କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।

କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅନୁପ ରଞ୍ଜନ ପଟ୍ଟନାୟକ ଏହି ମାମଲାରେ ୧୭ ସାକ୍ଷ୍ୟ ଓ ପ୍ରମାଣକୁ ଭିତ୍ତି କରି ଉକ୍ତ ଗ୍ରାମର ବିବିଷଣ ପାତ୍ରଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇବା ସହ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି।

ପ୍ରକାଶ ଯେ, କୁଟ୍ରୁପଲା ଗାଁର ନରୋତ୍ତମ ଭୋଇ ୩୦ ଅଗଷ୍ଟ ୨୦୧୪ ରାତିରେ ନିଜ ପୁତୁରାଙ୍କୁ ଖୋଜିବାକୁ ଯାଇ ଆଉ ଫେରି ନ ଥିଲେ। ପରଦିନ ଜମିରୁ ତାଙ୍କର ମୃତଦେହ ଜବତ କରାଯାଇଥିଲା। ତେବେ ନରୋତ୍ତମଙ୍କୁ ଅଭିଯୁକ୍ତ ବିବିଷଣ ଓ ତାଙ୍କ ୨ ଭାଇ ଟାଙ୍ଗିଆରେ ହତ୍ୟା କରିଥିବା ପୁତୁରା ଦେଖିବାକୁ ପାଇଥିଲେ।

ଏହାପରେ ଅଭିଯୁକ୍ତ ବିବିଷଣ ଓ ୨ ଭାଇ ମଧ୍ୟ ନିଜ ଦୋଷ ସ୍ବୀକାର କରିଥିଲେ। ଏହି ଘଟଣାରେ ପୋଲିସ ସେତେବେଳେ ଏକ ମାମଲା (ନଂ.୬୭/୨୦୧୪)ରୁଜୁ କରି ଅଭିଯୁକ୍ତ ବିବିଷଣ ଓ ତାଙ୍କ ୨ଭାଇଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତେବେ ପରବର୍ତ୍ତୀ ସମୟରେ ୨ ଭାଇ ଫେରାର ମାରିଥିଲେ। ଫଳରେ ଜଣେ ଅଭିଯୁକ୍ତ ବିବିଷଣଙ୍କ କୋର୍ଟରେ ବିଚାର ହୋଇଥିଲା। ଏହି ମାମଲାଟିକୁ ସରକାରଙ୍କ ପକ୍ଷରୁ ପିପି ମନୋଜ କୁମାର ମେହେର ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri