Posted inଖେଳ

ଅଷ୍ଟ୍ରେଲିଆ ଟିମ୍‌ରେ କୋଭିଡ୍‌ର ଏଣ୍ଟ୍ରି

ସିଡ୍‌ନୀ,୩୧।୧୨: ଚଳିତ ଆଶେସ ସିରିଜର ଆଗାମୀ ଟେଷ୍ଟରୁ ବାଦ୍‌ ପଡ଼ିଛନ୍ତି ଅଷ୍ଟ୍ରେଲିଆ ବ୍ୟାଟର ଟ୍ରାଭିସ୍‌ ହେଡ। ତାଙ୍କ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ୍‌ ଆସିଥିବାରୁ ତାଙ୍କୁ ଆଇସୋଲେଶନରେ ରଖାଯାଇଛି। ତେବେ ଚଳିତ ସିରିଜ୍‌ରେ ସର୍ବାଧିକ ରନ୍‌ ସ୍କୋର କରିଥିବା ହେଡ୍‌ଙ୍କଠାରେ କୌଣସି ଲକ୍ଷଣ ଦେଖାଯାଉ ନାହିଁ। ଭିକ୍ଟୋରିଆ ସରକାରଙ୍କ ସ୍ବାସ୍ଥ୍ୟଗତ ନିୟମ ଅନୁଯାୟୀ ସେ ଏବେ ମେଲବୋର୍ନରେ ନିଜ ପାର୍ଟନରଙ୍କ ସହ ୭ ଦିନ ରହିବେ।

ଟେଷ୍ଟିଂ ନିୟମ ଅନୁଯାୟୀ ଖେଳାଳି, ସେମାନଙ୍କ ପରିବାର ଓ ସପୋର୍ଟ ଷ୍ଟାଫ୍‌ମାନଙ୍କର ଆରଟିପିସିଆର ପରୀକ୍ଷା ପ୍ରତିଦିନ କରାଯାଉଛି ବୋଲି କ୍ରିକେଟ ଅଷ୍ଟ୍ରେଲିଆ ତରଫରୁ କୁହାଯାଇଛି। ଦୁର୍ଭାଗ୍ୟବଶତଃ ହେଡ୍‌ଙ୍କ ରିପୋର୍ଟ ଶୁକ୍ରବାର ସକାଳେ ପଜିଟିଭ ଆସିଛି। ତାଙ୍କଠାରେ କୌଣସି ଲକ୍ଷଣ ଦେଖିବାକୁ ମିଳି ନ ଥିବାରୁ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ। ହୋବାର୍ଟରେ ଆୟୋଜନ ହେବାକୁଥିବା ପଞ୍ଚମ ଟେଷ୍ଟରେ ସେ ଖେଳିପାରନ୍ତି ବୋଲି କ୍ରିକେଟ ଅଷ୍ଟ୍ରେଲିଆ ପକ୍ଷରୁ କୁହାଯାଇଛି।

ହେଡ୍‌ ଏ ପର୍ଯ୍ୟନ୍ତ ଚଳିତ ସିରିଜରେ ୬୨ ରନ ହାରରେ ୨୪୮ ରନ ସଂଗ୍ରହ କରିଛନ୍ତି। ଗାବା ଟେଷ୍ଟରେ ସେ ଶତକ ହାସଲ କରିଥିଲେ। ବିକଳ୍ପ ବ୍ୟବସ୍ଥା ସ୍ବରୂପ ଚୟନକର୍ତ୍ତାମାନେ ମିଚେଲ ମାର୍ଶ, ନିକ ମାଡିନସନ ଓ ଜୋଶ ଇଙ୍ଗ୍‌ଲିସଙ୍କୁ ଦଳରେ ସାମିଲ କରିଛନ୍ତି। ଇଂଲଣ୍ଡ କ୍ୟାମ୍ପରେ ପୂର୍ବରୁ ଇଂଲଣ୍ଡ ହେଡ୍‌ କୋଚ୍‌ କ୍ରିସ୍‌ ସିଲଭରଉଡ କୋଭିଡ୍‌ ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବାରୁ ମେଲବୋର୍ନରେ ରହିବେ। ଆଶେସ ସିରିଜର ପ୍ରଥମ ୩ଟି ଟେଷ୍ଟରେ ବିଜୟୀ ହୋଇ ଅଷ୍ଟ୍ରେଲିଆ ୩-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ ହାତେଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

ଆଜି ଶାନ୍ତିରେ ଟିକେ ଶୋଇବି, କାହିଁକି ଏମିତି କହିଲେ ଆର୍‌ସିବି ଅଧିନାୟକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ...

୧୦ ସିଜନ…୪୦୦ପ୍ଲସ ରନ…,ଇତିହାସ ରଚିଲେ କୋହଲି, ଆଇପିଏଲରେ ଏମିତି କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୫।୪: ବିରାଟ କୋହଲି ଆଇପିଏଲ ୨୦୨୪ରେ ଭଲ ବ୍ୟାଟିଂ କରୁଛନ୍ତି। କୋହଲି ତାଙ୍କ ନାମରେ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଏକ ବଡ଼ ସଫଳତା ହାସଲ...

ପନ୍ତଙ୍କ ପରେ ଦ୍ୱିତୀୟ ୱିକେଟ୍ କିପର କିଏ ? ହାର୍ଦ୍ଦିକଙ୍କ ପାଇଁ ଚିନ୍ତାର କାରଣ ଖରାପ ଫର୍ମ; ଅକ୍ସର, ଆବେଶ, ବିଷ୍ଣୋଇଙ୍କ ମଧ୍ୟରୁ ଜଣେ

ମୁମ୍ବାଇ,୨୫।୪: ଟି -୨୦ ବିଶ୍ୱକପରେ ଭାରତର ୱିକେଟ୍ କିପର କିଏ ହେବେ? ବର୍ତ୍ତମାନ ଭାରତୀୟ ପ୍ରଶଂସକଙ୍କ ମାନେ ଏହା ସବୁଠୁ ବଡ଼ ପ୍ରଶ୍ନ। ଦୁର୍ଘଟଣାରୁ ଫେରିବା...

‘ଆମେ ୬ ବଲ୍‌ରେ ୬ ଛକା ମାରିବୁ’

ଲକ୍ଷ୍ନୌ,୨୫।୪: ସମାଜବାଦୀ ପାର୍ଟୀ(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ଗୁରୁବାର କନୈାଜ ଲୋକ ସଭା ଆସନରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ ଭାଜପା ପ୍ରାର୍ଥୀ ସୁବ୍ରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri