତାରିଖରେ ହାଇକୋର୍ଟର ବିଭିନ୍ନ ପ୍ରୋସିଡିଂର ଲାଇଭ୍‌ ଷ୍ଟ୍ରିମିଂ କରାଯିବାକୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପରଦିନ ହାଇକୋର୍ଟ ଓକିଲ ସଂଘ ଏହାକୁ ବିରୋଧ କରି ମୁଖ୍ୟ ବିଚାରପତିଙ୍କୁ ସ୍ମାରକପତ୍ର ଦେଇଥିଲା। ଏଥିରେ ଦର୍ଶାଯାଇଥିଲା ଯେ, ପ୍ରୋସିଡିଂର ସିଧା ପ୍ରସାରଣ କରାଯିବା ନିଷ୍ପତ୍ତି ତରବରିଆ ଭାବେ ନିଆଯାଇଛି। ଏହାର ଖରାପ ପ୍ରଭାବ ଉଭୟ ବିଚାରପତି ଓ ଆଇନଜୀବୀଙ୍କ ଉପରେ ପଡିବ। ଏହି ନିଷ୍ପତ୍ତି ପୂର୍ବରୁ ହାଇକୋର୍ଟ ବାର୍‌ ସଦସ୍ୟମାନଙ୍କ ମତାମତ ନେବାର ଥିଲା। ଏଥିପାଇଁ ଉଚ୍ଚ ଡାଟାସମ୍ପନ୍ନ ସୁରକ୍ଷା ଓ ଗୋପନୀୟତାର ଆବଶ୍ୟକତା ରହିଛି। ଭିତ୍ତିଭୂମି ଓ ହାଇସ୍ପିଡ ଇଣ୍ଟରନେଟ ବିନା ଏହା ସମ୍ଭବ ନୁହେଁ। ଏଭଳି କ୍ଷେତ୍ରରେ କୋର୍ଟ ତୃତୀୟ ପକ୍ଷ ଦ୍ୱାରା ପରିଚାଳିତ ହେଉଥିବା ସଫ୍ଟଓ୍ବେର ଉପରେ ନିର୍ଭର କରି ଲାଇଭ ଷ୍ଟ୍ରିମ ଚଳାଇବା ସହଜ ହେବ ନାହିଁ। ଏନେଇ ଗ୍ରାମାଞ୍ଚଳରେ ମହକିଲଙ୍କୁ ସମସ୍ୟା ଉପୁଜିପାରେ। ସାଇବର ଅପରାଧ ଅଦାଲତଙ୍କ ପାଇଁ ବଡ ଚ୍ୟାଲେଞ୍ଜ ହେବ ବୋଲି ସ୍ମାରକପତ୍ରରେ ଦର୍ଶାଯାଇଥିଲା। ଗତ ୨ତାରିଖରୁ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ କୋର୍ଟ ପ୍ରୋସିଡିଂର ସିଧା ପ୍ରସାରଣ ଆରମ୍ଭ ହୋଇଛି। ତେଣୁ ହାଇକୋର୍ଟ ବାର ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୪ ତାରିଖ ଓ ପରେ ୯ ତାରିଖ ପର୍ଯ୍ୟନ୍ତ ମୁଖ୍ୟ ବିଚାରପତିଙ୍କ କୋର୍ଟକୁ ବର୍ଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

ମାଜିଷ୍ଟ୍ରେଟଙ୍କ ଆଦେଶ ପରେ ହାଜର ହୋଇନଥିଲେ ଦୁଇ ଭାଇ, ଗଲେ ଜେଲ୍

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ଟୁକୁନା ବିଶ୍ଵାଳ ଓ ମଙ୍ଗୁଳୁ ବିଶ୍ଵାଳ ଦୁଇ ଭାଇଙ୍କୁ ବୁଧବାର ପାଟପୁର ପୋଲିସ ୱାରେଣ୍ଟ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

ରୁଷିଆରୁ ତେଲ କ୍ରୟ ଉପରେ ଆମେରିକାର ବଡ଼ ନିଷ୍ପତ୍ତି, ଭାରତ ଦେବ…

ଓ୍ବାଶିଂଟନ,୧୫।୭: ରୁଷିଆରୁ ତୈଳ କ୍ରୟ କରୁଥିବା ଦେଶମାନଙ୍କ ଉପରେ ୫୦୦ପ୍ରତିଶତ ଶୁଳ୍କ ଲାଗୁ କରିବାର ପ୍ରସ୍ତାବ ମଧ୍ୟରେ, ଭାରତ ଏବଂ ଚାଇନା ପାଇଁ ଏକ ଆଶ୍ବସ୍ତିକର ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri