Posted inଜାତୀୟ

ଆମେରିକାରୁ ଆସିଲା ୩୧୮ ଅକ୍ସିଜେନ କନ୍‌ସେନ୍‌ଟ୍ରେଟର

ନୂଆଦିଲ୍ଲୀ,୨୬।୪: ଆମେରିକା ପଠାଇଥିବା ୩୧୮ଟି ଅକ୍ସିଜେନ କନ୍‌ସେନ୍‌ଟ୍ରେଟର୍‌ ସୋମବାର ଭାରତରେ ପହଞ୍ଚିଛି। ନ୍ୟୁୟର୍କ ବିମାନ ବନ୍ଦରରୁ ଏୟାର ଇଣ୍ଡିଆ ବିମାନ ଯୋଗେ ଏହି ଅକ୍ସିଜେନ କନ୍‌ସେନ୍‌ଟ୍ରେଟର ଦିଲ୍ଲୀରେ ପହଞ୍ଚି ଥିବା ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂହ ପୁରୀ ଏହି ସୂଚନା ଦେଇଛନ୍ତିା

କରୋନା ସହ ଲଢୁଥିବା ଭାରତ ପାଇଁ ଅତ୍ୟାବଶ୍ୟକ ଜୀବନ ରକ୍ଷାକାରୀ ଡାକ୍ତରୀ ଉପକରଣ ଏବଂ ଅନ୍ୟାନ୍ୟ ସାମଗ୍ରୀ ଯୋଗାଇ ଦେବା ଲାଗି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଉପରାଷ୍ଟ୍ରପତି କମଳା ହାରିସ ରବିବାର ପ୍ରତିଶ୍ରୁତି ଦେଇଥିଲେ। ଏପରିକି ଟୁଇଟ କରି ଜୋ ବାଇଡେନ କହିଥିଲେ, ମହାମାରୀର ପ୍ରାରମ୍ଭିକ ସମୟରେ ଆମେରିକାର ହସ୍ପିଟାଲକୁଡିକରେ ପ୍ରାୟ ଉପକରଣ ଶେଷ ହୋଇଯାଇଥିବା ବେଳେ ଭାରତ ସହାୟତାର ହାତ ବଢାଇଥିଲା। ସେହିପରି ଆବଶ୍ୟକ ବେଳେ ଆମେରିକା ଭାରତକୁ ସହାୟତା ଯୋଗାଇ ଦେବାକୁ ପ୍ରତିଶ୍ରୁତିବଦ୍ଧ। ଉପରାଷ୍ଟ୍ରପତି କମଳା ହାରିସ ମଧ୍ୟ ଟୁଇଟ କରି କହିଥିଲେ, କୋଭିଡ-୧୯ର ଦୃତ ସଂକ୍ରମଣ ବେଳେ ତୁରନ୍ତ ଅତିରିକ୍ତ ସହାୟତା ଏବଂ ସାମଗ୍ରୀ ଯୋଗାଣ ନେଇ ଆମେରିକା ଏବଂ ଭାରତ ସରକାର ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ଭାରତର ସାହସୀ ଡାକ୍ତର, ସ୍ବାସ୍ଥ୍ୟକର୍ମୀଙ୍କ ସମେତ ଭାରତବାସୀଙ୍କ ପାଇଁ ଆମେରିକା ପ୍ରାର୍ଥନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri