Posted inଜାତୀୟ

ଉଦ୍ଧବଙ୍କ ଆବେଦନ ଖାରଜ, ଇସିଙ୍କୁ ନିଷ୍ପତ୍ତି ନେବାକୁ କହିଲେ କୋର୍ଟ…

ନୂଆଦିଲ୍ଲୀ,୧୫।୧୧ : ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମଙ୍ଗଳବାର ଏକ ବଡ଼ ଝଟକା ମିଳିଛି। ଶିବସେନା ଦଳର ନାମ ଏବଂ ନିର୍ବାଚନ ପ୍ରତୀକ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇଥିବା ନିର୍ବାଚନ ଆୟୋଗ(ଇସି)ଙ୍କର ମଧ୍ୟବର୍ତ୍ତୀକାଳୀନ ଆଦେଶ ବିରୋଧରେ ଉଦ୍ଧବ ଠାକରେଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। ଏହା ସହିତ ଶିବସେନାର ଦୁଇ ଦଳ ମଧ୍ୟରେ ଚାଲିଥିବା ବିବାଦ ଉପରେ ଯଥାଶୀଘ୍ର ନିଷ୍ପତ୍ତି ନେବାକୁ କୋର୍ଟ ନିର୍ବାଚନ ଆୟୋଗଙ୍କୁ କହିଛନ୍ତି।

ଏହାପୂର୍ବରୁ ସୋମବାର ଦିଲ୍ଲୀ ହାଇକୋର୍ଟ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଶିବସେନାର ନାମ ଏବଂ ନିର୍ବାଚନ ପ୍ରତୀକ ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ନିର୍ବାଚନ ଆୟୋଗଙ୍କର ମଧ୍ୟବର୍ତ୍ତୀକାଳୀନ ଆଦେଶ ବିରୋଧରେ କରାଯାଇଥିବା ଆବେଦନ ଉପରେ ଶୁଣାଣି କରିଥିଲେ। ଏହି ସମୟ ମଧ୍ୟରେ ଦଳ ଦଳ ମଧ୍ୟରେ ବିବାଦକୁ ନେଇ ପୋଲ ପ୍ୟାନେଲର ଚୂଡ଼ାନ୍ତ ନିଷ୍ପତ୍ତିକୁ କାହିଁକି ଅପେକ୍ଷା କରିବା ଉଚିତ ନୁହେଁ ବୋଲି କୋର୍ଟ ପ୍ରଶ୍ନ କରିଥିଲେ।

ଅଦାଲତ କହଥିଲେ ଯେ ପୂର୍ବ ଇସିଙ୍କ ଆଦେଶ ଉପ-ନିର୍ବାଚନକୁ ଲକ୍ଷ୍ୟ ରଖି କରାଯାଇଥିଲା। ଏହା ଏକ ଅନ୍ତିମ ନିଷ୍ପତ୍ତି ନୁହେଁ। ଯେତେବେଳେ ଉପ-ନିର୍ବାଚନ ଅନୁଷ୍ଠିତ ହୋଇସାରିଛି, ମଧ୍ୟବର୍ତ୍ତୀକାଳୀନ ଆଦେଶ ଆଉ ନାହିଁ। ତେବେ ନିର୍ବାଚନ ଆୟୋଗଙ୍କର ଅନ୍ତିମ ନିଷ୍ପତ୍ତି ପାଇଁ କୋର୍ଟ କାହିଁକି ଅପେକ୍ଷା କରିବେ ନାହିଁ?

ଶୁଣାଣି ସମୟରେ ଜଷ୍ଟିସ ସଞ୍ଜୀବ ନରୁଲା କହିଛନ୍ତି ଯେ ଧନୁ ଓ ତୀର ପ୍ରତୀକ ଆବଣ୍ଟନ ପ୍ରସଙ୍ଗରେ କୋର୍ଟ ନିର୍ବାଚନ ଆୟୋଗଙ୍କୁ ନିଷ୍ପତ୍ତି ନେବାକୁ କହିବେ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଉଭୟ ଦଳ ନିର୍ବାଚନ ଆୟୋଗଙ୍କ ନିକଟରେ ନିଜର ଯୁକ୍ତି ଉପସ୍ଥାପନ କରିପାରିବେ।

ଏଥିପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ହାଜର ହୋଇଥିବା ଆଇନଜୀବୀ ସିଦ୍ଧନ୍ତ କୁମାର ଯୁକ୍ତି ବାଢ଼ିଛନ୍ତି ଯେ ଆୟୋଗ ଏକ ସାମ୍ବିଧାନିକ ସଂସ୍ଥା ଏବଂ କୌଣସି ଏକ ନିଷ୍ପତ୍ତିରେ ପହଞ୍ଚିବା ପାଇଁ ଏକ ନିର୍ଦ୍ଦିଷ୍ଟ ସମୟସୀମା ଧାର୍ଯ୍ୟ କରାଯାଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

୭ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲା କୃଷକ ସଙ୍ଗଠନ: ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୨୬।୧୨(ପ୍ରଦୀପ୍ତ ଦାଶ):ଚଳିତ ବର୍ଷ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ବାଟବଣା ହୋଇଯାଇଛି। ଡବଲ ଇଞ୍ଜିନ ଲୋକଙ୍କ ସରକାର କହି କହି କେବଳ ବାହାସ୍ଫୋଟ ମାରୁଛନ୍ତି।...

ବାଂଲାଦେଶରେ ପ୍ରତି ୫ ଜଣରେ ଜଣେ ଥିଲେ ହିନ୍ଦୁ, ହେଲେ ପ୍ରତିବର୍ଷ କମୁଛି ହିନ୍ଦୁଙ୍କ ସଂଖ୍ୟା, ଗତ ୩ ବର୍ଷରେ…

ଢାକା,୨୬।୧୨: ବାଂଲାଦେଶ ଆଜି ବିଶ୍ୱର ସବୁଠାରୁ ଘନ ଜନସଂଖ୍ୟା ବିଶିଷ୍ଟ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ୱାଲର୍‌ଡମିଟର ଅନୁଯାୟୀ, ଏହାର ମୋଟ ଜନସଂଖ୍ୟା ୧୭୬.୬ ନିୟୁତ ଅତିକ୍ରମ...

Bangladesh elections: ତାରିକ ଫେରିବା ପରେ ହାତ ମିଳାଇଲେ ଦୁଇ ଭାରତ ବିରୋଧୀ ଦଳ, ଜାଣନ୍ତୁ କ’ଣ କହୁଛି ରାଜନୈତିକ ସମିକରଣ

ଢାକା,୨୬।୧୨: ବାଂଲାଦେଶରେ ଫେବୃଆରୀରେ ଜାତୀୟ ର୍ନିବାଚନ ହେବାକୁ ଯାଉଛି, ଯାହା ରାଜନୈତିକ କାର୍ଯ୍ୟକଳାପକୁ ବୃଦ୍ଧି କରୁଛି। ଏହାକୁ ଦୃଷ୍ଟିରେ ରଖି, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର...

ସିକ୍ରେଟ୍ ଫୋନ୍ ପାଇଁ ସ୍ତ୍ରୀକୁ ହତ୍ୟା କରି ଘର ପଛପଟେ ପୋତିଦେଲେ ସ୍ୱାମୀ

ଗୋରଖପୁର,୨୬।୧୨: ସ୍ତ୍ରୀକୁ ସନ୍ଦେହ କରି ହତ୍ୟା କଲେ ସ୍ୱାମୀ। ସିକ୍ରେଟ ଫୋନ ରଖିଥିଲେ ବୋଲି ନେଇଗଲେ ଜୀବନ। ପରେ ମୃତଦେହକୁ ଘର ପଛପଟେ ଏକ ଗାତ...

ଛାତିଥରା…ସ୍ତ୍ରୀ ଉପରେ ପେଟ୍ରୋଲ ଢାଳି ଜୀଅନ୍ତା ଜାଳିଦେଲେ ସ୍ବାମୀ, ପରେ ଝିଅକୁ ବି ଠେଲିଦେଲେ

ନୂଆଦିଲ୍ଲୀ,୨୬।୧୨: ତେଲେଙ୍ଗାନାର ହାଇଦ୍ରାବାଦରୁ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ସନ୍ଦେହ ହେତୁ ଜଣେ ମାନସିକ ବିକୃତ ବ୍ୟକ୍ତି ନାଲ୍ଲାକୁଣ୍ଟା ଅଞ୍ଚଳରେ ତାଙ୍କ...

Bangladesh Violence: ବାଂଲାଦେଶ ଫେରୁ ଫେରୁ ତାରିକ ଅହମଦଙ୍କୁ କାହିଁକି ଫୋନ କଲେ ୟୁନୁସ? ପିତାଙ୍କ କବର ସ୍ଥଳକୁ ଯିବେ ‘ଡାର୍କ ପ୍ରିନ୍ସ’

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ସଭାପତି ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ୧୭ ବର୍ଷ ପରେ ଗୁରୁବାର...

ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ବଡ଼ ପୁରସ୍କାର: ରାଷ୍ଟ୍ରପତି ଦେଲେ….

ନୂଆଦିଲ୍ଲୀ,୨୬।୧୨: ଭାରତର ଯୁବ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀ ପ୍ରତ୍ୟେକ ଦିନ ନୂଆ ନୂଆ ସଫଳତା ହାସଲ କରୁଛନ୍ତି। ମାତ୍ର ୧୪ ବର୍ଷ ବୟସରେ ବୈଭବ କ୍ରିକେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri