ଆଇଏଏସ୍‌ ଧିମାନ ଚକମାଙ୍କୁ ମିଳିଲାନି ଜାମିନ, ପୁଣି ଗଲେ ଭବାନୀପାଟଣା ଜେଲ୍‌

ଭବାନୀପାଟଣା,୧୭।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକମା ଗତ ୮ ତାରିଖ ରବିବାର ରାତିରେ ଜଣେ କ୍ରସର ମାଲିକଙ୍କଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ। ସେତେବେଳେ ଭିଜିଲାନ୍ସ ତାଙ୍କ ଘରୁ ନଗଦ ୪୭ ଲକ୍ଷ ୪୭ ହଜାର ୬ ଶହ ଟଙ୍କା ଜବତ କରିଥିଲା। ପରେ ଉପ ଜିଲାପାଳ ଚକମାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରି ୯ ତାରିଖରେ କୋର୍ଟ ଚାଲାଣ କରିଥିଲା।ସେଠାରେ ତାଙ୍କର ଜାମିନ ନା ମଞ୍ଜୁର ହେବାରୁ ଭବାନୀପାଟଣା ସ୍ଥିତ ଜିଲା କାରାଗାର (ଜେଲ) ଯିବାକୁ ପଡିଥିଲା। ମଙ୍ଗଳବାର ଆଇଏଏସ ଧିମାନ ଚକମାଙ୍କ ପକ୍ଷରୁ କଳାହାଣ୍ଡି ଭିଜିଲାନ୍ସ କୋର୍ଟରେ ଜାମିନ ପାଇଁ ଦରଖାସ୍ତ କରାଯାଇଥିଲା। ହେଲେ ବିଭିନ୍ନ ଦିଗକୁ ଦେଖି ଜାମିନକୁ ଖାରଜ କରିଛନ୍ତି ସ୍ବନ୍ତ୍ର ଭିଜିଲାନ୍ସ କୋର୍ଟ ବିଚାରପତି ବଦ୍ରୀ ନାରାୟଣ ନନ୍ଦ। ଯାହାଫଳରେ ପୁଣି ଥରେ ଆଇଏଏସ୍‌ ଚକମାଙ୍କୁ ଜେଲ ଯିବାକୁ ପଡିଛି।

ପ୍ରକାଶ ଯେ,ଭିଜିଲାନ୍ସ ହାତରେ ଧରାପଡିବା ପରେ ଆଇ ଏ ଏସ ଚକମାଙ୍କୁ ଗତ ୧୦ ତାରିଖରେ ରାଜ୍ୟପାଳଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ସରକାରଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର ନିଲମ୍ବିତ କରିଥିଲେ।
ଅପରପକ୍ଷେ ପରବର୍ତ୍ତୀ ବେଲ ପିଟିସନ ପାଇଁ ଆଇଏଏସ୍‌ ଚକମା ଉଚ୍ଚ ନ୍ୟାୟଳୟ ତଥା ହାଇକୋର୍ଟର ଦ୍ୱାରସ୍ଥ ହେବେ ବୋଲି ତାଙ୍କ ଆଇନଜୀବୀ ଦିଲ୍ଲୀପ କୁମାର ସା ପ୍ରକାଶ କରିଛନ୍ତି। ୨୦୨୧ ବ୍ୟାଚ୍‌ର ଏହି ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଧୀମାନ ଚକମା ଧର୍ମଗଡ଼ ଉପଜିଲାପାଳ ଭାବେ ଗତ ୨୦୨୪ ଜାନୁୟାରୀରୁ ଅବସ୍ଥାପିତ ଥିଲେ। ଧର୍ମଗଡ ଉପଖଣ୍ଡର ସବ ମାଜିଷ୍ଟ୍ରେଟ ଥିବା ଯୁବ ଆଇଏଏସ୍‌ ଅଫିସର ଧିମାନ ଚକମା ଏବେ କିନ୍ତୁ ଭବାନୀପାଟଣା ଜେଲରେ ବିଚାରାଧିନ ଅଭିଯୁକ୍ତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri