ଗଞ୍ଜାମ ଜିଲାରେ ଦିଆଯିବ କୋଭାକ୍ସିନ

ଭୁବନେଶ୍ୱର, ୩ା୭(ବ୍ୟୁରୋ): ଚଳିତ ମାସରୁ ଗଞ୍ଜାମ ଜିଲାରେ ୧୮ ବର୍ଷରୁ ଉର୍ଦ୍ଧ୍ୱ ବ୍ୟକ୍ତିଙ୍କୁ କୋଭାକ୍ସିନ ଟିକା ଦିଆଯିବ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଶୁକ୍ରବାର ଗଞ୍ଜାମ ଜିଲାପାଳ, ବ୍ରହ୍ମପୁର ମହାନଗର ନିଗମ କମିଶନର ଏବଂ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ଯେଉଁମାନେ ପ୍ରଥମ ଡୋଜ୍‌ ଟିକା ନେଇନାହାନ୍ତି ସେମାନଙ୍କୁ କୋଭାକ୍ସିନ ଦିଆଯିବ। ଯେଉଁମାନେ କୋଭିସିଲ୍ଡ ପ୍ରଥମ ଡୋଜ ଟିକା ନେଇଛନ୍ତି ସେମାନଙ୍କୁ କୋଭିସିଲ୍ଡ ଯୋଗାଇ ଦିଆଯିବ। ଦ୍ୱିତୀୟ ଡୋଜ କୋଭିସିଲ୍ଡ ଟିକା କେତେ ଆବଶ୍ୟକ ତାହା ପୂର୍ବରୁ ରାଜ୍ୟ ସରକାରଙ୍କୁ ଜଣାଇବା ପାଇଁ ଜିଲା ପ୍ରଶାସନକୁ କୁହାଯାଇଛି। ଯେଉଁମାନେ କୋଭିସିଲ୍ଡର ପ୍ରଥମ ଡୋଜ ନେଇଛନ୍ତି ସେମାନଙ୍କ ପାଇଁ ସ୍ବତନ୍ତ୍ର ଭାବେ ଦ୍ୱିତୀୟ ଡୋଜ କୋଭିସିଲ୍ଡ ଟିକାକରଣ କରିବାକୁ ପରାମର୍ଶ ଦିଆଯାଇଛି। ତେବେ କୌଣସି ପରିସ୍ଥିତିରେ କୋଭାକ୍ସିନ ଓ କୋଭିସିଲ୍ଡକୁ ଅଦଳବଦଳ କରି ନ ଦେବା ଲାଗି ନିର୍ଦ୍ଦେଶ ଦିଆଯାଇଛି। କୋଭାକ୍ସିନ ଟିକାକରଣ କରିବା ପୂର୍ବରୁ ସ୍ବାସ୍ଥ୍ୟ କର୍ମୀମାନଙ୍କ ଏକ ତାଲିମ କାର୍ଯ୍ୟକ୍ରମ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

‘ପ୍ରଧାନମନ୍ତ୍ରୀ ହେବେ ଥଲାପତି ବିଜୟ’, TVKର ଦାବିରେ କଂଗ୍ରେସର କଟାକ୍ଷ- ‘୨୭୨ ସାଂସଦ…’

ଚେନ୍ନାଇ, ୨୪।୮: ତାମିଲନାଡୁର ରାଜନୀତିରେ ଅଭିନେତାରୁ ନେତା ପାଲଟିଥିବା ସି. ଜୋସେଫ ବିଜୟ ଅର୍ଥାତ୍‌ ଥଲାପତି ବିଜୟଙ୍କୁ ନେଇ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବିଜୟଙ୍କ ଦଳ…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

ହସ୍ପିଟାଲରେ ଜନ୍ମ ନେଲା ଅଦ୍ଭୁତ ଶିଶୁ; ସବୁ ଚକିତ, ଦେଖିବାକୁ ହସ୍ପିଟାଲରେ ଭିଡ଼

ଭୋପାଳ,୨୪ା୮: ମଧ୍ୟପ୍ରଦେଶର ଛତରପୁର ଜିଲାରୁ ଏକ ଅତ୍ୟନ୍ତ ବିରଳ ଘଟଣା ସାମ୍ନାକୁ ଆସିଛି । ଲବକୁଶ ନଗର ସ୍ୱାସ୍ଥ୍ୟକେନ୍ଦ୍ରରେ ଜଣେ ମହିଳା ୪ଟି ହାତ ଓ ୪ଟି…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri