Posted inଖେଳ

୮ ବର୍ଷ ପରେ ଘରୋଇ ହିଂସା ମାମଲାରେ ଲିଆଣ୍ଡର ପେସ୍‌ଙ୍କୁ ଝଟ୍‌କା, ପୂର୍ବ ପାର୍ଟନରଙ୍କ ସପକ୍ଷରେ ରାୟ

ନୂଆଦିଲ୍ଲୀ,୨୫।୨: କିମ୍ବଦନ୍ତୀ ଟେନିସ ଷ୍ଟାର୍‌ ଲିଆଣ୍ଡର୍‌ ପେସଙ୍କୁ ଲାଗିଛି ଝଟ୍‌କା। ୨୦୧୪ରେ ତାଙ୍କ ବିରୋଧରେ ପୂର୍ବତନ ପାର୍ଟନର୍‌ ତଥା ଅଭିନେତ୍ରୀ ରିୟା ପିଲ୍ଲାଇ ଘରୋଇ ହିଂସା ଅଭିଯୋଗ ଆଣିଥିଲେ। ଏହି ମାମଲାରେ କୋର୍ଟଙ୍କ ରାୟ ରିୟାଙ୍କ ସପକ୍ଷରେ ଯାଇଥିବା ବେଳେ ପେସଙ୍କ ଅଡୁଆ ବଢ଼ିଛି।

ପିଲ୍ଲାଇ କରିଥିବା ମାମଲାର ଏକ ମେଟ୍ରୋପଲିଟାନ ମାଜିଷ୍ଟ୍ରେଟ କୋର୍ଟ ଶୁଣାଣି କରିଥିଲେ। ଏଥିରେ ରିୟାଙ୍କ ବିରୋଧରେ ପେସ ବିଭିନ୍ନ ଘରୋଇ ହିଂସା କରିଥିବା ସ୍ପଷ୍ଟ ହୋଇଛି। ଯଦି ରିୟା ନିଜ ଅଲଗା ରହିବାକୁ ଚାହୁଛନ୍ତି, ତାହେଲେ ପେସ ତାଙ୍କୁ ମାସିକ ଭରଣପୋଷଣ ପାଇଁ ୧ ଲକ୍ଷ ଟଙ୍କା ବ୍ୟତୀତ ଭରଣପୋଷଣ ପାଇଁ ୫୦ ହଜାର ଟଙ୍କା ପ୍ରଦାନ କରିବେ। ଯଦି ପିଲାଇ ନିଜ ପାର୍ଟନର୍‌ ପେସଙ୍କ ସହ ରହିବାକୁ ଚାହୁଁଛନ୍ତି, ତାହେଲେ ତାଙ୍କୁ ଭଡ଼ା ପାଇଁ ପ୍ରାପ୍ୟ ମିଳିବ ନାହିଁ।

ପେସଙ୍କ ସହ ଲିଭ ଇନ ରିଲେସନରେ ରହୁଥିଲେ ପିଲ୍ଲାଇ। ପେସ ତାଙ୍କ ସହ ୮ ବର୍ଷ ଧରି ଲିଭ-ଇନ ରିଲେସନରେ ରହୁଥିଲେ। ୨୦୧୪ରେ ଘରୋଇ ହିଂସାରୁ ସୁରକ୍ଷା ଦେବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ମାଜିଷ୍ଟ୍ରେଟ ମଧ୍ୟ ପ୍ରତିପକ୍ଷ ବିଭିନ୍ନ ଘରୋଇ ହିଂସାକାଣ୍ଡ ଘଟାଇଥିବା ପ୍ରମାଣିତ ହୋଇଛି ବୋଲି ତାଙ୍କ ନିର୍ଦ୍ଦେଶରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ମଝି ଆକାଶରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା ୨ ଫାଇଟର ଜେଟ, ଦେଖନ୍ତୁ ଲୋମଟାଙ୍କୁରା ଦୃଶ୍ୟ

ଓ୍ବାଶିଂଟନ,୧୮।୫: ଆମେରିକାର ଆଇଡାହୋ ରାଜ୍ୟରେ ଆୟୋଜିତ ଏକ ଏୟାର ଶୋ’ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ, ମାଉଣ୍ଟେନ ହୋମ ଏୟାର ଫୋର୍ସ ବେସରେ…

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri