Posted inଜାତୀୟ

୨ରୁ ୧୮ବର୍ଷର ପିଲାଙ୍କ ପାଇଁ କୋଭାକ୍ସିନ ବହୁ ପ୍ରଭାବଶାଳୀ: ଦାବି କଲା ଭାରତ ବାୟୋଟେକ

ନୂଆଦିଲ୍ଲୀ,୧୭।୬: ଭାରତ ବାୟୋଟେକର ଆଣ୍ଟି-କରୋନା ଭାଇରସ୍‌ ଟିକା କୋଭୋକ୍ସିନ ୨ରୁ ୧୮ ବର୍ଷ ବୟସ ମଧ୍ୟରେ ଥିବା ଶିଶୁ ଏବଂ କିଶୋରମାନଙ୍କ ପାଇଁ ଅତ୍ୟନ୍ତ ପ୍ରଭାବଶାଳୀ। ଶୁକ୍ରବାର କମ୍ପାନୀ ପକ୍ଷରୁ ଦାବି କରାଯାଇଛି ଯେ, ଏହାର କୋଭିଡ ଟିକା ଦ୍ୱିତୀୟ ଏବଂ ତୃତୀୟ ଅଧ୍ୟୟନରେ ପିଲାମାନଙ୍କ ପ୍ରତିରୋଧକ ଶକ୍ତି ପାଇଁ ନିରାପଦ, ସହନଶୀଳ ଏବଂ ଅତ୍ୟଧିକ ପ୍ରତିରୋଧକ ବୋଲି ପ୍ରମାଣିତ ହୋଇଛି। ସୂଚନା ମୁତାବକ, ଟିକା ପ୍ରସ୍ତୁତକାରୀ କମ୍ପାନୀ ପକ୍ଷରୁ କୁହାଯାଇଛି ଯେ, ଏହି ଅଧ୍ୟୟନକୁ ଗ୍ରହଣ କରାଯିବା ସହ ପ୍ରତିଷ୍ଠିତ ପତ୍ରିକା ଲାନସେଟ୍‌ରେ ପ୍ରକାଶ କରାଯାଇଛି। ଭାରତ ବାୟୋଟେକ ୨-୧୮ ବର୍ଷ ବୟସର ସୁସ୍ଥ ଶିଶୁ ଏବଂ କିଶୋରମାନଙ୍କ ଉପରେ କୋଭାକ୍ସିନ ପରୀକ୍ଷା କରାଯାଇଥିଲା। ଜୁନ ୨୦୨୧ରୁ ସେପ୍ଟେମ୍ବର ୨୦୨୧ ମଧ୍ୟରେ ହୋଇଥିବା ଏହି ପରୀକ୍ଷଣରେ, ଏହି ଟିକା ଅତ୍ୟଧିକ ପ୍ରଭାବଶାଳୀ ବୋଲି ଜଣାପଡିଛି। ଏହି ଅଧ୍ୟୟନର ତଥ୍ୟ ଅକ୍ଟୋବର ୨୦୨୧ରେ ସେଣ୍ଟ୍ରାଲ ଡ୍ରଗ ଷ୍ଟାଣ୍ଡାର୍ଡ କଣ୍ଟ୍ରୋଲ ଅର୍ଗାନାଇଜେସନ(ସିଡିଏସ୍‌ସିଓ)ରେ ଦାଖଲ କରାଯାଇଥିଲା। ଏହାପରେ ୬ରୁ ୧୮ ବର୍ଷ ବୟସର ପିଲାମାନଙ୍କ ପାଇଁ ଏହାର ଜରୁରୀକାଳୀନ ବ୍ୟବହାର ଲାଗି ଅନୁମତି ଦିଆଯାଇଥିଲା ବୋଲି ଭାରତ ବାୟୋଟେକ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛିଣ୍ଡିଲା କଥା! ମହାମେଣ୍ଟରେ ସମାଧାନ ହେଲା ସିଟ ଶେୟାରିଂ ପ୍ରସଙ୍ଗ, କାଲି ଘୋଷଣା

ପାଟନା,୨୮।୩: ବିହାରରୁ ଏକ ବଡ ଖବର ଆସିଛି, ଯେଉଁଠାରେ ଗ୍ରାଣ୍ଡ ଆଲାଇନ୍ସରେ ସିଟ ବଣ୍ଟନ ବିଷୟରେ ଆଲୋଚନା ହୋଇଛି। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଏହି ବିଷୟରେ...

ଜିତିବାକୁ ନୁହେଁ ଏହି ବ୍ୟକ୍ତିଙ୍କୁ ପସନ୍ଦ ନିର୍ବାଚନରେ ହାରିବାକୁ

ମେଟ୍ଟୁରା,୨୮।୩: ବିଶ୍ୱର ଯେକୌଣସି ବ୍ୟକ୍ତି କେବଳ ଜିତିବା ପାଇଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତି, କିନ୍ତୁ ତାମିଲନାଡୁରେ ଜଣେ ବ୍ୟକ୍ତି ଅଛନ୍ତି ଯିଏ ନିର୍ବାଚନରେ କେବଳ ହାରିବା...

ମୁଁ ଇଡିକୁ ଧନ୍ୟବାଦ ଦେବାକୁ ଚାହୁଁଛି… କୋର୍ଟରେ କାହିଁକି ସିସୋଡିଆଙ୍କ କଥା ଉଠାଇଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୮।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଗୁରୁବାର ରାଉଜ ଆଭେନ୍ୟୁ କୋର୍ଟରେ ହାଜର କରାଯାଇଥିଲା। ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ର ତାଙ୍କର ୬ ଦିନିଆ ଅଟକ...

Video: ଭାରତର ପ୍ରଥମ ବୁଲେଟ୍‌ ଟ୍ରେନ୍‌ ଟ୍ରାକ୍‌ର ଝଲକ ଦେଖାଇଲେ ରେଳମନ୍ତ୍ରୀ

ନୂଆଦିଲ୍ଲୀ,୨୮।୩: ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଭାରତର ପ୍ରଥମ ବୁଲେଟ ଟ୍ରେନ ପାଇଁ ନିର୍ମିତ ସ୍ବତନ୍ତ୍ର ପ୍ରକାରର ଟ୍ରାକର ପ୍ରଥମ ଝଲକ ଦେଖାଇଛନ୍ତି। ସେ ତାଙ୍କ ଏକ୍ଦ...

କେଜ୍‌ରିଓ୍ବାଲଙ୍କୁ ମିଳିଲାନି ଆଶ୍ୱସ୍ତି, ବଢିଲା ଇଡି ରିମାଣ୍ଡ

ନୂଆଦିଲ୍ଲୀ,୨୮।୩: ମଦ ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି (ଏଏପି)ର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଆଶ୍ୱସ୍ତି ମିଳିନାହିଁ।...

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ...

ଏହି ୫ ଭାଜପା ନେତା ର୍ନିଦ୍ୱନ୍ଦରେ ଜିତିବେ ନିର୍ବାଚନ, ପ୍ରାର୍ଥୀ ଛିଡ଼ା କରିବାକୁ ବିରୋଧୀ କରିପାରିଲାନି ସାହାସ

ନୂଆଦିଲ୍ଲୀ,୨୮।୩: ଦେଶରେ ଆରମ୍ଭ ହୋଇଛି ନିର୍ବାଚନର ବଡ଼ ପର୍ବ। ବିରୋଧୀଙ୍କୁ ଚିତାପଟ କରିବା ପାଇଁ ରାଜନୈତିକ ଦଳ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଭୋଟରଙ୍କୁ ନିଜ...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri