ଅତିଥି ଭାବେ ବୁଲିବାକୁ ଆସିଥିଲେ, ସୁନାଗହଣା ଲୁଟିନେଲେ ସମ୍ପର୍କୀୟ, ଦୁଇ ମହିଳାଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୧ା୧୧(ଅରୁଣ ସାହୁ): ଅତିଥି ହୋଇ ଘରକୁ ବୁଲିବାକୁ ଆସଥିଲେ। ଆଉ ସମ୍ପର୍କୀୟମାନେ ବିଶ୍ୱାସଘାତକତା କରି ପୋଲିସ ହାତରେ ବନ୍ଧା ହୋଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ। ଜଣେ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ ଅଞ୍ଚଳର ବିଧବା ବୃଦ୍ଧା ଇସ୍ତରା ଶୋଭାସୁନ୍ଦର ନିଜ ସମ୍ପର୍କୀୟ ପୁତୁରା ଘରକୁ ଭଲ ମନ୍ଦ ବୁଝିବା ସହ ତାଙ୍କୁ ଭେଟିବା ପାଇଁ ଆସିଥିଲେ। ହେଲେ ସେହି ସମ୍ପର୍କୀୟମାନେ ବୃଦ୍ଧା ପିନ୍ଧିଥିବା ସୁନା ଗହଣା ଉପରେ ଲୋଭ ରଖିଥିଲେ। ପ୍ରାୟ ୨ ଶହ ୪୦ଗ୍ରାମ ସୁନା ଗହଣାକୁ ଚୋରି କରିନେଲେ। ହେଲେ ପୋଲିସ ତଦନ୍ତ ବେଳେ ଜଣେ ଫେରାର ହୋଇଯାଇଥିବା ବେଳେ ୨ ଜଣ ମହିଳା ଗିରଫ ହୋଇଥିବା ଆଇଆଇଆସି ରମେଶ କୁମାର ପ୍ରଧାନ ସୂଚନା ଦେଇଛନ୍ତି। ଗିରଫ ୨ ଜଣ ହେଲେ ଅମିତା ନାୟକ ଏବଂ ମେନକା ସିଂ। ଏଥିରେ ସମ୍ପୃକ୍ତ ସୁନୀଲ କୁମାର ସିଂ ଫେରାର ହୋଇଯାଇଥିବା ପୋଲିସ କହିଛି। ତାଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ। ଚୋରି ଯାଇଥିବା ସମସ୍ତ ୨ ଶହ ୪୦ ଗ୍ରାମ ସୁନାକୁ ପୋଲିସ ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ୫୦ ହଜାର ଟଙ୍କା ହେବ ବୋଲି ପୋଲିସ କହିଛି।

ଅଭିଯୋଗକାରୀଙ୍କ ଅଭିଯୋଗ ଅନୁଯାୟୀ, ସେ ନିଜ ଗାଁ କାଟିଙ୍ଗିଆ ଅଞ୍ଚଳରୁ ପୁତୁରା ଓ ପୁତୁରା ବୋହୂଙ୍କୁ ଦେଖିବା ପାଇଁ ୨୮ ତାରିଖରେ ଦାରିଙ୍ଗବାଡ଼ି ଚାଲିଆସିଥିଲେ। ତାଙ୍କ ଘରେ ରାତିରେ ରହିଥିଲେ। ସମସ୍ତେ ଖାଇ ପିଇ ଶୋଇପଡ଼ିଥିଲେ ମଧ୍ୟ ଅତିଥି ଭାବେ ଆସିଥିବା ବୃଦ୍ଧାଙ୍କ ସୁନା ଗହଣା ଉପରେ ନଜର ରଖିଥିବା ପୁତୁରା ଓ ପୁତୁରା ବୋହୂ ବୃଦ୍ଧା ଶୋଇପଡ଼ିବା ପରେ ଚୋରି କରି ନେଇଥିଲେ। ବୃଦ୍ଧା ଜଣକ ସକାଳୁ ନିଜେ ପିନ୍ଧିଥିବା ସୁନା ଗହଣା ନ ଥିବା ଜାଣି ଥାନାରେ ଅଭିଯୋଗ କରିଥିଲେ। ପୋଲିସ ତଦନ୍ତ ପରେ ଘଟଣା ସମ୍ପର୍କରେ ଅଭିଯୁକ୍ତମାନେ ମାନିଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri