ସୋମବାରଠାରୁ ଗଞ୍ଜାମରେ କୋଭାକ୍ସିନ ଟିକାକରଣ

ଛତ୍ରପୁର,୪ା୭(ଡି.ଏନ୍‌.ଏ.): ଭୁବନେଶ୍ୱର ପରେ ପ୍ରଥମ ଥର ପାଇଁ ଗଞ୍ଜାମ ଜିଲାରେ କୋଭାକ୍ସିନ ପହଞ୍ଚିଛି। ବ୍ରହ୍ମପୁର ସହର ସମେତ ଗଞ୍ଜାମ ଜିଲା ପାଇଁ ୧ ଲକ୍ଷ ୪୦ ହଜାର କୋଭାକ୍ସିନ ପହଞ୍ଚିବା ପରେ ଏହାକୁ ରବିବାର ଟିକାଦାନ କେନ୍ଦ୍ରକୁ ପଠାଇ କାର୍ଯ୍ୟ ଆରମ୍ଭ ହୋଇଛି। ସୋମବାରଠାରୁ ଗଞ୍ଜାମରେ ଆରମ୍ଭ ହେବ ଏହି କୋଭାକ୍ସିନର ଟିକାଦାନ। ସେହିପରି ଜିଲାକୁ ପୂର୍ବରୁ ଦିଆଯାଉଥିବା କୋଭିଶିଲ୍ଡ ୮୫ ହଜାର ଡୋଜ୍‌ ପହଞ୍ଚିଛି। ଜିଲାର ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ରହିଥିବା ଟିକା ସଂରକ୍ଷଣ କେନ୍ଦ୍ର ପରିସରରେ ଭ୍ୟାକ୍ସିନ ପହଞ୍ଚିବା ପରେ ଏହାକୁ ଜିଲାର ସମସ୍ତ ଟିକାଦାନ କେନ୍ଦ୍ରକୁ ପଠାଯାଉଛି। ଯାହାକି ଏଣିକି ଜିଲାରେ ପ୍ରଥମ ଡୋଜ୍‌ ଟିକା ନେବା ପାଇଁ ଆସୁଥିବା ବ୍ୟକ୍ତି ବିଶେଷଙ୍କ ପାଇଁ କୋଭାକ୍ସିନ ଟିକା ଦିଆଯିବ। ଯେଉଁମାନେ ପୂର୍ବରୁ କୋଭିଶିଲ୍ଡ ଟିକା ନେଇଥିଲେ ସେମାନଙ୍କୁ ଦ୍ବିତୀୟ ଡୋଜ ମଧ୍ୟ କୋଭିଶିଲ୍ଡ ଦିଆଯିବ ବୋଲି ସୂଚନା ଦିଆଯାଇଛି। ଅପରପକ୍ଷରେ ରବିବାର ସନ୍ଧ୍ୟା ସୁଦ୍ଧା ଟିକା କେନ୍ଦ୍ର ସମ୍ପର୍କରେ ସମ୍ପୂର୍ଣ୍ଣ ସୂଚନା ଦିଆଯିବ ବୋଲି ଗଣମାଧ୍ୟମକୁ କୁହାଯାଇଛି। ଟିକା
ଅଭାବ ଯୋଗୁ ଗଞ୍ଜାମରେ ଟିକାକରଣ ବନ୍ଦ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀ କରୋନା ସଂକ୍ରମିତ ହେବା ପରେ ସିଲ୍‌ ହେଲା ବିଏସ୍‌ଏଫ୍‌ ମୁଖ୍ୟାଳୟ

ନୂଆଦିଲ୍ଲୀ,୪।୫: ଦିଲ୍ଲୀ ଲୋଧି ରୋଡ଼ର ଥିବା ବିଏସ୍‌ଏଫ୍‌ କାର୍ଯ୍ୟାଳୟର ଜଣେ କର୍ମଚାରୀ କରୋନା ସଂକ୍ରମିତ ହୋଇଛନ୍ତି। ସୋମବାର ଏହି ଖବର ଜଣାପଡ଼ିବା ପରେ ବିଏସଏଫ୍‌ର ମୁଖ୍ୟାଳୟର...

ବଳାତ୍କାର ପୀଡ଼ିତା ଅଧ୍ୟାପିକାଙ୍କ ଆତ୍ମହତ୍ୟା ଘଟଣା : ଆଉ ଜଣେ ଅଭିଯୁକ୍ତ କୋର୍ଟ ଚାଲାଣ

ରାଇରଙ୍ଗପୁର,୯ା୧୨(ଡି.ଏନ୍‌.ଏ.): ଗତ ସପ୍ତାହ ତଳେ ରାଇରଙ୍ଗପୁର ଅଞ୍ଚଳର ଏକ କଲେଜର ଜଣେ ବଳାତ୍କାର ପୀଡ଼ିତା ଅଧ୍ୟାପିକାଙ୍କ ଆତ୍ମହତ୍ୟା ମାମଲାରେ ସମ୍ପୃକ୍ତ ଅନ୍ୟ ଜଣେ ଅଭିଯୁକ୍ତଙ୍କୁ ଟାଉନଥାନା...

‘ଜାତୀୟ ମୁଣ୍ଡ ପିଛା ଆୟ ସହ ସମକକ୍ଷ ହେବା ଓଡ଼ିଶାର ଲକ୍ଷ୍ୟ’

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ରାଜ୍ୟରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ୨୦୨୦-୨୧ ବଜେଟ ପ୍ରସ୍ତୁତ କରାଯାଇଛି। ଓଡ଼ିଶା ପର୍ଯ୍ୟଟନକୁ ଏକ ନୂଆସ୍ତରକୁ ନେବାକୁ ପର୍ଯ୍ୟଟନ କ୍ଷେତ୍ରରେ ଅର୍ଥ...

ଜଙ୍ଗଲ ଆଇନ ସଂଶୋଧନ ଯୋଜନା:  ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଦିବାସୀଙ୍କ ବିକ୍ଷୋଭ

ଭଞ୍ଜନଗର,୨୮।୯(ଡି.ଏନ.ଏ.)-୧୯୨୭ ମସିହା ଜଙ୍ଗଲ ଜମି ଆଇନକୁ କେନ୍ଦ୍ର ସରକାର ସଂଶୋଧନ କରିବାକୁ ଯାଉଛନ୍ତି। ଉକ୍ତ ଆଇନ କାର୍ଯ୍ୟାକାରୀ ହେଲେ ଦେଶରେ ୧୧ଲକ୍ଷ ଆଦିବାସୀ ପରିବାର ଜଙ୍ଗଲ...

ଗର୍ଭବତୀଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗ ଆଣିଲେ ଭାଇ

ଜେନାପୁର/ଧର୍ମଶାଳା, ୧୫।୫ (ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଅଧୀନ କବାଟବନ୍ଧ ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଶୁକ୍ରବାର ଜଣେ ଗର୍ଭବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଜେନାପୁର...

୨୫୭୦.୫୪ କୋଟିର ୯ ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟ ସରକାର ୨୫୭୦.୫୪ କୋଟି ଟଙ୍କାର ୯ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ବୁଧବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ...

ମେ ଶେଷ ସୁଦ୍ଧା ସରିବ ଆଠଗଡ଼ ବସ୍‌ଷ୍ଟାଣ୍ଡ କାମ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ ଦ୍ୱାରା ଆଠଗଡ଼ ବସ୍‌ଷ୍ଟାଣ୍ଡର ନିର୍ମାଣ କାର୍ଯ୍ୟ ମେ ମାସ ଶେଷସୁଦ୍ଧା ସମ୍ପୂର୍ଣ୍ଣ ହେବ। ଗୁରୁବାର ଲୋକସେବା ଭବନରେ...

ଭାଜପା ଆଭିମୁଖ୍ୟ ଉପରେ ନଜର

ଭୁବନେଶ୍ୱର, ୬ା୭(ବ୍ୟୁରୋ): ଗୁରୁବାର ନିର୍ବାଚନ କମିଶନ ପାଟକୁରା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଆସନ୍ତା ୨୦ରେ ପାଟକୁରାରେ ଭୋଟ ହେବାକୁ ଥିବାବେଳେ ୨୪ରେ ହେବ...

Advertisement
Archives

Model This Week