Posted inଜାତୀୟ

୨ରୁ ୧୮ବର୍ଷର ପିଲାଙ୍କ ପାଇଁ କୋଭାକ୍ସିନ ବହୁ ପ୍ରଭାବଶାଳୀ: ଦାବି କଲା ଭାରତ ବାୟୋଟେକ

ନୂଆଦିଲ୍ଲୀ,୧୭।୬: ଭାରତ ବାୟୋଟେକର ଆଣ୍ଟି-କରୋନା ଭାଇରସ୍‌ ଟିକା କୋଭୋକ୍ସିନ ୨ରୁ ୧୮ ବର୍ଷ ବୟସ ମଧ୍ୟରେ ଥିବା ଶିଶୁ ଏବଂ କିଶୋରମାନଙ୍କ ପାଇଁ ଅତ୍ୟନ୍ତ ପ୍ରଭାବଶାଳୀ। ଶୁକ୍ରବାର କମ୍ପାନୀ ପକ୍ଷରୁ ଦାବି କରାଯାଇଛି ଯେ, ଏହାର କୋଭିଡ ଟିକା ଦ୍ୱିତୀୟ ଏବଂ ତୃତୀୟ ଅଧ୍ୟୟନରେ ପିଲାମାନଙ୍କ ପ୍ରତିରୋଧକ ଶକ୍ତି ପାଇଁ ନିରାପଦ, ସହନଶୀଳ ଏବଂ ଅତ୍ୟଧିକ ପ୍ରତିରୋଧକ ବୋଲି ପ୍ରମାଣିତ ହୋଇଛି। ସୂଚନା ମୁତାବକ, ଟିକା ପ୍ରସ୍ତୁତକାରୀ କମ୍ପାନୀ ପକ୍ଷରୁ କୁହାଯାଇଛି ଯେ, ଏହି ଅଧ୍ୟୟନକୁ ଗ୍ରହଣ କରାଯିବା ସହ ପ୍ରତିଷ୍ଠିତ ପତ୍ରିକା ଲାନସେଟ୍‌ରେ ପ୍ରକାଶ କରାଯାଇଛି। ଭାରତ ବାୟୋଟେକ ୨-୧୮ ବର୍ଷ ବୟସର ସୁସ୍ଥ ଶିଶୁ ଏବଂ କିଶୋରମାନଙ୍କ ଉପରେ କୋଭାକ୍ସିନ ପରୀକ୍ଷା କରାଯାଇଥିଲା। ଜୁନ ୨୦୨୧ରୁ ସେପ୍ଟେମ୍ବର ୨୦୨୧ ମଧ୍ୟରେ ହୋଇଥିବା ଏହି ପରୀକ୍ଷଣରେ, ଏହି ଟିକା ଅତ୍ୟଧିକ ପ୍ରଭାବଶାଳୀ ବୋଲି ଜଣାପଡିଛି। ଏହି ଅଧ୍ୟୟନର ତଥ୍ୟ ଅକ୍ଟୋବର ୨୦୨୧ରେ ସେଣ୍ଟ୍ରାଲ ଡ୍ରଗ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେସନ(ସିଡିଏସ୍‌ସିଓ)ରେ ଦାଖଲ କରାଯାଇଥିଲା। ଏହାପରେ ୬ରୁ ୧୮ ବର୍ଷ ବୟସର ପିଲାମାନଙ୍କ ପାଇଁ ଏହାର ଜରୁରୀକାଳୀନ ବ୍ୟବହାର ଲାଗି ଅନୁମତି ଦିଆଯାଇଥିଲା ବୋଲି ଭାରତ ବାୟୋଟେକ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍

ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…

ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ…

କେଏସ୍‌ୟୁବି କଲେଜର ହେବ ବିକାଶ, ନୂଆ ଅଧ୍ୟକ୍ଷ ଲୋଡ଼ିଲେ ବିଧାୟକ-ଉପଜିଲାପାଳଙ୍କ ସହଯୋଗ

ଭଞ୍ଜନଗର,୨୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ରାଜ୍ୟର ଏକ ପୁରାତନ ମହାବିଦ୍ୟାଳୟ। ୧୯୬୦ରେ ନିର୍ମିତ ଏହି ମହାବିଦ୍ୟାଳୟ ବ୍ରହ୍ମପୁର ବିଶବିଦ୍ୟାଳୟ…

ଆମେରିକା-ଇରାନ ମଧ୍ୟରେ ବାତିଲ ହୋଇପାରେ ଶାନ୍ତି ଚୁକ୍ତି: ତେହରାନ ଏବେ କାହିଁକି ଦେଇଛି ଚେତାବନୀ? ଜାଣନ୍ତୁ…

ତେହରାନ,୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ପାଇଁ ପ୍ରୟାସ ଜାରି ରହିଛି। ଆମେରିକା ରାଷ୍ଟ୍ରପତି ଟ୍ରମ୍ପ ଦାବି କରିଛନ୍ତି ଯେ ଦୁଇ ରାଷ୍ଟ୍ର…

ପେଟ୍ରୋଲ-ଡିଜେଲ ମୂଲ୍ୟ ବୃଦ୍ଧି, ସାରା ଦେଶରେ କ’ଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୫: ଭାରତ ୯୦ ପ୍ରତିଶତ ଅଶୋଧିତ ତୈଳ ଆମଦାନୀ କରେ। ଏହି ଆମଦାନୀର ଅଧିକାଂଶ ଆରବ ରାଷ୍ଟ୍ରଗୁଡ଼ିକରୁ ଆସିଥାଏ । ତଥାପି ଫେବୃଆରୀ ୨୮ ତାରିଖରୁ, ମଧ୍ୟପ୍ରାଚ୍ୟରେ…

ପେଟ୍ରୋଲ-ଡିଜେଲ ଦର ବଢିବା ପରେ କଂଗ୍ରେସ କହିଲା, ‘Inflation Man’s Extortion…’

ନୂଆଦିଲ୍ଲୀ,୨୫।୫: ଗତ ୧୦ ଦିନ ମଧ୍ୟରେ ପେଟ୍ରୋଲ ଏବଂ ଡିଜେଲର ଚତୁର୍ଥ ମୂଲ୍ୟ ବୃଦ୍ଧି ପରେ କଂଗ୍ରେସ ଦଳ ଏହାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛି। ପ୍ରଧାନମନ୍ତ୍ରୀ…

ଜିଲାପାଳଙ୍କ ନିର୍ଦ୍ଦେଶକୁ ଅଣଦେଖା, ଦିନରାତି ଜଳୁଛି ଇଟାଭାଟି

ରସୁଲପୁର,୨୫ା୫(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ଜଳୁଛି। ବାୟୁମଣ୍ଡଳ ତାପମାତ୍ରା ୪୨ଂ ଉପରେ ରହୁଥିବାବେଳେ ଅସାଧୁ ଇଟା ବ୍ୟବସାୟୀ ବେଧଡ଼କ ଇଟାଭାଟିରେ…

ମହାରାଷ୍ଟ୍ରରେ ଭୟଙ୍କର ସଡ଼କ ଦୁର୍ଘଟଣା, ୬ ମୃତ ଆଶଙ୍କା

ମୁମ୍ବାଇ,୨୫।୫: ବିଳମ୍ବିତ ରାତିରେ, ମହାରାଷ୍ଟ୍ରର ଧୂଲେ ତାଲୁକାର ଲାଲିଙ୍ଗ ଘାଟରେ ମୁମ୍ବାଇ-ଆଗ୍ରା ରାଜପଥରେ ତିନୋଟି ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣାରେ, ଏକ ଡମ୍ପର ଏକ ଟ୍ରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri