ଲକ୍ଷଣ ପ୍ରକାଶ ପାଇଥିବା ଆକ୍ରାନ୍ତଙ୍କ କ୍ଷେତ୍ରରେ କୋଭାକ୍ସିନ୍‌ ୫୦ ପ୍ରତିଶତ ଫଳପ୍ରଦ, ଏମ୍ସ୍‌ ରିପୋର୍ଟ…

ନୂଆଦିଲ୍ଲୀ,୨୪।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଦେଶରେ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦିଲ୍ଲୀ ଏମ୍ସ୍‌ ପକ୍ଷରୁ ପ୍ରକାଶିତ ହୋଇଥିବା ସର୍ଭେରେ ଉଲ୍ଲେଖ କରାଯାଇଛି ଯେ, ଲକ୍ଷଣ ପ୍ରକାଶ ପାଇଥିବା ଆକ୍ରାନ୍ତଙ୍କ କ୍ଷେତ୍ରରେ କୋଭାକ୍ସିନ୍‌ ୫୦ ପ୍ରତିଶତ ଫଳପ୍ରଦ।

ଲାନସେଟ ପତ୍ରିକାରେ ପ୍ରକାଶିତ ଭାରତୀୟ ଟିକାକରଣର ରିଅଲ ୱାଲର୍‌ଡ ଆକସେସରେ ଏହି ଦାବି କରାଯାଇଛି। ଅବଶ୍ୟ, ଲାନସେଟରେ ପୂର୍ବରୁ ପ୍ରକାଶିତ ଏକ ମଧ୍ୟବର୍ତ୍ତୀ ଅଧ୍ୟୟନର ଫଳାଫଳ ଦର୍ଶାଯାଇଥିଲା ଯେ କୋଭାକ୍ସିନ ଦୁଇଟି ଡୋନ୍‌ ବିବିଭି-୧୫୨ ଲକ୍ଷଣ ପ୍ରକାଶ ପାଇଥିବା ଆକ୍ରାନ୍ତଙ୍କ କ୍ଷେତ୍ରରେ ୭୭.୮ ପ୍ରତିଶତ ପ୍ରଭାବଶାଳୀ। କିନ୍ତୁ ବର୍ତ୍ତମାନ ଭାରତରେ କରାଯାଇଥିବା ଏକ ଅଧ୍ୟୟନରୁ ଏହା ୫୦ ପ୍ରତିଶତ ପର୍ଯ୍ୟନ୍ତ ପ୍ରଭାବଶାଳୀ ବୋଲି ଜଣାପଡିଛି।

ଏହି ନୂତନ ଅଧ୍ୟୟନରେ ଦିଲ୍ଲୀର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (ଏମ୍ସ)ରେ ୧୫ ଏପ୍ରିଲ୍‌ରୁ ମେ‘ ୧୫ ମଧ୍ୟରେ ୨,୭୧୪ ହସ୍ପିଟାଲ କର୍ମଚାରୀଙ୍କ ମୂଲ୍ୟାଙ୍କନ ଆଧାରରେ କରାଯାଇଛି। ଗବେଷକମାନେ ସୂଚାଇ ଦେଇଛନ୍ତି ଯେ ଭାରତରେ ଡେଲ୍ଟା ଭାରିଆଣ୍ଟ ଅଧିକ ପ୍ରଭାବ ବିସ୍ତାର କରିଛି। ଏହା ମୋଟ ଚିହ୍ନଟ ମାମଲାର ପ୍ରାୟ ୮୦ ପ୍ରତିଶତ।

ନୂଆଦିଲ୍ଲୀ, ଏମ୍ସ୍‌ର ମେଡିସିନ ର ଅତିରିକ୍ତ ପ୍ରଫେସର ମନୀଷ ସୋନେଜା କହିଛନ୍ତି, ଆମର ଅଧ୍ୟୟନ ବିବିଭି-୧୫୨(କୋଭାକ୍ସିନ୍‌) କିପରି କାର୍ଯ୍ୟ କରୁଛି ତାହାର ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରିଛି। ଦ୍ରୁତ ଟିକା ଟିକାକରଣ କାର୍ଯ୍ୟକ୍ରମ ମହାମାରୀ ନିୟନ୍ତ୍ରଣ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଛି।

ଏହା ସହିତ ସାଧାରଣ ଜନସ୍ବାସ୍ଥ୍ୟ ନୀତି ଅନ୍ତର୍ଗତ ମାସ୍କ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା ବେଶ୍‌ ପ୍ରଭାବଶାଳୀ ହୋଇ ପାରିଛି ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri