ଦେଶରେ କରୋନା ମୃତ୍ୟୁସଂଖ୍ୟା ୫୦ ହଜାର ମୁହାଁ

ନୂଆଦିଲ୍ଲୀ,୧୬।୮: କରୋନା ସଂକ୍ରମଣ ବେଳକୁ ବେଳ ଡରାଇ ଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ରହିଛି ୬୩,୪୮୯। ଏହାସହ ୨୪ ଘଣ୍ଟାରେ କରୋନା ସଂକ୍ରମଣରେ ୯୪୪ ଜଣଙ୍କ ମୃତ୍ୟୁ ହୋଇ ସାରିଥିବା କହିଛି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ। ଏବେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫୦,୦୦୦ ଛୁଇଁବାକୁ ଯାଉଛି। ରିପୋର୍ଟ ଅନୁଯାୟୀ, ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫,୮୯,୬୮୨ ଥିବା ବେଳେ ୬,୭୭,୪୪୪ଜଣଙ୍କ ଚିକିତ୍ସା ଚାଲୁଛି ଓ ୧୮,୬୨,୨୫୮ଜଣ ସୁସ୍ଥ ହୋଇ ସାରିଲେଣି। ଦେଶରେ କରୋନା ମୃତ୍ୟୁସଂଖ୍ୟା ୪୯,୯୮୦ରେ ପହଞ୍ଚିଥିବା ବେଳେ ଏହା ଖୁବ୍‌ଶୀଘ୍ର ୫୦,୦୦୦ ଛୁଇଁବ ବୋଲି ଅନୁମାନ କରାଯାଉଛି। ଇଣ୍ଡିଆନ୍‌ କାଉନସିଲ୍‌ ଅଫ୍‌ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌)ର ସୂଚନା ଅନୁଯାୟୀ, ଅଗଷ୍ଟ ୧୫ରେ ୭,୪୬,୬୦୮ ନମୁନା ପରୀକ୍ଷା କରାଯାଇଛି। ଏବେସୁଦ୍ଧା ଦେଶରେ ୨,୯୩,୦୯,୭୦୩ ନମୁନା ପରୀକ୍ଷା ସରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

‘ପାଗଳ ଟ୍ରମ୍ପଙ୍କ ଆକ୍ରମଣ ବନ୍ଦ କର’: କାହାକୁ ଏମିତି କହିଲେ ପୂର୍ବତନ UN ପରମାଣୁ ନୀରିକ୍ଷଣ ମୁଖ୍ୟ

ଓ୍ବାଶିଂଟନ,୫।୪: ଜାତିସଂଘର ପରମାଣୁ ପ୍ରତ୍ୟକ୍ଷ ସଂସ୍ଥାର ପୂର୍ବତନ ମୁଖ୍ୟ ଶନିବାର ଉପସାଗରୀୟ ରାଷ୍ଟ୍ରଗୁଡ଼ିକୁ ମଧ୍ୟପ୍ରାଚ୍ୟକୁ ଅଗ୍ନିଗୋଲାରେ ପରିଣତ କରିବାରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ରୋକିବା ପାଇଁ ଅନୁରୋଧ କରିଛନ୍ତି।…

ବୁଶେହର ପରମାଣୁ କେନ୍ଦ୍ର ଉପରେ ଆକ୍ରମଣ ପରେ ଇରାନର ବଡ଼ ଚେତାବନୀ, କହିଲା ଧ୍ୱଂସ ହୋଇଯିବ ଉପସାଗରୀୟ ରାଷ୍ଟ୍ର

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ଉଭୟ ପକ୍ଷରୁ ପରସ୍ପରର ସ୍ଥିତି ଉପରେ ନିରନ୍ତର ଆକ୍ରମଣ ଜାରି ରହିଛି।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

ଯୁଦ୍ଧ ମଧ୍ୟରେ ଭିଡ଼ିଓ ଜାରି କରି ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘ଜୀବିତ ନାହାଁନ୍ତି ଇରାନର ଟପ କମାଣ୍ଡର’

ଓ୍ବାଶିଂଟନ,୫।୪: ମଧ୍ୟପ୍ରାଚ୍ୟରେ ବଢୁଥିବା ସଂଘର୍ଷ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ତେହରାନ ବିରୁଦ୍ଧରେ କରାଯାଇଥିବା ଏକ ବଡ଼ ଆକ୍ରମଣରେ ଇରାନର ଅନେକ…

କେନ୍ଦୁଘାଟିରେ ଓଲଟିଲା କୋଳଥ ବୋଝେଇ ଟ୍ରକ୍‌: ଡ୍ରାଇଭର ଗୁରୁତର 

ମୋହନା,୫।୪(ମନ୍ମଥ ମିଶ୍ର):ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲିଲିଗଡ଼ ନିକଟ କେନ୍ଦୁଘାଟି ବୁଲାଣିରେ ଦୁର୍ଘଟଣା ଘଟିଛି। ସୂଚନା ପ୍ରକାରେ ବ୍ରହ୍ମପୁରଠାରୁ ଏକ କୋଳଥ ବୋଝେଇ ଟ୍ରକ ଜୟପୁର…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ବଢ଼ୁଛି ନର୍ଲା ବିଧାୟିକା,ବ୍ଲକ ୟଧ୍ୟକ୍ଷଙ୍କ କ୍ରେଜ୍‌: ଓ୍ବାରେଣ୍ଟି ପରେବି ମିଳୁଛି ଲୋକଙ୍କ ସମର୍ଥନ

କେସିଙ୍ଗାତା,୫।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ନର୍ଲା ବିଧାୟିକା ମନୋରମ ମହାନ୍ତି ଓ ଭାରପ୍ରାପ୍ତ ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ…

ପିତୃ ଶବ୍ଦର ମହାନତା

ପିତୃ’ ବା ତତ୍ସମ ଶବ୍ଦ ଯଥା ପିତା, ତାତ, ଜନକ, ବାପା, ବାପୁ, ବାବୁ, ପାପା, ନନା, ବାବା, ଡାଡି, ଡାଡ୍‌, ଡେ’ ଏହିପରି ଏକାର୍ଥବୋଧକ ଯେତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri