କୋଭାକ୍ସିନ୍‌କୁ ଅଷ୍ଟ୍ରେଲିଆରେ ମଞ୍ଜୁରୀ…

ସିଡ୍‌ନୀ/ନୂଆଦିଲ୍ଲୀ,୧।୧୧: ଭାରତରେ ତିଆରି ହୋଇଥିବା କରୋନା ଟିକା କୋଭାକ୍ସିନ୍‌କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ଅନୁମୋଦନ ମିଳିପାରିନାହିଁ। କିନ୍ତୁ ଅଷ୍ଟ୍ରେଲିଆ ସରକାର ଏହାକୁ ଅନୁମୋଦିତ ଟିକା ତାଲିକାରେ ଅନ୍ତର୍ଭୁକ୍ତ କରିଛନ୍ତି। ଯାତ୍ରୀଙ୍କ ଟିକାକରଣ ସ୍ଥିତି ପାଇଁ ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନକୁ ଅଷ୍ଟ୍ରେଲିଆ ଅନୁମୋଦନ କରିଛି। ଅଷ୍ଟ୍ରେଲିଆରେ ଅବସ୍ଥାପିିତ ଥିବା ଭାରତର ହାଇ କମିଶନର ବରୀ ଓ ଫାରେଲ ଏହି ସୂଚନା ଦେଇଛନ୍ତି।

କୋଭାକ୍ସିନ ଅଷ୍ଟ୍ରେଲିଆ ସରକାରଙ୍କ ଠାରୁ ଏହି ସବୁଜ ସଙ୍କେତ ପାଇଛି। ଅପରପକ୍ଷରେ ଭାରତର ସ୍ବଦେଶୀ ଟିକାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଅନୁମୋଦନ ପାଇଁ ବହୁ ସପ୍ତାହ ଅପେକ୍ଷା କରିବାକୁ ପଡ଼ିଛି। ଏବେ ଟିକାର ଅନୁମୋଦନ ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଅଧିକ ସୂଚନା ଲୋଡ଼ାଯାଇଛି।

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି ଯେ ଆଉ କିଛି ସୂଚନାର ଆବଶ୍ୟକତା ରହିଛି। ଉପଯୁକ୍ତ ତଥ୍ୟ ଆଧାରରେ ଟିକା ବ୍ୟବହାର ପାଇଁ ଅନୁମୋଦନ ଦିଆଯାଇପାରିବ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କହିଛି। ଏହାପୂର୍ବରୁ ୨୬ ଅକ୍ଟୋବରରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଏକ ବୈଠକ ହୋଇଥିଲା, ଯେଉଁଥିରେ ଟିକା ଅନୁମୋଦନ ହେବାର ଆଶା କରାଯାଉଥିଲା, କିନ୍ତୁ ତାହା ହୋଇପାରିଲା ନାହିଁ।

ଏବେ ପରବର୍ତ୍ତୀ ବୈଠକ ୩ ନଭେମ୍ବରରେ ହେବାକୁ ଯାଉଛି। ଏହି ବୈଠକରେ ଭାରତ ବାୟୋଟେକର ଟିକା କୋଭାକ୍ସିନକୁ ଅନୁମୋଦନ ମିଳିବାର ଆଶା କରାଯାଉଛି।

ଚଳିତ ବର୍ଷ ୧୯ ଏପ୍ରିଲରେ, ଭାରତ ବାୟୋଟେକ ଦ୍ୱାରା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନକୁ ଏକ ଆବେଦନ କରାଯାଇଥିଲା। ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ ସହିତ ମିଳିତ ଭାବେ ଏହି ଟିକା ଭାରତ ବାୟୋଟେକ ଦ୍ୱାରା ପ୍ରସ୍ତୁତ କରାଯାଇଥିଲା ।

କୋଭିଶିଲ୍ଡ ଟିକା ଅଷ୍ଟ୍ରେଲିଆ ସରକାରଙ୍କ ଦ୍ୱାରା ପୂର୍ବରୁ ଅନୁମୋଦନ ହୋଇସାରିଛି। ଏହା ବ୍ୟତୀତ ଅଷ୍ଟ୍ରେଲିଆ ସରକାର ଫାଇଜର, ମୋଡର୍ନା, ଜନସନ ଆଣ୍ଡ ଜନସନ, ସିନୋଭାକ, ସିନୋଫାର୍ମ ଟିକା ମଧ୍ୟ ଅନୁମୋଦନ କରିଛନ୍ତି। ଏପର୍ଯ୍ୟନ୍ତ ଭାରତରେ ୯୦ ପ୍ରତିଶତ କୋଭିଶିଲ୍ଡ ଟିକା ଲୋକଙ୍କୁ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

‘ବନ୍ଦେ ମାତରମ୍‌’କୁ ନେଇ ଏମିତି କହିଲେ ଧର୍ମେନ୍ଦ୍ର, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୨୨।୮: ବନ୍ଦେ ମାତରମ ଉପରେ କଂଗ୍ରେସ କାର୍ଯ୍ୟକାରିଣୀ (CWC) ପ୍ରସ୍ତାବ ଉପରେ ପ୍ରତିକ୍ରିୟା ଦେଇ, ଭାଜପା ସାଂସଦ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୨ ଅଗଷ୍ଟ) ଓଡ଼ିଶାର ତାଳଚେରରେ…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

କେବେ ଭାରତ ଆସିବେ ବାଂଲାଦେଶୀ ପ୍ରଧାନମନ୍ତ୍ରୀ? ଆସିଲା ନୂଆ ତାରିଖ

ନୂଆଦିଲ୍ଲୀ,୨୨।୮: ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହkସିନାଙ୍କ ବହିଷ୍କାର ଏବଂ ଭାରତରେ ଆଶ୍ରୟ ନେବା ମଧ୍ୟରେ, ବାଂଲାଦେଶୀ ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ 23 ରୁ 25 ମଧ୍ୟରେ…

ମିତ୍ର ଦେଶ କାନାଡାକୁ ଶକ୍ତ ଝଟକା ଦେଲେ ଟ୍ରମ୍ପ!

ଓ୍ବାଶିଂଟନ,୨୨।୮: ଡୋନାଲ୍ଡ ଟ୍ରମ୍ପ ଆମେରିକାର ଘନିଷ୍ଠ ସହଯୋଗୀ ଏବଂ ବନ୍ଧୁ କାନାଡା ଉପରେ ‘ଶୁଳ୍କ ବୋମା’ ପକାଇଛନ୍ତି। ବାଣିଜ୍ୟ ଚୁକ୍ତି ଆଲୋଚନା ସମୟରେ ଦୁଇ ରାଷ୍ଟ୍ର ଏକ…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

୨୦୨୭ ଲଢେଇ ଜିତିବାକୁ ଭାଜପାର ବଡ଼ ପ୍ଲାନ: ଟାର୍ଗେଟ୍‌ରେ Gen G-Gen Z

ନୂଆଦିଲ୍ଲୀ,୨୨।୮: ନୂତନ ଜାତୀୟ ଟିମ୍‌ ଘୋଷଣା ପରେ ଭାଜପା ନେତା ନୀତିନ ନବୀନ ଶନିବାର ପଦାଧିକାରୀଙ୍କ ସହ ଏକ ବୈଠକ କରିଛନ୍ତି। ଦିଲ୍ଲୀରେ ଥିବା ଭାଜପା ମୁଖ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri