୩୧ ଯାଏ ୪ ଜିଲା, ରାଉରକେଲାରେ କୋର୍ଟ ବନ୍ଦ

କଟକ ଅଫିସ,୧୮ା୭-ରାଜ୍ୟର ଖୋର୍ଦ୍ଧା, ଗଞ୍ଜାମ, କଟକ, ଯାଜପୁର ପରି ୪ଟି ଜିଲା ଓ ରାଉରକେଲା ପୌରାଞ୍ଚଳକୁ ସରକାର ହଟ୍‌ସ୍ପଟ୍‌ ଭାବେ ଘୋଷଣା କରିଛନ୍ତି। ଏଠାରେ ଜୁଲାଇ ୩୧ ପର୍ଯ୍ୟନ୍ତ ଲକ୍‌ଡାଉନ ଜାରି କରାଯାଇଛି। ତେଣୁ ସେ ପର୍ଯ୍ୟନ୍ତ ଏହି ଅଞ୍ଚଳର ଜିଲା କୋର୍ଟ, ତଳକୋର୍ଟ ଓ ଟ୍ରିବ୍ୟୁନାଲ୍‌ଗୁଡ଼ିକ ବନ୍ଦ ରହିବ। ଶନିବାର ହାଇକୋର୍ଟର ଫୁଲ୍‌କୋର୍ଟରେ ଏହି ନିଷ୍ପତ୍ତି ହୋଇଛି। ଏହି ସମୟରେ କେବଳ ଅତି ଜରୁରୀ ମାମଲାର ଶୁଣାଣି ହୋଇପାରିବ। ଶୁଣାଣିର ଆବଶ୍ୟକତା ନେଇ ଜିଲାଜଜ୍‌ ନିଷ୍ପତ୍ତି ନେବେ। କେବଳ ଭର୍ଚୁଆଲ୍‌ ମୋଡ୍‌ (ଭିଡିଓ କନଫରେନ୍ସ) ଜରିଆରେ ଶୁଣାଣି ହେବ। ଏଥିପାଇଁ କୋର୍ଟର ସର୍ବନିମ୍ନ କର୍ମଚାରୀଙ୍କୁ ନିୟୋଜିତ କରାଯିବ। ଅନ୍ୟପକ୍ଷରେ ହାଇକୋର୍ଟରେ ମଧ୍ୟ କେବଳ ଜରୁରୀ ମାମଲାର ଶୁଣାଣି ହେବ। ସୀମିତ ସଂଖ୍ୟକ ବିଚାରପତି ନିୟୋଜିତ ହେବେ। ରୋଷ୍ଟର୍‌ ଡ୍ୟୁଟିରେ ଭର୍ଚୁଆଲ୍‌ ମୋଡ୍‌ରେ ଶୁଣାଣି ହେବ। ମୁଖ୍ୟ ବିଚାରପତି ଏ ନିଷ୍ପତ୍ତି ନେବେ। ଆଇନଜୀବୀ ଓ ମହକିଲଙ୍କୁ ଏଥିପାଇଁ ଡେପୁଟି ରେଜିଷ୍ଟ୍ରାର୍‌ (ଜୁଡିସିଆଲ୍‌)ଙ୍କ ନିକଟରେ ଆଗୁଆ ଆବେଦନ କରିବାକୁ ହେବ। ଲକ୍‌ଡାଉନରେ କେବଳ ଇ-ଫାଇଲିଂ ଏବଂ ଇ-ମେଲ୍‌ ଜରିଆରେ ହିଁ ନୂଆ ମାମଲା ପାଇଁ ଆବେଦନ ଗ୍ରହଣ କରାଯିବ। ହାଇକୋର୍ଟ, ଜିଲା କୋର୍ଟ, ତଳକୋର୍ଟ ଏବଂ ଟ୍ରିବ୍ୟୁନାଲର କାର୍ଯ୍ୟ ଅତି ସୀମିତ ରହୁଥିଲେ ମଧ୍ୟ କର୍ମଚାରୀଙ୍କୁ ମୁଖ୍ୟାଳୟ ଛାଡ଼ି ନ ଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଶନିବାର ରେଜିଷ୍ଟ୍ରାର୍‌ ଜେନେରାଲ ଏହି ନିର୍ଦ୍ଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ବନ୍ଦ ଡାକରାରେ ଅତାବିରାରେ ଜନଜୀବନ ପ୍ରଭାବିତ

ଅତାବିରା,୮ା୧୦(ଯୁଧିଷ୍ଠିର ମହାପାତ୍ର): କଂଗ୍ରେସ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାରେ ବରଗଡ଼ ଜିଲା ଅତାବିରା ଠପ୍‌ ହୋଇପଡ଼ିଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ…

ସରକାରୀ ବସ୍‌ କାଚ ଭାଙ୍ଗିଲେ, ସାପ୍ତାହିକ ହାଟ ବି ବନ୍ଦ କଲେ ବିକ୍ଷୋଭକାରୀ

ଛତ୍ରପୁର,୮ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଇଣ୍ଡିଆ ବ୍ଲକ ପକ୍ଷରୁ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦରେ ମଧ୍ୟ ଦେଖାଯାଇଛି। ସିପିଆଇର…

କଂଗ୍ରେସର ବନ୍ଦ ଡାକରାରେ ଅଟକି ରହିଛି ଗାଡ଼ିମୋଟର, ଯାତ୍ରୀ ହନ୍ତସନ୍ତ

ପଟ୍ଟାଙ୍ଗି,୮ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକରେ କଂଗ୍ରେସର ବନ୍ଦ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ଦଳର ବ୍ଲକ ସଭାପତି ଅର୍ଜୁନ ବାଙ୍କା…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ମୌଳିକ ସୁବିଧାରୁ ବଞ୍ଚିତ ୯୯ ଛାତ୍ରୀଛାତ୍ର

ବାଲେଶ୍ୱର,୮।୧୦,(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ହରିପୁର ପଞ୍ଚାୟତରେ ୧୯୫୯ ମସିହାରେ କସିମିଳା ସରକାରୀ ପ୍ରାଥମିକ ବିଦ୍ୟାଳୟ ସ୍ଥାପନ ହୋଇଥିଲା। ଏଠାରେ ଶିଶୁ ବାଟିକାଠାରୁ ପଞ୍ଚମ…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?