ଧାନ ଚୋରି କରି କୋର୍ଟ ଚାଲାଣ

ଆନନ୍ଦପୁର,୨୪ା୧୨(ସ୍ବ.ପ୍ର.): ଧାନ ଚୋରି ଅଭିଯୋଗରେ ଆନନ୍ଦପୁର ପୋଲିସ ଶନିବାର ଜଣେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ବାଉଁଶଗଡ଼ ଗ୍ରାମର ଘନଶ୍ୟାମ ବାଗସିଂ ଓ ନାରାୟଣ ପାତ୍ର ମିଳିତ ଭାବେ ୪୦ ବସ୍ତା ଧାନ ସେହି ଗ୍ରାମର ଶରତ ପାତ୍ରଙ୍କ ଘରେ ରଖିଥିଲେ। ଚଳିତ ମାସ ୨୧ରେ ଶରତ ପାତ୍ରଙ୍କ ପରିବାରବର୍ଗ ନିଜ ସମ୍ପର୍କୀୟଙ୍କ ଘରକୁ ଆସିଥିବାବେଳେ ଘରେ କେହି ନ ଥିବାର ସୁଯୋଗରେ ଘର କବାଟ ଭାଙ୍ଗି ୪୦ ବସ୍ତା ଧାନ କେହି ଚୋରାଇ ନେଇଥିଲେ। ଶରତ ପାତ୍ରଙ୍କ ପରିବାର ଘରକୁ ଫେରିବା ପରେ ଚୋରି ସମ୍ପର୍କରେ ଅନୁଧ୍ୟାନ କରିବା ସହିତ କେତେକଙ୍କ ଉପରେ ସନ୍ଦେହ ସୃଷ୍ଟି ହୋଇଥିଲା। ଏହି ଘଟଣାକୁ ନେଇ ଘନଶ୍ୟାମ ଆନନ୍ଦପୁର ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏନେଇ କେସ ନଂ ୨୯୪/୨୨ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଆରମ୍ଭ ହୋଇଥିଲା। ଅଭିଯୋଗ ଆଧାରରେ ତଦନ୍ତ କରାଯାଇ ପେଟୁ ଓରଫ ରାଜୁ ହେମ୍ବ୍ରମଙ୍କୁ ଆଜି ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ଆନନ୍ଦପୁର ଥାନା ଅଧିକାରୀ ସୁଶାନ୍ତ ଦାଶ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…

ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର  ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା  ୨୬ ନଂ…

ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ

ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ

ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri