ଏପ୍ରିଲ ୬ରୁ ସକାଳୁଆ କୋର୍ଟ

କଟକ,୨୫।୩(କୁମାରଶ୍ରୀ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ୬ରୁ ରାଜ୍ୟର ସମସ୍ତ ଜିଲା ଓ ଅଧୀନସ୍ଥ ଅଦାଲତ ସକାଳୁଆ ହେବ। ମଙ୍ଗଳବାର ଏ ନେଇ ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। କୋର୍ଟ କାର୍ଯ୍ୟ ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିବ। ଏହା ସହିତ ପୂର୍ବାହ୍ନ ୧୦ଟାରୁ ୧୦ଟା ୩୦ ପର୍ଯ୍ୟନ୍ତ ଅଧ ଘଣ୍ଟିଆ ବିରତି ସମୟ ଧାର୍ଯ୍ୟ ହୋଇଛି। ପ୍ରତିଦିନ ଅଦାଲତ ସକାଳ ୭ଟା ୩୦ରୁ ମଧ୍ୟାହ୍ନ ୧୨ଟା ୩୦ ପର୍ଯ୍ୟନ୍ତ ଚାଲିବ। ତେବେ ବ୍ରହ୍ମପୁର, ଛତ୍ରପୁର, ଭୁବନେଶ୍ୱର, କୋରାପୁଟ (ସଦର) ଓ ପୁରୀ (ସଦର) ଅଞ୍ଚଳରେ ସକାଳୁଆ କୋର୍ଟ ଚାଲିବା ବ୍ୟବସ୍ଥା ଲାଗୁ ହେବ ନାହିଁ ବୋଲି ସୂଚନା ମିଳିଛି। ସକାଳୁଆ କୋର୍ଟ ସମୟ ସୂଚୀ ଗ୍ରୀଷ୍ମ ଅବକାଶର ଶେଷ କାର୍ଯ୍ୟ ଦିନ ପର୍ଯ୍ୟନ୍ତ ଜାରି ରହିବ। ଆଇନଜୀବୀ ଓ ମକଦ୍ଦମାକାରୀମାନେ ନୂତନ ସମୟ ସୂଚୀକୁ ଲକ୍ଷ୍ୟ ରଖି ନିଜ କାର୍ଯ୍ୟସୂଚୀ ପ୍ରସ୍ତୁତ କରିବାକୁ ଅଦାଲତ ପକ୍ଷରୁ ଅନୁରୋଧ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୦୨୫ ପାଇଁ ଖେଳରତ୍ନ ପୁରସ୍କାର ନାହିଁ, ତେଜସ୍ବିନ, ଦିବ୍ୟା, ଗାୟତ୍ରୀଙ୍କୁ ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ, ୧୮ା୮- ୨୦୨୫ ବର୍ଷ ଲାଗି କୌଣସି ଆଥଲେଟ୍‌ଙ୍କୁ ସମାନ୍‌ଜନକ ଧ୍ୟାନ୍‌ ଚାନ୍ଦ ଖେଳରତ୍ନ ପୁରସ୍କାର ଦିଆଯିବ ନାହିଁ। ଏ ନେଇ କ୍ରୀଡ଼ା ମନ୍ତ୍ରଣାଳୟ ମଙ୍ଗଳବାର ନିଷ୍ପତ୍ତି…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ପାରଳାଖେମୁଣ୍ଡିର ବିକାଶ ପାଇଁ ସ୍ବର ଉଠାଇଲେ ବିଧାୟକ ରୂପେଶ: ବୃନ୍ଦାବନ ପ୍ୟାଲେସ ଉନ୍ନତି, ୩ ବସ୍‌ଷ୍ଟାଣ୍ଡ ପାଇଁ…

ପାରଳାଖେମୁଣ୍ଡି, ୧୮।୮(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ପର୍ଯ୍ୟଟନ ଓ ଯାତାୟାତ ବ୍ୟବସ୍ଥାକୁ ଏକ ନୂତନ ଦିଗ ଦେବା ପାଇଁ ବିଧାନସଭାରେ ଦାବି ଉଠାଇଛନ୍ତି ସ୍ଥାନୀୟ ବିଧାୟକ ରୂପେଶ କୁମାର…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ: ଅଭିଯୁକ୍ତ ଗିରଫ, ବହୁ ଜାଲିଆତି ସାମଗ୍ରୀ ଜବତ

ଛତ୍ରପୁର, ୧୮।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପ ଟ୍ଟନାୟକ): ବେକାର ଯୁବକ-ଯୁବତୀଙ୍କୁ ଚାକିରିର ପ୍ରଲୋଭନ ଦେଖାଇ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ଜାଲିଆତି ଚକ୍ରର ପର୍ଦ୍ଦାଫାସ କରିଛି…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

ଷଣ୍ଢକୁ ଆକ୍ରମଣ କରି ଖାଇଲା କୁମ୍ଭୀର

ରାଜନଗର, ୧୮।୮ (ଭାସ୍କର ରାଉତରାୟ): ବନ୍ୟା ଆସିବା ଯୋଗୁ ଏବେ ବଉଳା କୁମ୍ଭୀରଙ୍କ ଆତଙ୍କ ବଢ଼ିଛି। ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଆଖିରୁ ନିଦ ହଜିଯାଇଛି। ଭିତରକନିକା ଜାତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri