ନୟାଗଡ଼ ଅଫିସ/ରଣପୁର,୯।୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ଖତିଆ ଗଁାରେ କଙ୍ଗାରୁ କୋର୍ଟ ନେଇଛି ଜଣେ ଯୁବକଙ୍କ ଜୀବନ। ମୃତ ଯୁବକ ହେଲେ ସୁନନ୍ଦ ବେହେରା(୩୫)। ଅନ୍ୟପକ୍ଷେ ଡାକ୍ତରଙ୍କ ଯୋଗୁ ଗଁାରେ କଙ୍ଗାରୁ କୋର୍ଟ ବସିଥିଲା। ସେହି କୋର୍ଟରେ ଦଣ୍ଡ ମିଳିବା ପରେ ସ୍ବାମୀ ଆମତ୍ହତ୍ୟା କରିଛନ୍ତି ବୋଲି ମୃତକଙ୍କ ସ୍ତ୍ରୀ ରଣପୁର ଥାନାରେ ଅଭିଯୋଗ କରିଛନ୍ତି। ତାଙ୍କ ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୨୩୬/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସୋମବାର ମୃତଦେହକୁ ଜବତ କରି ବ୍ୟବଚ୍ଛେଦ କରାଇବା ପରେ ପୋଲିସ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି।
ସୁନନ୍ଦଙ୍କ ସ୍ତ୍ରୀ ଗୀତାଞ୍ଜଳି ବେହେରାଙ୍କ ଅଭିଯୋଗ ଅନୁଯାୟୀ, ସ୍ବାମୀ ସୁନନ୍ଦ ନିଜର ଜଣେ ସମ୍ପର୍କୀୟଙ୍କୁ ନେଇ ଶନିବାର ଦର୍ପନାରାୟଣପୁର ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିଲେ। ସେଠାରେ ଡାକ୍ତର ଥିଲେ ମଧ୍ୟ ସେବା ମିଳି ନ ଥିଲା। ଡାକ୍ତର ମିଟିଂ ଅଛି କହି ରୋଗୀ ଦେଖି ନ ଥିଲେ। ସୁନନ୍ଦ ଏଥିପାଇଁ ଡାକ୍ତରଖାନାରେ ପାଟିତୁଣ୍ଡ କରି ରୋଗୀଙ୍କୁ ଫେରାଇ ଆଣିଥିଲେ। ତେବେ ଘଟଣା ସମ୍ପର୍କରେ ଡାକ୍ତର ପୋଲିସକୁ ନ ଜଣାଇ ଗଁା ସଭାପତିଙ୍କୁ ଜଣାଇଥିଲେ। ଗଁା ସଭାପତିଙ୍କ ତାଗିଦ୍ ଅନୁସାରେ ସୁନନ୍ଦ ଭୁଲ ମାଗିବାକୁ ଡାକ୍ତରଙ୍କ ପାଖକୁ ଶନିବାର ଯାଇଥିଲେ। ହେଲେ ଡାକ୍ତରଙ୍କ ସାକ୍ଷାତ ନ ପାଇବାରୁ ଫେରି ଆସିଥିଲେ। ରବିବାର ଫୋନ ଯୋଗେ ଡାକ୍ତରଙ୍କୁ ଭୁଲ ମାଗିଥିଲେ। ଭୁଲ ମାଗିବା ପରେ ବି ସୁନନ୍ଦଙ୍କୁ କଙ୍ଗାରୁ କୋର୍ଟ ବସାଇ ୮ ହଜାର ଜରିମାନା ଦେବାକୁ ବାଧ୍ୟ କରାଯାଇଥିଲା। ଏଥିରେ ସୁନନ୍ଦ ମାନସିକ ଭାରସାମ୍ୟ ହରାଇ ସୋମବାର ଆମତ୍ହତ୍ୟା କରିଥିବା ଗୀତାଞ୍ଜଳି ଅଭିଯୋଗ କରିଛନ୍ତି। ଏନେଇ ରଣପୁର ଥାନା ଆଇଆଇସି ଜ୍ୟୋତି ପ୍ରକାଶ ପଣ୍ଡା କୁହନ୍ତି, ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଗଁାର ସଭାପତି ଓ ଡାକ୍ତର କ’ଣ ପାଇଁ ଏ ସଂକ୍ରାନ୍ତରେ ପୋଲିସକୁ ଜଣାଇଲେ ନାହିଁ ତାର ଅନୁଧ୍ୟାନ ଚାଲିଛି। ରିପୋର୍ଟ ମିଳିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।
Posted inHome Left, ଆମ ଜିଲା ଖବର, ନୟାଗଡ଼ View All
ପୁଣି ଟ୍ରେନ୍ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...
ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା
ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...
ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ
ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...
ଆର୍ସିବିକୁ ବଡ଼ ଝଟ୍କା, ଏହି କାରଣରୁ ଖେଳିବେ ନାହିଁ…
ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍କୁ...
ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ
ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...
କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…
ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...
ଟିମ୍ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି
ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍ନେସ୍ ଏବଂ ବୟସକୁ ନେଇ ଚାଲିଥିବା...
ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…
ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...
Archives


