ଏସ୍‌ପିଙ୍କ ଚୌକି ଜବତ ପାଇଁ ଅଦାଲତଙ୍କ ନିର୍ଦ୍ଦେଶ

କେନ୍ଦୁଝର,୬ା୯: ପୋଲିସ ଗାଡ଼ି ଧକ୍କାରେ ଜଣେ ଖବରକାଗଜ ବିତରକ ପ୍ରାଣ ହରାଇଥିଲେ। ମୃତକଙ୍କ ପରିବାରକୁ କ୍ଷତିପୂରଣ ପାଇଁ ଅଦାଲତ ପୋଲିସ ଆରକ୍ଷୀ ଅଧୀକ୍ଷକଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ୧୩ ବର୍ଷ ପରେ ମଧ୍ୟ କ୍ଷତିପୂରଣ ମିଳିନାହିଁ। ଫଳରେ ମୃତକଙ୍କ ପରିବାର ପକ୍ଷରୁ ପୁଣି ଅଦାଲତରେ ସତ୍ୟପାଠ ଦାଖଲ ପରେ ଜିଲା ଓ ଦୌରାଜଜ୍‌ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଅଦାଲତ ଏସ୍‌ପିଙ୍କ ଚୌକି ସମେତ ଅନ୍ୟାନ୍ୟ ଉପକରଣ ଜବତ ପାଇଁ ନୋଟିସ୍‌ କରିଛନ୍ତି। ଏଭଳି ନିର୍ଦ୍ଦେଶକୁ ନେଇ ପୋଲିସ ପ୍ରଶାସନ ଓ ବିଚାର ବିଭାଗୀୟ ମୁହାଁମୁହିଁ ହୋଇଛନ୍ତି। କିନ୍ତୁ ନ୍ୟାୟ ଆଗରେ ସମସ୍ତେ ସମାନ ବୋଲି ଜଜ୍‌ କହିଛନ୍ତି। ନୋଟିସ ପାଇବା ପରେ ପୋଲିସ ପକ୍ଷରୁ ପଦକ୍ଷେପ ଗ୍ରହଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଖୁବ୍‌ଶୀଘ୍ର ପୀଡିତ ପରିବାରଙ୍କୁ କ୍ଷତିପୂରଣ ଦିଆଯିବ ବୋଲି ସୂଚନା ମିଳିଛି।

କେନ୍ଦୁଝର କବିତ୍ରା ଗ୍ରାମର ପ୍ରତାପ ଜେନା ଖବରକାଗଜ ବିତରକ ଭାବେ କାମ କରୁଥିଲେ। ସେ କେନ୍ଦୁଝର ଆସୁଥିବା ସମୟରେ ୨୦୦୮ରେ ପୋଲିସ ଗାଡି ଧକ୍କାରେ ଡେଲି ମାର୍କେଟ ନିକଟରେ ପ୍ରାଣ ହରାଇଥିଲେ। ଏହି ଘଟଣାକୁ ନେଇ ଅଦାଲତରେ ୨୦୧୧ରେ କ୍ଷତିପୂରଣ ମାମଲା ଦାୟର ହୋଇଥିଲା। ପୋଲିସର ଦାୟିତ୍ୱହୀନତା ପାଇଁ ଜଣେ ଗରିବ ଲୋକର ମୃତ୍ୟୁ ଘଟିଥିବା ଦର୍ଶାଇ ଜିଲା ଓ ଦୌରାଜଜ୍‌ ପୋଲିସ ଏସ୍‌ପିଙ୍କୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ଅଦାଲତର ନିର୍ଦ୍ଦେଶ ସେତ୍ତ୍ବେ ପୋଲିସ ପ୍ରଶାସନ କ୍ଷତିପୂରଣ ଦେବାରେ ବିଳମ୍ବ କରିଥିଲେ। ୨୦୧୪ରେ ଏହି ଘଟଣାର ରାୟ ପ୍ରକାଶ ପାଇଥିଲା। ରାୟରେ ୨୦୧୧ରୁ ୯ ପ୍ରତିଶତ ସୁଧ ସହିତ ଏହି କ୍ଷତିପୂରଣ ରାଶି ମୃତକ ପରିବାରକୁ ପ୍ରଦାନ କରିବାକୁ ଅଦାଲତ ଆଦେଶ ଦେଇଥିଲେ। କିନ୍ତୁ ଆଦେଶକୁ କାର୍ଯ୍ୟକାରୀ କରିବାରେ ପୋଲିସ ପ୍ରଶାସନ ଯଥେଷ୍ଟ ବିଳମ୍ବ କରିଥିଲା। ଯେଉଁପାଇଁ କୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri