Posted inଜାତୀୟ

ମାସ୍କ ବାଧ୍ୟତାମୂଳକ କଲେ ଯୋଗୀ ସରକାର

ଲକ୍ଷ୍ନୌ,୧୮।୪: କିଛି ମାସ ହେଲା କରୋନା ସଂକ୍ରମଣ ତଳମୁହଁା ଥିବା ବେଳେ ୧୫ ଦିନ ହେଲା କେତେକ ରାଜ୍ୟରେ ସଂକ୍ରମଣ ପୁଣି ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ସରକାର ରାଜଧାନୀ ଲକ୍ଷ୍ନୌ ଏବଂ ଏନ୍‌ସିଆର୍‌ର ୬ଟି ଜିଲାର ସର୍ବସାଧାରଣ ସ୍ଥାନରେ ମାସ୍କ ବାଧ୍ୟତାମୂଳକ କରିଛନ୍ତି।

ଗୌତମ ବୁଦ୍ଧନଗର, ଗାଜିଆବାଦ, ହାପୁର, ମିରଟ, ବୁଲନ୍ଦସହର, ବାଗପତ ଏବଂ ରାଜଧାନୀ ଲକ୍ଷ୍ନୌର ସର୍ବସାଧାରଣ ସ୍ଥାନରେ ମାସ୍କ ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଛି। ଏନେଇ ସରାକାରୀ ସୂତ୍ରରୁ ସୂଚନା ଦିଆଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ଗୌତମ ବୁଦ୍ଧନଗରରେ ୬୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗାଜିଆବାଦରେ ୨୦ ଏବଂ ଲକ୍ଷ୍ନୌରେ ୧୦ଜଣ କରୋନା ସଂକ୍ରମିତ ହୋଇଛନ୍ତି।

ସେହିପରି ରବିବାର ଦିଲ୍ଲୀରେ ୫୧୭ ଜଣ କରୋନା ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ହାର ୪.୨୧ ପ୍ରତିଶତ ରହିଛି। ନୂତନ ମାମଲାକୁ ମିଶାଇ ଦିଲ୍ଲୀରେ ମୋଟ ୧୮,୬୮,୫୫୦ ଲୋକ କରୋନା ସଂକ୍ରମିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ପରେ ଇସ୍ତ୍ରାଏଲ ଉପରେ ଆକ୍ରମଣ କଲେ ହୁଥି ବିଦ୍ରୋହୀ, ସାମରିକ ଘାଟି ଉପରେ କ୍ଲଷ୍ଟର….

ତେହେରାନ,୫।୪: ଇରାନ ବ୍ୟତୀତ, ୟେମେନର ହୁତି ବିଦ୍ରୋହୀମାନେ ଏବେ ଇସ୍ରାଏଲ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛନ୍ତି । ଏକ ରିପୋର୍ଟ ଅନୁଯାୟୀ, ହୁଥି ବିଦ୍ରୋହୀମାନେ…

କେବଳ ଦର୍ଶକ

ମଧ୍ୟପ୍ରାଚ୍ୟ ଯୁଦ୍ଧ ଏବେ ଦ୍ୱିତୀୟ ମାସରେ ପ୍ରବେଶ କରିଛି। ଏହା ଏକ ଲମ୍ବା ଯୁଦ୍ଧ ହେବାକୁ ଯାଉଛି ଏବଂ ଏ ସମ୍ପର୍କରେ ମୁଁ କିଛି ଟିପ୍ପଣୀ ଦେବା…

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ଧାନ କିଣି ନେଲେ ହେଲେ ଦେଲେନି ଟଙ୍କା: ମାଗିବାରୁ ଦେଉଥିଲେ ହତ୍ୟା ଧମକ, ଏବେ…

ରିଆମାଳ,୫।୪(ବଦ୍ରୀ ନାରାୟଣ ଅଗ୍ରୱାଲ): ରିଆମାଳ ଥାନାଞ୍ଚଳର ବିଭିନ୍ନ ଗ୍ରାମର ଗରିବ ଚାଷୀଙ୍କ ନିକଟରୁ ପ୍ରାୟ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ନେଇ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri