Posted inଜାତୀୟ

କରୋନାର ନୂଆ ଭାରିଆଣ୍ଟକୁ ନେଇ ଆଲର୍ଟରେ ପଞ୍ଜାବ ସରକାର, ଜାରି କଲେ କୋଭିଡ ଆଡଭାଇଜରୀ

ଚଣ୍ଡିଗଡ,୨୩।୧୨: ଦେଶରେ ବଢୁଥିବା କରୋନା ମାମଲାକୁ ନେଇ ପଞ୍ଜାବ ସରକାର ମଧ୍ୟ ସତର୍କ ରହିଛନ୍ତି। ପଞ୍ଜାବ ସରକାରଙ୍କ ପକ୍ଷରୁ କୋଭିଡ ଆଡଭାଇଜରୀ ଜାରି କରାଯାଇଛି । ଜାରି କରାଯାଇଥିବା ଆଡଭାଇଜରୀ ଅନୁଯାୟୀ, ଜନଗହଳି ପୂର୍ଣ୍ଣ ଅଞ୍ଚଳରେ ମାସ୍କ ପିନ୍ଧିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ଏହା ସହିତ କୁହାଯାଇଛି ଯେ, ଭାରତର ଅନେକ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳରେ କରୋନାର ନୂଆ ଭାରିଆଣ୍ଟ ଜେଏନ୍‌.୧ ମାମଲା ମାମଲା ବୃଦ୍ଧି ପାଇଛି। ତେଣୁ ରାଜ୍ୟର ସମସ୍ତ ଲୋକଙ୍କୁ କୋଭିଡ ଆଡଭାଇଜରୀ କଡାକଡି ପାଳନ କରିବାକୁ ପଡ଼ିବ।

ଆଇଭାଇଜରୀରେ କୁହାଯାଇଛି, ଲୋକଙ୍କୁ ଜନଗହଳି ପୂର୍ଣ୍ଣ ସ୍ଥାନରେ ମାସ୍କ ପିନ୍ଧିବାକୁ ପଡିବ। ଡାକ୍ତର, ପାରାମେଡିକ ଏବଂ ଅନ୍ୟାନ୍ୟ ସ୍ବାସ୍ଥ୍ୟ କର୍ମୀଙ୍କୁ ବାଧ୍ୟତାମୂଳକ ଭାବେ ମାସ୍କ ପିନ୍ଧିବା ସହ ଏବଂ ରୋଗୀମାନଙ୍କର ଯତ୍ନ ନେବାବେଳେ ଅନ୍ୟାନ୍ୟ ସତର୍କତା ଅବଲମ୍ବନ କରିବେ। ଛିଙ୍କ ଏବଂ କାଶ କରିବା ସମୟରେ ନାକ ଏବଂ ପାଟିକୁ ରୁମାଲ / ଟିସୁରେ ଘୋଡାଇବା ଉଚିତ୍‌। ବ୍ୟବହୃତ ଟିସୁ ବ୍ୟବହାର ପରେ ତୁରନ୍ତ ଏକ ବନ୍ଦ ପାତ୍ରରେ ଫୋପାଡି ଦେବା ଆବଶ୍ୟକ। ବାରମ୍ବାର ହାତ ଧୋଇବା ଅଭ୍ୟାସ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri