Posted inଜାତୀୟ

ମୋଦିଙ୍କୁ ଚିଠି ଲେଖିଲେ ମନମୋହନ

ନୂଆଦିଲ୍ଲୀ,୧୮।୪: ସମଗ୍ର ଦେଶରେ କରୋନା କାୟା ବିସ୍ତାର କରିଛି। ପ୍ରତିଦିନ ନୂଆ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଛି। ପରିସ୍ଥିତି ଏପରି ହୋଇଛି ଯେ, ଡାକ୍ତରଖାନା ଗୁଡ଼ିକରେ ଶଯ୍ୟା ଏବଂ ଅମ୍ଳଜାନ ଅଭାବ ପଡୁଛି। ଏଥି ସହିତ କରୋନା ଟିକା ମଧ୍ୟ ଅଭାବ ରହିଛି। ସେପଟେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ଚିଠିରେ ସେ ଲେଖିଛନ୍ତି ଯେ କରୋନା ବିରୋଧରେ ଆମର ସଂଗ୍ରାମ ଏକ ଜାତୀୟ ଆହ୍ବାନ। ଆମକୁ ଟିକାକରଣ ଉପରେ ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ। ସେ କହିଛନ୍ତି ଯେ ଟିକାକରଣ ସଂଖ୍ୟା ବଦଳରେ ଜନସଂଖ୍ୟାର କେତେ ପ୍ରତିଶତ ଟିକା ଦିଆଯାଇଛି ସେଥିପ୍ରତି ଧ୍ୟାନ ଦିଆଯିବା ଉଚିତ।
ଗତ ଏକ ବର୍ଷ ଧରି ଭାରତ ସମେତ ସମଗ୍ର ବିଶ୍ୱ କରୋନା ମହାମାରୀର ଶିକାର ହୋଇଛି। ଏହି ମହାମାରୀ ହଜାର ହଜାର ଲୋକଙ୍କ ଚାକିରି ଛଡ଼ାଇ ନେଇଛି। ଲକ୍ଷ ଲକ୍ଷ ଲୋକଙ୍କୁ ଦାରିଦ୍ର ସୀମାରେଖାକୁ ଆଣିଛି। ବର୍ଷରୁ ଅଧିକ ସମୟ ଧରି ଶିକ୍ଷକମାନେ ଛାତ୍ରୀଛାତ୍ରମାନଙ୍କୁ ଶ୍ରେଣୀଗୃହରେ ଦେଖିନାହାଁନ୍ତି। ସମସ୍ତଙ୍କ ମନରେ କେବଳ ଗୋଟିଏ ପ୍ରଶ୍ନ ଅଛି ଯେ କେବେ ସେମାନଙ୍କ ଜୀବନ ସ୍ବାଭାବିକ ରହିବ। ଏହି ସମୟରେ ମୋର ମତ ହେଉଛି ଆଗକୁ ଟିକାକରଣକୁ ବଢାଇବାକୁ ଚେଷ୍ଟା କରାଯିବା ଉଚିତ୍‌ ବୋଲି ମନମୋହନ ସିଂ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri