ମଶା କାମୁଡ଼ିଲେ ହେବ କି କରୋନା!

ଓ୍ବାଶିଂଟନ,୧୮।୭: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି। ଏହାକୁ ନେଇ ପ୍ରାୟ ସମସ୍ତ ବିକାଶଶୀଳ ଦେଶରେ ଗବେଷଣା ଚାଲିଥିବା ବେଳେ ପ୍ରତିଦିନ କରୋନା ଭାଇରସକୁ ନେଇ କିଛି ନା କିଛି ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଅନ୍ୟପଟେ କରୋନା ସଂକ୍ରମଣକୁ ନେଇ ମଧ୍ୟ ସାଧାରଣ ଜନତାଙ୍କ ମନରେ ଅନେକ ପ୍ରଶ୍ନ ଉଙ୍କି ମାରୁଛି। ଏବେ ପ୍ରଶ୍ନ ଉଠିଛି ମଶା କାମୁଡିଲେ କରୋନା ଭାଇରସ ସଂକ୍ରମିତ ହେବ କି ନା। ହେଲେ ଗବେଷକମାନେ କହିଛନ୍ତି ମଶା କାମୁଡିଲେ କରୋନା ହେବାର ସମ୍ଭାବନା ନାହିଁ। ଗତ ମାର୍ଚ୍ଚ ମାସରେ ମଧ୍ୟ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲୁଏଚ୍‌ଓ)ଏହା ସ୍ପଷ୍ଟ କରିଥିଲା। ଏବେ ଆମେରିକାର କ୍ୟାନସସ ୟୁନିଭର୍ସିଟିରେ କରାଯାଇଥିବା ଗବେଷଣାରୁ ଜଣାପଡିଛି କି ମଶା କାମୁଡିଲେ ସାର୍ସ-କୋଭ-୨(SARS-CoV-2) ଭାଇରସ ସଂକ୍ରମିତ ହୋଇ ନ ଥାଏ। ଗବେଷକମାନେ ୩ ପ୍ରଜାତିର ମଶା ଏଡିସ ଏଜିପ୍ଟି, ଏଡିସ ଅଲବୋପିକ୍ଟସ ଓ କ୍ୟୁଲେକ୍ସ କ୍ୱନକେଫେସିଅସସକୁ ନେଇ ଗବେଷଣା କରିଥିଲେ। ଏହି ପ୍ରଜାତିର ମଶା ଚାଇନାରେ ଦେଖାଯାଉଥିବାରୁ ଏହାକୁ ନେଇ ଗବେଷଣା କରାଯାଇଛି। ତେବେ ଏହାଦ୍ୱାରା କରୋନା ସଂକ୍ରମଣ ହେବ ନାହିଁ ବୋଲି ବିଶେଷଜ୍ଞମାନେ କହିଛନ୍ତି। କରୋନା ପ୍ରଥମେ ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବାରୁ ଗବେଷକମାନେ ସେଠାକାର ମଶାଙ୍କୁ ନେଇ ଗବେଷଣା କରିଥିବା କୁହାଯାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri