Posted inଜାତୀୟ

ଆମ୍ବୁଲାନ୍ସକୁ ଅବରୋଧ କଲା ଭାଜପା ନେତାଙ୍କ କାର୍‌

ଲକ୍ଷ୍ନୌ, ୫ା୪: ଉତ୍ତରପ୍ରଦେଶର ସୀତାପୁର ଜିଲାରେ ଭାଜପା ନେତା ଉମେଶ ମିଶ୍ରାଙ୍କ କାର୍‌ ରାସ୍ତା ଅବରୋଧ କରିବାରୁ ଆମ୍ବୁଲାନ୍ସ ହସ୍ପିଟାଲ ଯାଇ ନ ପାରି ରୋଗୀଙ୍କ ମୃତ୍ୟୁ ଘଟିଛି। ନେତାଙ୍କ ଅବହେଳା ପାଇଁ ରୋଗୀଙ୍କ ମୃତ୍ୟୁ ଘଟିଲା ବୋଲି ପରିବାର ପକ୍ଷରୁ ଅଭିଯୋଗ କରାଯିବା ପରେ ଉମେଶ ସେମାନଙ୍କୁ ଧମକ ଦେଇଛନ୍ତିି।
ଶନିବାର ରୋଗୀ ସୁରେଶ ଚନ୍ଦ୍ରାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ଜିଲା ସ୍ବାସ୍ଥ୍ୟକେନ୍ଦ୍ର ନିଆଯାଉଥିବା ବେଳେ ହୃଦ୍‌ଘାତ ହୋଇଥିବା ଡାକ୍ତର କହିଥିଲେ ଓ ତୁରନ୍ତ ଲକ୍ଷ୍ନୌ ହସ୍ପିଟାଲକୁ ରେଫର କରିଥିଲେ। ତେବେ ଉମେଶ ତାଙ୍କ କାର୍‌କୁ ରାସ୍ତାରେ ରଖି କୁଆଡ଼େ ଚାଲିଯାଇଥିବାରୁ ଆମ୍ବୁଲାନ୍ସ ୩୦ ମିନିଟ ପର୍ଯ୍ୟନ୍ତ ଅଟକି ରହିଥିଲା। ଏହି ସମୟରେ ଆମ୍ବୁଲାନ୍ସରେ ସୁରେଶଙ୍କର ମୃତ୍ୟୁ ଘଟିଥିଲା।

କିଛି ସମୟ ପରେ ଉମେଶ ସେଠାରେ ପହଞ୍ଚତ୍ ଓଲଟା ରୋଗୀଙ୍କ ପରିବାର ଲୋକଙ୍କ ସହ ଯୁକ୍ତି କରିବା ସହ ପରିଣାମ ଭୟଙ୍କର ହେବ ବୋଲି ଧମକ ଦେଇଥିଲେ। ସେଠାରେ ଉପସ୍ଥିତ ଜଣେ ବ୍ୟକ୍ତି ଘଟଣାର ଭିଡିଓ ଶୁଟିଂ କରିଥିଲେ। ଉମେଶ ଭାଜପା ନେତା ତଥା ବ୍ଲକ୍‌ ମୁଖ୍ୟ ରାମକିଙ୍କର ପାଣ୍ଡେଙ୍କ ଭାଇ କହି ରୋଗୀଙ୍କ ଭିଣୋଇଙ୍କୁ ଗାଳିଦେଉଥିବା ଭିଡିଓରେ ଦେଖିବାକୁ ମିଳିଛି। ଜିଲାପାଳ, ଏସ୍‌ପି ତାଙ୍କ ନିର୍ଦ୍ଦେଶରେ କାର୍ଯ୍ୟ କରୁଛନ୍ତି। ସେ ରୋଗୀଙ୍କ ଭିଣୋଇଙ୍କୁ ଶେଷ କରିଦେବେ ବୋଲି କହୁଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ବୁଲିଲା ଦନ୍ତାହାତୀ

ହାଟଡିହୀ/ ବଉଳା, ୩୧।୧୨ (ଶୁଭକାନ୍ତ ନାୟକ /ଦୁର୍ଗା ପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଆମ୍ବୋ ଅଞ୍ଚଳରେ ମଙ୍ଗଳବାର ଏକ ଦନ୍ତା ହାତୀ ଆତଙ୍କ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri