କୋର୍ଟ ବର୍ଜନ ନିଷ୍ପତ୍ତି ସ୍ଥଗିତ

କଟକ ଅଫିସ,୧୦।୮: ହାଇକୋର୍ଟର ବିଭିନ୍ନ ପ୍ରୋସିଡିଂର ସିଧା ପ୍ରସାରଣକୁ ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ ବିରୋଧ ଜାରି ରହିଥିଲା। ମୁଖ୍ୟ ବିଚାରପତିଙ୍କ କୋର୍ଟକୁ ଆଇନଜୀବୀମାନେ ବର୍ଜନ କରିଆସୁଥିଲେ। ତେବେ ସୋମବାରଠାରୁ ବର୍ଜନ ନିଷ୍ପତ୍ତି ସ୍ଥଗିତ ରହିଛି। ଆସୋସିଏଶନର ସାଧାରଣ ପରିଷଦ ବୈଠକରେ ଏହି ନିଷ୍ପତ୍ତି ନିଆଯିବା ପରେ ସୋମବାର ଅପରାହ୍ନ ୨ଟାରୁ ଆଇନଜୀବୀମାନେ ମୁଖ୍ୟ ବିଚାରପତିଙ୍କ କୋର୍ଟରେ ଯୋଗ ଦେଇଛନ୍ତି। ଆଗାମୀ ଦିନରେ ଆସୋସିଏଶନ୍‌ର ଏକ ପ୍ରତିନିଧି ଦଳ ଏ ନେଇ ମୁଖ୍ୟ ବିଚାରପତିଙ୍କ ସହ ଆଲୋଚନା କରିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି କୁହାଯାଇଛି।
ସୂଚନାଯୋଗ୍ୟ, ଗତ ୨୮ ତାରିଖରେ ହାଇକୋର୍ଟର ବିଭିନ୍ନ ପ୍ରୋସିଡିଂର ଲାଇଭ୍‌ ଷ୍ଟ୍ରିମିଂ କରାଯିବାକୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ପରଦିନ ହାଇକୋର୍ଟ ଓକିଲ ସଂଘ ଏହାକୁ ବିରୋଧ କରି ମୁଖ୍ୟ ବିଚାରପତିଙ୍କୁ ସ୍ମାରକପତ୍ର ଦେଇଥିଲା। ଏଥିରେ ଦର୍ଶାଯାଇଥିଲା ଯେ, ପ୍ରୋସିଡିଂର ସିଧା ପ୍ରସାରଣ କରାଯିବା ନିଷ୍ପତ୍ତି ତରବରିଆ ଭାବେ ନିଆଯାଇଛି। ଏହାର ଖରାପ ପ୍ରଭାବ ଉଭୟ ବିଚାରପତି ଓ ଆଇନଜୀବୀଙ୍କ ଉପରେ ପଡିବ। ଏହି ନିଷ୍ପତ୍ତି ପୂର୍ବରୁ ହାଇକୋର୍ଟ ବାର୍‌ ସଦସ୍ୟମାନଙ୍କ ମତାମତ ନେବାର ଥିଲା। ଏଥିପାଇଁ ଉଚ୍ଚ ଡାଟାସମ୍ପନ୍ନ ସୁରକ୍ଷା ଓ ଗୋପନୀୟତାର ଆବଶ୍ୟକତା ରହିଛି। ଭିତ୍ତିଭୂମି ଓ ହାଇସ୍ପିଡ ଇଣ୍ଟରନେଟ ବିନା ଏହା ସମ୍ଭବ ନୁହେଁ। ଏଭଳି କ୍ଷେତ୍ରରେ କୋର୍ଟ ତୃତୀୟ ପକ୍ଷ ଦ୍ୱାରା ପରିଚାଳିତ ହେଉଥିବା ସଫ୍ଟଓ୍ବେର ଉପରେ ନିର୍ଭର କରି ଲାଇଭ ଷ୍ଟ୍ରିମ ଚଳାଇବା ସହଜ ହେବ ନାହିଁ। ଏନେଇ ଗ୍ରାମାଞ୍ଚଳରେ ମହକିଲଙ୍କୁ ସମସ୍ୟା ଉପୁଜିପାରେ। ସାଇବର ଅପରାଧ ଅଦାଲତଙ୍କ ପାଇଁ ବଡ ଚ୍ୟାଲେଞ୍ଜ ହେବ ବୋଲି ସ୍ମାରକପତ୍ରରେ ଦର୍ଶାଯାଇଥିଲା। ଗତ ୨ତାରିଖରୁ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ କୋର୍ଟ ପ୍ରୋସିଡିଂର ସିଧା ପ୍ରସାରଣ ଆରମ୍ଭ ହୋଇଛି। ତେଣୁ ହାଇକୋର୍ଟ ବାର ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ୪ ତାରିଖ ଓ ପରେ ୯ ତାରିଖ ପର୍ଯ୍ୟନ୍ତ ମୁଖ୍ୟ ବିଚାରପତିଙ୍କ କୋର୍ଟକୁ ବର୍ଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri