ଡରାଇଲାଣି କରୋନା: ଗୋଟିଏ ଦିନରେ ସର୍ବାଧିକ ୧୬,୯୨୨ ସଂକ୍ରମିତ

ନୂଆଦିଲ୍ଲୀ,୨୫।୬: ଦେଶରେ କରୋନା ସ୍ଥିତି ବେଳକୁ ବେଳ ଜଟିଳ ହେବାରେ ଲାଗିଛି। ଯଦିଓ ଲକ୍‌ଡାଉନ ପରେ ଲୋକେ କରୋନା ଭାଇରସକୁ ସାମାନ୍ୟ ହାଲ୍‌କା ଭାବେ ଗ୍ରହଣ କରୁଛନ୍ତି ତଥାପି ଏହା ବେଳକୁ ବେଳ ତା’ର କାୟା ବିସ୍ତାର କରିବାରେ ଲାଗିଛି। ଆଉ ଏହି କ୍ଷେତ୍ରରେ ଭାରତ ମଧ୍ୟ ଦିନକୁ ଦିନ ଆଗକୁ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ରେକର୍ଡ ପରିମାଣର ଅର୍ଥାତ୍‌ ୧୬,୯୨୨ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହାକୁ ନେଇ ଏବେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୭୩,୧୦୫ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ କରୋନା ସଂକ୍ରମଣରେ ୪୧୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଏବେ ମୃତକଙ୍କ ସଂଖ୍ୟା ୧୪,୮୯୪େ ପହଞ୍ଚିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏବେସୁଦ୍ଧା ଦେଶରେ ୧,୮୬,୫୧୪ ଜଣଙ୍କ ଚିକିତ୍ସା ଚାଲୁଥିବା ବେଳେ ୨,୭୧,୬୯୭ ଜଣ ସୁସ୍ଥ ହୋଇ ସାରିଲେଣି। ଅନ୍ୟପଟେ ମହାରାଷ୍ଟ୍ରର ସ୍ଥିତି ଏବେବି ଉଦ୍‌ବେଗଜନକ ଥିବା ବେଳେ ସେଠାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୪୨,୯୦୦ରେ ପହଞ୍ଚିଛି। ସେହିପରି ରାଜଧାନୀ ଦିଲ୍ଲୀରେ ସଂକ୍ରମିତଙ୍କ ସଂଖ୍ୟା ୭୦,୩୯୦ ଓ ତାମିଲନାଡୁରେ ୬୭,୪୬୮ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri