Posted inଖେଳ

ଅଷ୍ଟ୍ରେଲିଆ ଟିମ୍‌ରେ କୋଭିଡ୍‌ର ଏଣ୍ଟ୍ରି

ସିଡ୍‌ନୀ,୩୧।୧୨: ଚଳିତ ଆଶେସ ସିରିଜର ଆଗାମୀ ଟେଷ୍ଟରୁ ବାଦ୍‌ ପଡ଼ିଛନ୍ତି ଅଷ୍ଟ୍ରେଲିଆ ବ୍ୟାଟର ଟ୍ରାଭିସ୍‌ ହେଡ। ତାଙ୍କ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ୍‌ ଆସିଥିବାରୁ ତାଙ୍କୁ ଆଇସୋଲେଶନରେ ରଖାଯାଇଛି। ତେବେ ଚଳିତ ସିରିଜ୍‌ରେ ସର୍ବାଧିକ ରନ୍‌ ସ୍କୋର କରିଥିବା ହେଡ୍‌ଙ୍କଠାରେ କୌଣସି ଲକ୍ଷଣ ଦେଖାଯାଉ ନାହିଁ। ଭିକ୍ଟୋରିଆ ସରକାରଙ୍କ ସ୍ବାସ୍ଥ୍ୟଗତ ନିୟମ ଅନୁଯାୟୀ ସେ ଏବେ ମେଲବୋର୍ନରେ ନିଜ ପାର୍ଟନରଙ୍କ ସହ ୭ ଦିନ ରହିବେ।

ଟେଷ୍ଟିଂ ନିୟମ ଅନୁଯାୟୀ ଖେଳାଳି, ସେମାନଙ୍କ ପରିବାର ଓ ସପୋର୍ଟ ଷ୍ଟାଫ୍‌ମାନଙ୍କର ଆରଟିପିସିଆର ପରୀକ୍ଷା ପ୍ରତିଦିନ କରାଯାଉଛି ବୋଲି କ୍ରିକେଟ ଅଷ୍ଟ୍ରେଲିଆ ତରଫରୁ କୁହାଯାଇଛି। ଦୁର୍ଭାଗ୍ୟବଶତଃ ହେଡ୍‌ଙ୍କ ରିପୋର୍ଟ ଶୁକ୍ରବାର ସକାଳେ ପଜିଟିଭ ଆସିଛି। ତାଙ୍କଠାରେ କୌଣସି ଲକ୍ଷଣ ଦେଖିବାକୁ ମିଳି ନ ଥିବାରୁ ବ୍ୟସ୍ତ ହେବାର ଆବଶ୍ୟକତା ନାହିଁ। ହୋବାର୍ଟରେ ଆୟୋଜନ ହେବାକୁଥିବା ପଞ୍ଚମ ଟେଷ୍ଟରେ ସେ ଖେଳିପାରନ୍ତି ବୋଲି କ୍ରିକେଟ ଅଷ୍ଟ୍ରେଲିଆ ପକ୍ଷରୁ କୁହାଯାଇଛି।

ହେଡ୍‌ ଏ ପର୍ଯ୍ୟନ୍ତ ଚଳିତ ସିରିଜରେ ୬୨ ରନ ହାରରେ ୨୪୮ ରନ ସଂଗ୍ରହ କରିଛନ୍ତି। ଗାବା ଟେଷ୍ଟରେ ସେ ଶତକ ହାସଲ କରିଥିଲେ। ବିକଳ୍ପ ବ୍ୟବସ୍ଥା ସ୍ବରୂପ ଚୟନକର୍ତ୍ତାମାନେ ମିଚେଲ ମାର୍ଶ, ନିକ ମାଡିନସନ ଓ ଜୋଶ ଇଙ୍ଗ୍‌ଲିସଙ୍କୁ ଦଳରେ ସାମିଲ କରିଛନ୍ତି। ଇଂଲଣ୍ଡ କ୍ୟାମ୍ପରେ ପୂର୍ବରୁ ଇଂଲଣ୍ଡ ହେଡ୍‌ କୋଚ୍‌ କ୍ରିସ୍‌ ସିଲଭରଉଡ କୋଭିଡ୍‌ ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବାରୁ ମେଲବୋର୍ନରେ ରହିବେ। ଆଶେସ ସିରିଜର ପ୍ରଥମ ୩ଟି ଟେଷ୍ଟରେ ବିଜୟୀ ହୋଇ ଅଷ୍ଟ୍ରେଲିଆ ୩-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ ହାତେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri